ବର୍ଷା ନେଲା ୩ ଜୀବନ

କେନ୍ଦ୍ରାପଡ଼ା ଅଫିସ୍‌,୧୩।୯: କେନ୍ଦ୍ରାପଡା ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବଙ୍ଗୋପସାଗରରେ ଲଘୁପାତଜନିତ ବର୍ଷା ବିପତ୍ାତ କେନ୍ଦ୍ରାପଡା ଜିଲାରେ ପ୍ରଭାବ ପକାଇଛି ା ଲଗାଣ ବର୍ଷା ୩ ଜଣଙ୍କର ଜୀବନ ନେଇଛି ା କାନ୍ଥ ପଡି ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମହାକାଳପଡା ଓରତ ଘାଟ ନିକଟ ଆଶ୍ରୟସ୍ଥଳରୁ ଜଣେ ଅଜଣା ଯୁବକଙ୍କର ମୃତଦେହ ଉଦ୍ଧାର ହୋଇଛି ା ଡେରାବିଶ ବ୍ଲକ ବେଣିପୁର ପଂଚାୟତ ଡିହସାହି ଗ୍ରାମର ଅନାମ ପୃଷ୍ଟିଙ୍କ ସ୍ତ୍ରୀ ନଳିନୀ (୬୦) ମାଟି ଘରେ ଶୋଇଥିଲେ ା ରବିବାର ରାତି ପ୍ରାୟ ୧୨ ଟାରେ ଘରର କାନ୍ଥ ତାଙ୍କ ଉପରେ ପଡି ଯାଇଥିଲା ା ନଳିନୀଙ୍କୁ ଉଦ୍ଧାର ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ା ସେହିପରି ଗରଦପୁର ବ୍ଲକ ବଡବେତରା ଗ୍ରାମର ସୁଦର୍ଶନ ମହାପାତ୍ରଙ୍କ ପୁଅ ଅଭୟ (୬୮) ଓ ପରିବାର ବର୍ଗ ଘରେ ଶୋଇଥିବା ବେଳେ ସୋମବାର ସକାଳ ୫ଟାରେ କାନ୍ଥ ପଡିଯାଇଥିଲା ା ଫଳରେ ଅଭୟଙ୍କର ମୃତ୍ୟୁ ହୋଇଛି। ଏଥିସହିତ ଏହି ଘରେ ଥିବା ସୁଦର୍ଶନଙ୍କ ନାତୁଣୀ ବୋହୁ କଳ୍ପନାଙ୍କର ଗୋଡ ଭାଙ୍ଗି ଯାଇଛି। କଳ୍ପନାଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତତ୍ସାଳୟକୁ ଚିକିତ୍ସା ପାଇଁ ପଠାଯାଇଛି ା ସୂଚନାଯୋଗ୍ୟ ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରେ ହାରାହାରି ୧୪୧ ମିଲିମିଟର ବର୍ଷା ହୋଇଛି ା ଗରଦପୁର ବ୍ଲକ ଅଂଚଳରେ ସର୍ବାଧିକ ୧୬୯ ମିଲିମିଟର ବର୍ଷା ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି ଲଘୁଚାପ; ଏଥର ବର୍ଷାରେ ଭିଜିପାରେ ଦଶହରା, ଏହି ଜିଲାରେ…

ଭୁବନେଶ୍ୱର,୨।୧୦: ଆସୁଛି ଆଉ ଏକ ଲଘୁଚାପ । ଦଶହରା ସମୟରେ ବଡ଼ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତା ୧୨ ତାରିଖରେ…

ଚୌକା-ଛକା ବର୍ଷା କଲେ ବୈଭବ ସୂର୍ଯ୍ୟବଂଶୀ: ଧୂଆଁଧାର ବ୍ୟାଟିଂ କରୁ କରୁ…

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ର ଦ୍ୱିତୀୟ ସେମିଫାଇନାଲରେ ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ମ୍ୟାଚ୍ରେ ଭାରତ ପାଇଁ ପାଳି ଆରମ୍ଭ କରିଥିବା…

ବାଲେଶ୍ବରରେ ଲଗାତାର ଅଗ୍ନିକାଣ୍ଡ, ରାତିଅଧରେ ଜଳିଗଲା ଜଳିଗଲା ବ୍ୟାନର ଦୋକାନ

ବାଲେଶ୍ୱର,୨।୧୦( ବାଞ୍ଛାନିଧି ଦେ): ବାଲେଶ୍ୱର ଚର୍ଚ୍ଚ ଲାଇନ୍‌ ଗଳିରେ ଗୁରୁବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଯାଇଛି । ବିଦ୍ୟୁତ୍‌ ସର୍ଟ ସର୍କିଟ୍‌ରୁ ଜଳିଗଲା ଏକ ବ୍ୟାନର୍‌…

ବରିଷ୍ଠ ନାଗରିକଙ୍କ ଯତ୍ନ ନେବା ଜରୁରୀ: ଆଶାବାଡ଼ି ପ୍ରଦାନ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହଠାରେ ଗୁରୁବାର ବ୍ଲକସ୍ତରୀୟ ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଆଲିଶା…

ଗଜଲକ୍ଷ୍ମୀ ପୂଜା ପାଇଁ ଶୁଭଖୁଣ୍ଟି ସ୍ଥାପନ: ଖେଳିଗଲା ଉତ୍ସାହ

ଦାରିଙ୍ଗବାଡ଼ି,୨।୧୦(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ତୁଡ଼ିକିବାଡ଼ି ଗ୍ରାମରେ ଚତୁର୍ଥ ବର୍ଷ ଗଜଲକ୍ଷ୍ମୀ ପୂଜା ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ଅବସରରେ…

ଅକ୍ଟୋବର ୪ରୁ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର, ଲିଟର ପିଛା….

ଭୁବନେଶ୍ୱର,୨।୧: ଅକ୍ଟୋବର ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର । ଓଡ଼ିଶା ଷ୍ଟେଟ୍ କୋ-ଅପରେଟିଭ୍ ମିଲ୍କ ପ୍ରଡ୍ୟୁସର୍ସ ଫେଡେରେସନ୍ (ଓମ୍‌ଫେଡ୍) ପକ୍ଷରୁ ବିଭିନ୍ନ ପ୍ରକାର କ୍ଷୀରର…

କ୍ୟାନସରକୁ ହରାଇ ୧୦ ବର୍ଷ ପରେ ଦଳକୁ ଫେରିଲେ ଏହି କ୍ରିକେଟର୍‌: ଅଚାନକ ମିଳିଲା..

ସିଡନୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ କ୍ରିକେଟ ଦଳରେ ବଡ଼ ପରିବର୍ତ୍ତନ ହୋଇଛି। ଟେଷ୍ଟିକୁଲାର କ୍ୟାନସର ଭଳି ଗୁରୁତର ରୋଗକୁ ପରାସ୍ତ କରି…

ଟିଏମ୍‌ସିର ଜବତ ବ୍ୟାଙ୍କ ଆକାଉଣ୍ଟ ମାମଲା, ହସ୍ତକ୍ଷେପ କରିବାକୁ ମନାକଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨।୧୦: ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମ୍‌ସି ଗୋଷ୍ଠୀର ପ୍ରାୟ ୮୦୪ କୋଟି ଟଙ୍କା ଥିବା ୪ଟି ଜବତ (ଡେବିଟ୍‌-ଫ୍ରିଜ) ବ୍ୟାଙ୍କ ଆକାଉଣ୍ଟକୁ ପରିଚାଳନା କରିବାକୁ ଅନୁମତି ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?