ରାଜଘାଟ-କଳସପୁର ନଦୀବନ୍ଧ ବିପର୍ଯ୍ୟସ୍ତ

ଯାଜପୁର ସଦର,୨୭ା୧୧(ସମର ବିଜୟ ଶରଣ): ଯାଜପୁର ବ୍ଲକ ଅନ୍ତର୍ଗତ ଖରସ୍ରୋତା ନଦୀ ବନ୍ଧର ରାଜଘାଟଠାରୁ କଳସପୁର ପର୍ଯ୍ୟନ୍ତ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଜାରକା ଜଳସମ୍ପଦ ବିଭାଗ ଅଧୀନରେ ଥିବା ଏହି ବନ୍ଧର କିଛି ମାସ ତଳେ ମରାମତି କରାଯାଇଥିଲା। ଏଥିପାଇଁ ବିପୁଳ ଟଙ୍କା ଖର୍ଚ୍ଚ କରାଯାଇଥିଲା। ହେଲେ ସେ ସେବୁ ମୂଲ୍ୟହୀନ ହୋଇପଡ଼ିଛି। ଏହିଦୁର୍ବଳ ବନ୍ଧରେ ବିଗତ ଦିନରେ ବନ୍ୟା ସମୟରେ ଘାଇ ହୋଇ ବ୍ୟାପକ ଧନ ସମ୍ପତ୍ତି ନଷ୍ଟ ହୋଇଥିବା ଦେଖାଯାଇଛି। ଗତ ବନ୍ୟାରେ ଘଳିଆ ପଡ଼ିବା ଯୋଗୁ ପ୍ରଶାସନ ପକ୍ଷରୁ ବାଲି ବସ୍ତାଦେଇ ଘଳିଆ ବନ୍ଦ କରାଯାଇଥିଲା। କଳସପୁରଠାରେ ଥିବା ବାଲିଘାଟରୁ ପ୍ରତ୍ୟେକ ଦିନ ଶହଶହ ଟ୍ରିପ ବାଲି ଟ୍ରାକ୍ଟର ଓ ହାଇୱାରେ ପରିବହନ ହେଉଥିବାରୁ ନଦୀବନ୍ଧ ଆହୁରି ଦୁର୍ବଳ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।
ଅଣଓସାରିଆ ନଦୀବନ୍ଧର ବିଭିନ୍ନ ସ୍ଥାନରେ ଖାଲଖମା ଯୋଗୁ ବାରମ୍ବାର ଦୁର୍ଘଟଣା ଘଟୁଛି। କଳସପୁର, ମାଧପୁର, ଭୁବନପୁର, ସାନଭୁବନପୁର ଓ ତନ୍ତିଘାଇ ଆଦି ଗ୍ରାମର ଜନ ସାଧାରଣ ଏହି ବନ୍ଧରେ ଯାତାୟାତ କରନ୍ତି। ଛାତ୍ରୀଛାତ୍ର ବିଦ୍ୟାଳୟ ଓ ମହାବିଦ୍ୟାଳୟକୁ ସାଇକେଲ ଯୋଗେ ଯାଇଥାନ୍ତି। ମାତ୍ର ବନ୍ଧ ରାସ୍ତା ବିପର୍ଯ୍ୟସ୍ତ ଯୋଗୁ ସେମାନେ ବନ୍ଧରେ ପଡ଼ିଖଣ୍ଡିଆ ଖାବରା ହେଉଥିବା ଦେଖାଯାଉଛି। ନଦୀବନ୍ଧର ବିଭିନ୍ନ ସ୍ଥାନରେ ଏତେ ବଡ ଖାଲ ହୋଇଛି ଯେ, ବର୍ଷା ଦିନେ ସେଠାରେ ଘାଇ ହେବା ନିଶ୍ଚିତ। ଜଳସମ୍ପଦ ବିଭାଗ ଦ୍ୱାରା ବନ୍ଧ ସୁଦୃଢ଼ୀକରଣ କରା ଯାଉଥିବା ବେଳେ ମାଫିଆଙ୍କ ଚୋରା ବାଲି ଚାଲାଣ ଯୋଗୁ ବନ୍ଧର ଏ ଅବସ୍ଥା ହେଉଛି ବୋଲି ସାଧାରଣରେ ଅଭିଯୋଗ ହେଉଛି। ଗ୍ରାମବାସୀଙ୍କ ପକ୍ଷରୁ ଏ ସମ୍ପର୍କରେ ବିଭାଗୀୟ ଉଚ୍ଚ ଅଧିକାରୀଙ୍କୁ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ କୌଣସି ପଦକ୍ଷେପ ନିଆ ଯାଉ ନ ଥିବା ଦେଖାଯାଇଛି। ଏ ସମ୍ପର୍କରେ ଜାରକା ଜଳସମ୍ପଦ ବିଭାଗ ନିର୍ବାହୀଯନ୍ତ୍ରୀ କାମଦେବ ଦାସଙ୍କୁ ଯୋଗାଯୋଗ କରିବାରୁ ସେ ଘଟଣାର ତଦନ୍ତ କରି ଜିଲାପାଳଙ୍କୁ ଜଣାଇବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଭାଜନ ବିଭୀଷିକା ସ୍ମୃତି ଦିବସରେ କ୍ୟାଣ୍ଡଲ ଶୋଭାଯାତ୍ରା

ଛତ୍ରପୁର,୧୪ା୮ (ଦିଲ୍ଲୀପି ସାମଲ): ବିଭାଜନ ବିଭୀଷିକା ସ୍ମୃତି ଦିବସରେ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଶୁକ୍ରବାର କ୍ୟାଣ୍ଡଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଏଥିରେ ଛତ୍ରପୁର ବିଧାୟକ କୃଷ୍ଣ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ଯୁବକଙ୍କୁ ଠେଙ୍ଗାରେ ଆକ୍ରମଣ, ଗୁରୁତର ଯୁବକଙ୍କ ମୃତ୍ୟୁ, ହତ୍ୟା ଅଭିଯୋଗ

କୋକସରା,୧୪ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ଗ୍ରାମରେ ଠେଙ୍ଗା ଆକ୍ରମଣରେ ଗୁରୁତର ଯୁବକଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ମୃତକ ହେଲେ…

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri