ବର୍ଷା ନେଲା ୩ ଜୀବନ

କେନ୍ଦ୍ରାପଡ଼ା ଅଫିସ୍‌,୧୩।୯: କେନ୍ଦ୍ରାପଡା ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ବଙ୍ଗୋପସାଗରରେ ଲଘୁପାତଜନିତ ବର୍ଷା ବିପତ୍ାତ କେନ୍ଦ୍ରାପଡା ଜିଲାରେ ପ୍ରଭାବ ପକାଇଛି ା ଲଗାଣ ବର୍ଷା ୩ ଜଣଙ୍କର ଜୀବନ ନେଇଛି ା କାନ୍ଥ ପଡି ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମହାକାଳପଡା ଓରତ ଘାଟ ନିକଟ ଆଶ୍ରୟସ୍ଥଳରୁ ଜଣେ ଅଜଣା ଯୁବକଙ୍କର ମୃତଦେହ ଉଦ୍ଧାର ହୋଇଛି ା ଡେରାବିଶ ବ୍ଲକ ବେଣିପୁର ପଂଚାୟତ ଡିହସାହି ଗ୍ରାମର ଅନାମ ପୃଷ୍ଟିଙ୍କ ସ୍ତ୍ରୀ ନଳିନୀ (୬୦) ମାଟି ଘରେ ଶୋଇଥିଲେ ା ରବିବାର ରାତି ପ୍ରାୟ ୧୨ ଟାରେ ଘରର କାନ୍ଥ ତାଙ୍କ ଉପରେ ପଡି ଯାଇଥିଲା ା ନଳିନୀଙ୍କୁ ଉଦ୍ଧାର ସମୟରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ା ସେହିପରି ଗରଦପୁର ବ୍ଲକ ବଡବେତରା ଗ୍ରାମର ସୁଦର୍ଶନ ମହାପାତ୍ରଙ୍କ ପୁଅ ଅଭୟ (୬୮) ଓ ପରିବାର ବର୍ଗ ଘରେ ଶୋଇଥିବା ବେଳେ ସୋମବାର ସକାଳ ୫ଟାରେ କାନ୍ଥ ପଡିଯାଇଥିଲା ା ଫଳରେ ଅଭୟଙ୍କର ମୃତ୍ୟୁ ହୋଇଛି। ଏଥିସହିତ ଏହି ଘରେ ଥିବା ସୁଦର୍ଶନଙ୍କ ନାତୁଣୀ ବୋହୁ କଳ୍ପନାଙ୍କର ଗୋଡ ଭାଙ୍ଗି ଯାଇଛି। କଳ୍ପନାଙ୍କୁ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତତ୍ସାଳୟକୁ ଚିକିତ୍ସା ପାଇଁ ପଠାଯାଇଛି ା ସୂଚନାଯୋଗ୍ୟ ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଜିଲାରେ ହାରାହାରି ୧୪୧ ମିଲିମିଟର ବର୍ଷା ହୋଇଛି ା ଗରଦପୁର ବ୍ଲକ ଅଂଚଳରେ ସର୍ବାଧିକ ୧୬୯ ମିଲିମିଟର ବର୍ଷା ହୋଇଛି ା


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁର କଂଗ୍ରେସ ଯୁବନେତା ବିଜେଡି ମୁହାଁ

ସମ୍ବଲପୁର,୨୬ା୪(ଭବାନୀ ଶଙ୍କର ଭୋଇ):ରାଜ୍ୟରେ କଂଗ୍ରେସ ଦଳର ଗୋଟିଏ ପରେ ଗୋଟିଏ ନେତା ଦଳ ଛାଡୁଛନ୍ତି। ରାଜ୍ୟ କିମ୍ବା କେନ୍ଦ୍ରୀୟ ନେତୃତ୍ୱ ନିଜର କର୍ମୀମାନଙ୍କ ଭିତରେ ଉତ୍ସାହ...

ବାପାଙ୍କ ବଦଳରେ ଲଢିବେ ଝିଅ: ୨୭ରେ ଘୋଷଣା କରିପାରେ କଂଗ୍ରେସ

କଟକ,୨୬।୪(ଶିଳ୍ପା ପ୍ରିୟଦର୍ଶିନୀ):କଂଗ୍ରେସ ପକ୍ଷରୁ ଆସନ୍ତା ୨୭ ତାରିଖରେ ବାଲିଯାତ୍ରା ଉପର ପଡ଼ିଆରେ ଏକ ବଡ଼ ସଭା ହେବ ଏବଂ ସେଥିରେ ଦଳ ମହମ୍ମଦ ମୋକିମଙ୍କ ବଡ଼...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ଗ୍ରୀଷ୍ମଛୁଟି ସତ୍ତ୍ୱେ ଚାଲିଲା ସ୍କୁଲ

ମଙ୍ଗୁଳି-ଜଗତପୁର,୨୬।୪(ମାନସ ସାମଲ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ରାଜ୍ୟ ସରକାର ଏପ୍ରିଲ ୨୫ରୁ ସମସ୍ତ ସରକାରୀ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକୁ ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ତେବେ...

ବିଜେଡିରୁ ପ୍ରାର୍ଥୀ ଦୌଡ଼ରେ ୪ ମହିଳା

ଖୋର୍ଦ୍ଧା,୨୬ା୪(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଆସନ୍ତା ମେ’୨୫ତାରିଖରେ ଭୁବନେଶ୍ୱର ଲୋକ ସଭା ସଂସଦୀୟ କ୍ଷେତ୍ରରେ ନିର୍ବାଚନ ହେବ।...

୮ ବର୍ଷ ହେଲା ସରୁନି ବିଦ୍ୟୁତ୍‌ ସବ୍‌ଷ୍ଟେଶନ କାର୍ଯ୍ୟ

କୋଣାର୍କ,୨୬।୪(ଜ୍ୟୋତିରାଜ ମହାନ୍ତି): କୋଣାର୍କ ନିକଟସ୍ଥ ସୁତନ ପଞ୍ଚାୟତର ୬ଟି ଗ୍ରାମକୁ ନିରବଛିନ୍ନ ବିଦ୍ୟୁତ୍‌ ଯୋଗାଣ ନିମନ୍ତେ ୨୦୧୬ରେ ଓପିଟିସିଏଲ୍‌ ମାଧ୍ୟମରେ ଆରମ୍ଭ ହୋଇଥିବା ସୁତନ ୩୩...

ଭାଜପା ରାଜ୍ୟ ସମ୍ପାଦକ ଦଳ ଛାଡ଼ିଲେ, ଆଜି ବିଜେଡିରେ ମିଶିବେ

ଭଞ୍ଜନଗର/ସୋରଡ଼ା,୨୬।୪(ବାବୁଲା ପ୍ରଧାନ/ଲମ୍ବୋଦର ପାଣିଗ୍ରାହୀ): ଗଞ୍ଜାମ ଜିଲା ସୋରଡ଼ା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ପ୍ରାର୍ଥୀ ତଥା ବର୍ତ୍ତମାନର ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ସମ୍ପାଦକ...

୩ ଜଣଙ୍କୁ ଚାପିଦେଲା ଟ୍ରକ୍‌

ସୁନ୍ଦରଗଡ଼,୨୬ା୪: ସୁନ୍ଦରଗଡ଼ ଜିଲା ଭସ୍ମା ଥାନା ଅନ୍ତର୍ଗତ ଦର୍ଲିପାଲି ଏନ୍‌ଟିପିସି ପାଓ୍ବାର ପ୍ଲାଣ୍ଟ ନିକଟରେ ଏକ ଟ୍ରକ୍‌ ୩ ବାଇକ୍‌ ଆରୋହୀଙ୍କ ଉପରେ ମାଡ଼ିଯିବାରୁ ଘଟଣାସ୍ଥଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri