ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ଅନୁଷ୍ଠିତ: ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇଛନ୍ତି ଦାରୁଦିଅଁ

ପୁରୀଅଫିସ,୨୬।୧୦:ଶ୍ରୀମନ୍ଦିରରେ ସୋମବାର ପବିତ୍ର ଦଶହରାରେ ମହାପ୍ରଭୁଙ୍କ ସୁନାବେଶ ବା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ବିଭିନ୍ନ ପ୍ରକାର ସ୍ବର୍ଣ୍ଣ ଅଳଙ୍କାରରେ ସଜେଇ ହୋଇଛନ୍ତି ଦାରୁଦିଅଁ। ଏହି ଅବସରରେ ଶ୍ରୀଜଗନ୍ନାଥ, ଶ୍ରୀ ବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ସୁଦର୍ଶନଙ୍କ ସୁନାବେଶ ଅନୁଷ୍ଠିତ ହୋଇଛି। ପବିତ୍ର ଦଶହରା ଅବସରରେ ଶ୍ରୀମନ୍ଦିରରେ ଆୟୁଧ ପୂଜାନୀତି ସମ୍ପନ୍ନ କରାଯାଇଥିଲା। ଏହି ବେଶରେ ପାଞ୍ଚଖଣ୍ଡ ଆଜ୍ଞାମାଳ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଲାଗି କରାଯାଇଥିଲା। ସକାଳଧୂପ ସରିବା ପରେ ଆୟୁଧମାନଙ୍କୁ ମହାସ୍ନାନ ପୂର୍ବକ ବରୁଣ ପୂଜା କରାଯାଇଥିଲା। ମେକାପ ୩ଟି ରୂପାଥାଳିରେ ଆୟୁଧ ରଖି ତଳୁଛ ଓ ପ୍ରଧାନୀ ସେବାୟତଙ୍କ ସହ ତିନିଥର ବଡ଼ଦେଉଳକୁ ପରିକ୍ରମା କରିବା ପରେ ପୁଷ୍ପାଳକ ବଳଭଦ୍ରଙ୍କ ବାଡ଼ରେ ହଳ ମୁଷଳ, ସୁଭଦ୍ରାଙ୍କ ବାଡ଼ରେ ସୁବର୍ଣ୍ଣ ତଡକୀ ଓ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ରେ ଶଙ୍ଖ ଚକ୍ର ଆୟୁଧ ଲାଗି କରିଥିଲେ। ପରେ ମଦନମୋହନ ଓ ରାମକୃଷ୍ଣ ଶ୍ରୀଜଗନ୍ନାଥ ବଲ୍ଲଭ ମଠ ମହାଖଳାକୁ ବିଜେ କରିଥିଲେ। ସେଠାରେ ଆଳତୀ ବଢିବା ପରେ ମଦନ ମୋହନଙ୍କ ସହ ଦୁର୍ଗାମାଧବ ସିଂହାସନକୁ ବିଜେ କରିଥିଲେ। ସେଠାରେ ତିନି ବାଡ଼ରେ ମଙ୍ଗଳାର୍ପଣ କରାଯାଇଥିଲା। ଏହି ଅବସରରେ ଜଗନ୍ନାଥ ବଲ୍ଲଭ ମଠରେ ଠାକୁରଙ୍କୁ ପ୍ରସାଦ ଲାଗି ଓ ବନ୍ଦାପନା କରାଯାଇଥିଲା।ଏହାପରେ ଠାକୁର ମାନେ ଶ୍ରୀମନ୍ଦିରକୁ ବାହୁଡା଼ ବିଜେ କରିଥିଲେ। ତେବେ ପ୍ରତିବର୍ଷ ଭକ୍ତମାନେ ମହାପ୍ରଭୁଙ୍କ ଏହି ମହାର୍ଘ ସୁନାବେଶ ଦର୍ଶନ କରୁଥିବା ବେଳେ ଚଳିତବର୍ଷ କୋଭିଡ କଟକଣା ଯୋଗୁ ଶ୍ରୀମନ୍ଦିର ବନ୍ଦ ଥିବାରୁ ଭକ୍ତମାନେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନରୁ ବଞ୍ଚିତ ହୋଇ ନିରାଶଭାବ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri