ରାଜଘାଟ-କଳସପୁର ନଦୀବନ୍ଧ ବିପର୍ଯ୍ୟସ୍ତ

ଯାଜପୁର ସଦର,୨୭ା୧୧(ସମର ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ଖରସ୍ରୋତା ନଦୀ ବନ୍ଧର ରାଜଘାଟଠାରୁ କଳସପୁର ପର୍ଯ୍ୟନ୍ତ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜାରକା ଜଳସମ୍ପଦ ବିଭାଗ ଅଧୀନରେ ଥିବା ଏହି ବନ୍ଧର କିଛି ମାସ ତଳେ ମରାମତି କରାଯାଇଥିଲା। ଏଥିପାଇଁ ବିପୁଳ ଟଙ୍କା ଖର୍ଚ୍ଚ କରାଯାଇଥିଲା। ହେଲେ ସେ ସେବୁ ମୂଲ୍ୟହୀନ ହୋଇପଡ଼ିଛି। ଏହିଦୁର୍ବଳ ବନ୍ଧରେ ବିଗତ ଦିନରେ ବନ୍ୟା ସମୟରେ ଘାଇ ହୋଇ ବ୍ୟାପକ ଧନ ସମ୍ପତ୍ତି ନଷ୍ଟ ହୋଇଥିବା ଦେଖାଯାଇଛି। ଗତ ବନ୍ୟାରେ ଘଳିଆ ପଡ଼ିବା ଯୋଗୁ ପ୍ରଶାସନ ପକ୍ଷରୁ ବାଲି ବସ୍ତାଦେଇ ଘଳିଆ ବନ୍ଦ କରାଯାଇଥିଲା। କଳସପୁରଠାରେ ଥିବା ବାଲିଘାଟରୁ ପ୍ରତ୍ୟେକ ଦିନ ଶହଶହ ଟ୍ରିପ ବାଲି ଟ୍ରାକ୍ଟର ଓ ହାଇୱାରେ ପରିବହନ ହେଉଥିବାରୁ ନଦୀବନ୍ଧ ଆହୁରି ଦୁର୍ବଳ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ଅଣଓସାରିଆ ନଦୀବନ୍ଧର ବିଭିନ୍ନ ସ୍ଥାନରେ ଖାଲଖମା ଯୋଗୁ ବାରମ୍ବାର ଦୁର୍ଘଟଣା ଘଟୁଛି। କଳସପୁର, ମାଧପୁର, ଭୁବନପୁର, ସାନଭୁବନପୁର ଓ ତନ୍ତିଘାଇ ଆଦି ଗ୍ରାମର ଜନ ସାଧାରଣ ଏହି ବନ୍ଧରେ ଯାତାୟାତ କରନ୍ତି। ଛାତ୍ରୀଛାତ୍ର ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ସାଇକେଲ ଯୋଗେ ଯାଇଥାନ୍ତି। ମାତ୍ର ବନ୍ଧ ରାସ୍ତା ବିପର୍ଯ୍ୟସ୍ତ ଯୋଗୁ ସେମାନେ ବନ୍ଧରେ ପଡ଼ିଖଣ୍ଡିଆ ଖାବରା ହେଉଥିବା ଦେଖାଯାଉଛି। ନଦୀବନ୍ଧର ବିଭିନ୍ନ ସ୍ଥାନରେ ଏତେ ବଡ ଖାଲ ହୋଇଛି ଯେ, ବର୍ଷା ଦିନେ ସେଠାରେ ଘାଇ ହେବା ନିଶ୍ଚିତ। ଜଳସମ୍ପଦ ବିଭାଗ ଦ୍ୱାରା ବନ୍ଧ ସୁଦୃଢ଼ୀକରଣ କରା ଯାଉଥିବା ବେଳେ ମାଫିଆଙ୍କ ଚୋରା ବାଲି ଚାଲାଣ ଯୋଗୁ ବନ୍ଧର ଏ ଅବସ୍ଥା ହେଉଛି ବୋଲି ସାଧାରଣରେ ଅଭିଯୋଗ ହେଉଛି। ଗ୍ରାମବାସୀଙ୍କ ପକ୍ଷରୁ ଏ ସମ୍ପର୍କରେ ବିଭାଗୀୟ ଉଚ୍ଚ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ଯାଉ ନ ଥିବା ଦେଖାଯାଇଛି। ଏ ସମ୍ପର୍କରେ ଜାରକା ଜଳସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ କାମଦେବ ଦାସଙ୍କୁ ଯୋଗାଯୋଗ କରିବାରୁ ସେ ଘଟଣାର ତଦନ୍ତ କରି ଜିଲାପାଳଙ୍କୁ ଜଣାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri