ପୁଣି ଦାଉ ସାଧିଲା ବର୍ଷା, ଧାନକିଣା ବାଧାପ୍ରାପ୍ତ

ଭବାନୀପାଟଣା,୧୧ା୬ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସକାଳୁ ଘଡ଼ଘଡି ସହ ପ୍ରବଳ ବର୍ଷା ହୋଇଛି। ଫଳରେ ଜିଲାରେ ଧାନ କିଣା ପ୍ରଭାବିତ ହୋଇଛି। ଅନେକ ମଣ୍ଡିରେ ଧାନକିଣା ବନ୍ଦ ହୋଇଛି। ମଣ୍ଡି ଆରମ୍ଭରେ ମଧ୍ୟ କିଛି ଦିନ ଧରି ଲଗାଣ ବର୍ଷା ହୋଇଥିଲା। ଏଥିଯୋଗୁ ସପ୍ତାହରୁ ଊଦ୍ଧର୍‌ବ ଦିନ ଧରି ମଣ୍ଡି କାର୍ଯ୍ୟ ମନ୍ଥର ହୋଇଯାଇଥିଲା। ଏବେ ପୁଣି ଥରେ ବର୍ଷା ଚାଷୀଙ୍କ ପାଇଁ ଦାଉ ସାଧିଛି। ଧାନ ବିକ୍ରିହୋଇ ନ ପାରିବା ଚାଷୀଙ୍କ ଚିନ୍ତାର କାରଣ ପାଲଟିଛି। ମିଳିଥିବା ସୂଚନା ଅନୁଯାୟୀ, ଜିଲାରେ ରବିବାର ସୁଦ୍ଧା ୨୦,୨୭୩ ଚାଷୀଙ୍କ ୧୪ ଲକ୍ଷ ୩ ହଜାର ୧୨୫ କୁଇଣ୍ଟାଲ ଧାନ ଉଠାଣ କରାଯାଇଛି। ସେଥିମଧ୍ୟରୁ ରବିବାର ଗୋଟିଏ ଦିନରେ ୧୨୪୫ ଜଣ ଚାଷୀଙ୍କ ୮୫ ହଜାର ୮୮୬ କୁଇଣ୍ଟାଲ ଧାନ ଉଠାଣ ହୋଇଛି। ଜିଲାରେ ରବି ଧାନ କିଣା ଟାର୍ଗେଟ ବର୍ତ୍ତମାନ ସୁଦ୍ଧା ୨୧ ଲକ୍ଷ ୪୬ ହଜାର ରହିଥିବାବେଳେ ଅବଶିଷ୍ଟ ଧାନ ଏବେ ବି ବିକ୍ରି ନ ହୋଇ ମଣ୍ଡିରେ ପଡିଛି। ଧାନ ବିକ୍ରି ଆଶାରେ ଚାଷୀ ରହିଥିବାବେଳେ ବର୍ଷାଯୋଗୁ ମଣ୍ଡି ଓ ଖଳାରେ ଥିବା ଧାନ ଭିଜିବା ଆଶଙ୍କା ଦେଖାଦେଇଛି। ସେହିପରି ସରକାର ଧାନ କଟ୍‌ନୀ ବନ୍ଦ କରିଥିବାବେଳେ ମଣ୍ଡିରେ କିନ୍ତୁ ଏବେ କୁଇଣ୍ଟାଲ ପିଛା ୫ କେଜି ନ କାଟିଲେ ଧାନ ଉଠୁନାହିଁ। ଚାଷୀ ଅନ୍ୟ କିଛି ଉପାୟ ନ ପାଇ ଧାନ ଶୀଘ୍ର ଉଠୁ ବୋଲି ୫ କେଜି କଟ୍‌ନୀରେ ମିଲରକୁ ଧାନ ଦେଉଛି। ଏବେ ବର୍ଷା ଯୋଗୁ ଏହି କଟ୍‌ନୀ ପରିମାଣ ବଢିବ ବୋଲି ଚାଷୀଙ୍କଠାରୁ ଜଣାପଡିଛି। ଚଳିତ ରବି ଧାନ ସଂଗ୍ରହ ପାଇଁ ଜିଲାରେ ୧୪୫ଟି ଧାନ ମଣ୍ଡି ରହିଥିବାବେଳେ ସେଥିମଧ୍ୟରୁ ବର୍ତ୍ତମାନ ପର୍ଯ୍ୟନ୍ତ ୧୪୨ଟି ମଣ୍ଡି ଖୋଲିଛି। ଅବଶିଷ୍ଟ ୩ଟି ଖୋଲି ନାହିଁ। ସେହିପରି ଧାନ ଉଠାଣ ପାଇଁ ୭୫ ମିଲରଙ୍କୁ ନିୟୋଜିତ କରାଯାଇଛି। ଚଳିତ ରବିରେ ମଣ୍ଡିରେ ଧାନ ବିକ୍ରୟ କରିବା ପାଇଁ ୪୮,୮୧୮ ଜଣ ଚାଷୀ ଅନ୍‌ଲାଇନ ମାଧ୍ୟମରେ ନିଜ ନାମ ପଞ୍ଜୀକରଣ କରିଛନ୍ତି। ଏ ନେଇ ଜିଲା ମୁଖ୍ୟ ଯୋଗାଣ ଅଧିକାରୀ ପବିତ୍ର ସାହୁଙ୍କୁ ପଚାରିବାରୁ ବର୍ତ୍ତମାନ ସୁଦ୍ଧା ବର୍ଷା ଯୋଗୁ କୌଣସି ମଣ୍ଡି ପ୍ରଭାବିତ ହେବା ସୂଚନା ଆସିନାହିଁ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ରାସ୍ତାରେ ଆଣ୍ଠୁଏ ପାଣି: କପା-ଧାନ ଚାଷ ନଷ୍ଟ ଆଶଙ୍କା

କେସିଙ୍ଗା,୧୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଞ୍ଚଳରେ ଗୁରୁବାର ମଧ୍ୟରାତ୍ରିରୁ ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବିଜୁଳି ଯୋଗୁ ସମଗ୍ର…

‘ମୋତେ ଲାଜ ଲାଗୁଛି’, ଏମିତି କାହିଁକି କହିଲେ ନୀତିନ ଗଡକରୀ, ଯାହାକୁ ନେଇ ହେଉଛି ଚର୍ଚ୍ଚା

ନୂଆଦିଲ୍‌ଲୀ,୧୦।୯: କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀ ମୁମ୍ୱାଇ-ଗୋଆ ହାଇୱେ ପ୍ରକଳ୍ପରେ ହୋଇଥିବା ବିଳମ୍ୱକୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି। ଗୋଆର…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ବଡ଼ ଘୋଷଣା କଲା BCCI, ଅକ୍ଟୋବର ୬ରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ର ଷ୍ଟାର୍‌ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ଆସିଛି ବଡ଼ ଖବର। ଆହତ ସମସ୍ୟା କାରଣରୁ ଦୀର୍ଘ ସମୟ ଧରି କ୍ରିକେଟରୁ ଦୂରେ…

ରଡ଼ିଆ-କଂସାର ଗୋବରୀ ନଦୀବନ୍ଧରେ ୩୦୦ ଫୁଟର ଫାଟ, କାଳ ସାଜିଛି ଚିଙ୍ଗୁଡ଼ି ଘେରି

ମହାକାଳପଡ଼ା,୧୦ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ରଡ଼ିଆ-କଂସାର-ବଡ଼ଦାଣ୍ଡୁଆ ଗୋବରୀ ନଦୀ ପାର୍ଶ୍ୱ ଲୁଣା ଘେରି ବନ୍ଧ ସପ୍ତାହ ପୂର୍ବେ ଭୁଶୁଡ଼ି ପଡ଼ିବା…

ସୁଟ୍‌କେସ୍‌ରେ ଗଞ୍ଜେଇ ଧରି ବାହାର ରାଜ୍ୟକୁ ଯାଉଥିଲେ ସୁନୀତା: ମାଡ଼ିବସିଲା ପୋଲିସ

ଡୁଙ୍ଗୁରିପାଲି, ୧୦।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଜଣେ ମହିଳାଙ୍କଠାରୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ଜବତ କରି ତାଙ୍କୁ କୋର୍ଟ ଚାଲାଣ…

ମା’ଙ୍କୁ ଭରଣପୋଷଣ ଦେଉନାହାନ୍ତି ଭାଗ୍ୟବାନ: ବାନ୍ଧିଲା ପୋଲିସ

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ଭାଗ୍ୟବାନ ଗୌଡ଼ (୪୨)ଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ବ୍ରହ୍ମପୁର ଫେମିଲି କୋର୍ଟକୁ…

ଆପୋଷ ମିଳାମିଶାରେ ମାମଲା ସମାଧାନ ପାଇଁ ମାଜିଷ୍ଟ୍ରେଟଙ୍କ ଗୁରୁତ୍ୱାରୋପ: ବିବାଦ ସମାଧାନରେ…

ଦିଗପହଣ୍ଡି,୧୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସିଭିଲ କୋର୍ଟ କମ୍ପ୍ଲେକ୍ସ ପରିସରରେ ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ବିଭିନ୍ନ ବିବାଦର ସମାଧାନରେ ମଧ୍ୟସ୍ଥିଙ୍କ ଭୂମିକା…

ଶୁକ୍ରବାର ରାତିରେ ରାଶି ପରିବର୍ତ୍ତନ କରିବେ ଚନ୍ଦ୍ର: ବୃଷ-ସିଂହ ସହ ଏହି ରାଶିଙ୍କୁ ଫାଇଦା ହିଁ ଫାଇଦା, ମିଳିବ ଖୁସିଖବର

ଭୁବନେଶ୍ୱର: ଜ୍ୟୋତିଷ ଗଣନା ଅନୁସାରେ ୧୧ ସେପ୍ଟେମ୍ବର ୨୦୨୬ ରାତି ୭ଟା ୮ ମିନିଟ୍‌ରେ ଚନ୍ଦ୍ର ସିଂହ ରାଶି ଛାଡ଼ି କନ୍ୟା ରାଶିରେ ପ୍ରବେଶ କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri