ବର୍ଷା ଧୋଇନେଲା ବର୍ଷକର ଦାନା

ଭୁବନେଶ୍ୱର,୨୨ା୧୨(ଅନିଲ ଦାସ): ଗତ ଦୁଇଦିନ ଧରି ଲାଗି ରହିଥିବା ଲଘୁଚାପ ବର୍ଷା ଧାନ ଫସଲକୁ ଏକ ପ୍ରକାର ଧୋଇନେଇଛି। ପାଣିରେ ଲୋଟୁଛି ପାଚିଲା ଧାନ। ଯଦିଓ ଶନିବାର ଅପରାହ୍ନରୁ ବର୍ଷା ହ୍ରାସ ପାଇଛି ତେବେ ବିଲରେ ପାଣି ଛିଡ଼ା ହୋଇଛି। ପାଣି ଖଲାସ କରିବାକୁ ନେଇ ଚାଷୀ ନାକେଦମ ହେଲେଣି। କ୍ଷେତରୁ ପାଣି ଶୀଘ୍ର ନ ଛାଡ଼ିଲେ ଧାନ ଗଜା ହୋଇଯିବା ଆଶଙ୍କା ଦେଖାଦେଇଛି। ଏଭଳିସ୍ଥଳେ ଦକ୍ଷିଣ ଓଡ଼ିଶା ଉପକୂଳରେ ପୁଣି ଏକ ଗୁରୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୩ ତାରିଖରୁ କେନ୍ଦୁଝର, ଯାଜପୁର, ମୟୂରଭଞ୍ଜ ଜିଲାରେ ବର୍ଷା ହୋଇପାରେ। ତେଣୁ ଧାନ ଅମଳ ହେବ କି ନାହିଁ ଚାଷୀଙ୍କୁ ସେଇ ଚିନ୍ତା ଘାରିଛି।
ଗତ ଦୁଇଦିନ ହେବ ଉପକୂଳରୁ ଆଭ୍ୟନ୍ତରୀଣ ସବୁଠି ବର୍ଷାର ପ୍ରକୋପ ଦେଖିବାକୁ ମିଳିଛି। କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ପରିବେଶକୁ କାଲୁଆ କରି ଦେଇଛି। ବର୍ଷା ଯୋଗୁ ଧାନ ସହ ରବି ଫସଲ ବିରି, ମୁଗ, କୋଳଥ, ଆଳୁ, ପନିପରିବା ଚାଷ ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ମେଘୁଆ ପାଗ ଯୋଗୁ ଦିନର ତାପମାତ୍ରା ୪ରୁ ୫ ଡିଗ୍ରୀ ସେଲସିୟସ ହ୍ରାସ ପାଇଛି। ଶୀତ ଓ ବର୍ଷାରେ ଜନଜୀବନ ପ୍ରଭାବିତ ହୋଇଛି। ରାଜ୍ୟର ବିଭିନ୍ନ ଜିଲାରେ ଅଧିକାଂଶ ମଣ୍ଡିରେ ଅମଳ ଧାନ ଖୋଲା ଆକାଶ ତଳେ ଥିବାରୁ ନଷ୍ଟ ହେବା ଆଶଙ୍କା ଦେଖାଦେଇଛି।
ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ବର୍ଷା ନୟାଗଡ଼ ଜିଲା ରଣପୁରରେ ହୋଇଛି। ଏଠାରେ ୧୦୮.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଖୋର୍ଦ୍ଧାର ବେଗୁନିଆରେ ୮୪ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଜଟଣୀରେ ୭୫, ପୁରୀର ପିପିଲିରେ ୭୫, ଜଗତ୍‌ସିଂହପୁରର ନୂଆଗାଁରେ ୭୩, ଖୋର୍ଦ୍ଧାର ବାଣପୁରରେ ୭୦, ଗଞ୍ଜାମର ବେଲଗୁଣ୍ଠାରେ ୬୯.୨, ପୁରୀର କୃଷ୍ଣପ୍ରସାଦରେ ୬୭ ଓ ଗୋପରେ ୬୬, ଖୋର୍ଦ୍ଧାର ଟାଙ୍ଗୀରେ ୬୨, ଜଗତ୍‌ସିଂହପୁରରେ ୬୧.୨ ଓ ପାରାଦୀପରେ ୬୧.୧ ମିମି ବର୍ଷା ରେକର୍ଡ କରାଯାଇଛି।
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପୂର୍ବ ଉତ୍ତର ପୂର୍ବଦିଗ ଦେଇ ଗତିକରି ଦୁର୍ବଳ ହୋଇଯିବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ସୁନ୍ଦରଗଡ଼ ଆଦି ଜିଲାର କିଛି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହିତ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲାରେ ପାଗ ମୁଖ୍ୟତଃ ମେଘୁଆ ରହିବା ସହିତ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।
ଅନ୍ୟପକ୍ଷରେ ଆସନ୍ତା ୪୮ ଘଣ୍ଟା ଯାଏ ରାଜ୍ୟରେ ପ୍ରବଳ କୁହୁଡ଼ି ହୋଇପାରେ। ବିଶେଷକରି କେନ୍ଦୁଝର, ଝାରସୁଗୁଡ଼ା, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା ଓ କୋରାପୁଟ ଜିଲାର କିଛି କିଛି ସ୍ଥାନରେ ଘନ କୁହୁଡ଼ି ହେବ। ଏହି ଜିଲାଗୁଡ଼ିକ ପାଇଁ ଏଲୋ ୱାର୍ନିଂ ଜାରି କରାଯାଇଛି। ଏହି ସବୁ ଜିଲାଗୁଡ଼ିକରେ ଘନ କୁହୁଡ଼ି ହେବାକୁ ଥିବାରୁ ଯେପରି କୌଣସି ଦୁର୍ଘଟଣା ନ ଘଟେ ସେଥିପାଇଁ ଆବଶ୍ୟକ ବ୍ୟବସ୍ଥା କରିବାକୁ ପୋଲିସ ଓ ପରିବହନ ବିଭାଗ ଅଧିକାରୀମାନଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri