ବର୍ଷାରେ ଧୋଇଗଲା ରାସ୍ତାର ପିଚୁ

ଚନ୍ଦାହାଣ୍ଡି,୨୬।୬(ଦିଲ୍ଲୀପ ଦାସ): ଜନସାଧାରଣଙ୍କ ଗମନାଗମନ ପାଇଁ ରାଜ୍ୟ ଏବଂ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ୱାରା ରାସ୍ତା ତିଆରି କରିଛନ୍ତି।
ବିଭାଗୀୟ ଯନ୍ତ୍ରୀ ଏବଂ ଠିକାଦାରଙ୍କ ଖାମଖିଆଲି ମନୋଭାବ ଯୋଗୁ ରାସ୍ତାରେ ପକା ଯାଇଥିବା ପିଚୁ ବର୍ଷାରେ ଧୋଇ ଯାଇଛି। ନିର୍ମାଣାଧୀନ କଲଭର୍ଟ ଅସମ୍ପୂର୍ଣ ହୋଇ ପଡ଼ିଥିବା ଯୋଗୁ ବର୍ଷା ମାସରେ ଲୋକେ ନାହିଁ ନଥିବା ହଇରାଣ ହେଉଛନ୍ତି। ଏହିଭଳି ଦେଖିବା କୁ ମିଳିଛି ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସାଲେବିଡିରୁ ବରିଗୁଡା ଆର୍‌ଡି ବିଭାଗ ନିର୍ମାଣଧୀନ ପ୍ରଧାନମନ୍ତ୍ରୀ ରାସ୍ତାରେ। ଠିକାଦାର ଏବଂ ବିଭାଗୀୟ ଯନ୍ତ୍ରୀଙ୍କ ଖାମଖିଆଲ ମନୋଭାବ ଯୋଗୁ ପହିଲି ବର୍ଷାରେ ପିଚୁ ଉଠିଛି ବୋଲି ଲୋକେ ଅଭିଯୋଗ କରିଛନ୍ତି। ଜିଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି।
ସୂଚନା ମୁତାବକ ଚନ୍ଦାହାଣ୍ଡି ସଦରକୁ ଅନକାବେଡା, ଘୁଙ୍ଗୁଟିପଡା, ନୂଆପଡା ଭାୟା ସାଲେବିଡି, ବାରୀଗୁଡା ଦେଇ ଯାତାୟତ କରିବା ପାଇଁ ୨୦୨୧/୨୨ ଆର୍ଥିକ ବର୍ଷରେ ୫୩୭.୭୩ ଲକ୍ଷ ଅଟକଳ ମୂଲ୍ୟର ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା ମଞ୍ଜୁର ହୋଇଥିଲା। ଏହାର ନିର୍ମାଣ ଦାୟିତ୍ୱ ଗ୍ରାମ୍ୟ ଉନ୍ନୟନ ବିଭାଗକୁ ହସ୍ତାନ୍ତର କରାଯାଇଥିଲା। ନିର୍ମାଣ ପାଇ ନୂଆପଡା ଜିଲାର ଏକ କମ୍ପନୀକୁ ଠିକା ଦାୟିତ୍ୱ ଦିଆଯାଇଥିଲା। ରାସ୍ତା ନିର୍ମାଣ କାର୍ଯ୍ୟ ମନ୍ଥର ଗତିରେ ଚାଲୁଛି। ରାସ୍ତାରେ ଥିବା କଲଭର୍ଟ କାମ ଅସମ୍ପୂର୍ଣ ଥିବାରୁ ଲୋକେ ଯାତାୟତରେ ଅସୁବିଧା ଭୋଗୁଛନ୍ତି। ଏପଟେ ସାଲେବିଡିରୁ ଜୁନାପାଣି ରାସ୍ତା ପାଖରେ ପକା ଯାଇଥିବା ପିଚୁ ପ୍ରଥମ ବର୍ଷାରେ ଧୋଇଯାଇଛି। ଏଥିସହ ଏହାର ଦୁଇ ପାର୍ଶ୍ୱରେ ପକା ଯାଇଥିବା ମାଟି ଧସି ଆଁ କରିବାକୁ ବସିଲାଣି l ଏହାକୁ ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖା ଦେଇଛି। ଏଥିସହ ଏହାର ଉଚିତ ପଦକ୍ଷେପ ନେବାକୁ ଦାବି ହୋଇଛି। ଏ ସମ୍ପର୍କରେ ବିଭାଗୀୟ ଏସ୍‌ଡିଓ ଅର୍ଜୁନ ମୁଦୁଲିଙ୍କୁ ପଚାରିବାରୁ ରଜପର୍ବ ସମୟରେ ରାସ୍ତାରେ ପିଚୁ ପକା ଯାଇଥିଲା। ଏହା ଜମିବା ପାଇଁ ମାସେ ସମୟ ନେଇଥାଏ। ଏହାପୂର୍ବରୁ ବର୍ଷା ହେବାରୁ ପିଚୁ ଉଠି ଯାଇଛ। ପିଚୁ ଉଠିଥିବା ରାସ୍ତାରେ ପୁନଃ ପିଚୁ ପକାଯିବ ବୋଲି ସେ କହିଛନ୍ତି। ଏ ଦିଗରେ ଜିଲା ପ୍ରଶାସନ ତୁରନ୍ତ ଦୃଷ୍ଟି ଦେଇ ପଦକ୍ଷେପ ନେବା ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri