୨୦ ବର୍ଷ ପରେ ଓଡ଼ିଶା ପାଇଁ ଗୌରବ: ରାଜ୍ୟ ସଭାରେ ଅଧ୍ୟକ୍ଷତା କଲେ ଓଡ଼ିଆ ଏମ୍‌ପି

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଦୀର୍ଘ ୨୦ବର୍ଷ ପରେ ଓଡ଼ିଶା ଏମ୍‌ପି ରାଜ୍ୟ ସଭା ଗୃହ ପରିଚାଳନାରେ ଅଧ୍ୟକ୍ଷତା କରିଛନ୍ତି। ରାଜ୍ୟ ପାଇଁ ଏକ ଗୌରବର ମୁହୂର୍ତ୍ତ। ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଶନିବାର ଉପାଧ୍ୟକ୍ଷଙ୍କ ଅନୁପସ୍ଥିତିରେ ରାଜ୍ୟ ସଭାରେ ଅଧ୍ୟକ୍ଷତା କରିଛନ୍ତି। ମହାମାରୀ ରୋଗ (ସଂଶୋଧନ) ଅଧ୍ୟାଦେଶ-୨୦୨୦ ବିଲ୍‌ ରାଜ୍ୟ ସଭାରେ ଆଲୋଚନା ହେଉଥିବା ବେଳେ ସେ ଗୃହରେ ଅଧ୍ୟକ୍ଷତା କରିଥିଲେ। ସଭା କାର୍ଯ୍ୟ ଚଳାଇବା ପାଇଁ ଗୃହକୁ ପ୍ରବେଶ କରିବା ମାତ୍ରେ ଉପସ୍ଥିତ ସଦସ୍ୟମାନେ ସସ୍ମିତଙ୍କୁ ସ୍ବାଗତ କରିଥିଲେ। ସଭାକାର୍ଯ୍ୟ ଶେଷ ହେବା ପରେ ତାଙ୍କୁ ବିଭିନ୍ନ ଦଳର ଏମ୍‌ପିମାନେ ଶୁଭେଚ୍ଛା ଜଣାଇବା ସହ ସର୍ବକନିଷ୍ଠ ସଦସ୍ୟ ଭାବେ ଗୃହକୁ ଧୈର୍ଯ୍ୟ ଏବଂ ନମ୍ରତାର ଚଳାଇବା ଦକ୍ଷତାକୁ ପ୍ରଶଂସା କରିଥିଲେ। ଏହି ଗୌରବପୂର୍ଣ୍ଣ ମୁହୂର୍ତ୍ତକୁ ସସ୍ମିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟର ୪.୫ କୋଟି ଲୋକଙ୍କୁ ଉତ୍ସର୍ଗ କରିଛନ୍ତି। ଯେଉଁମାନଙ୍କ ବିନା ରାଜ୍ୟ ସଭାକୁ ଯିବା ସମ୍ଭବ ହୋଇ ପାରି ନ ଥା’ନ୍ତା। ପାର୍ଲାମେଣ୍ଟର ଉଚ୍ଚ ସଦନକୁ ପରିଚାଳନା କରିବା ରାଜ୍ୟ ପାଇଁ ଏକ ସମ୍ମାନର ବିଷୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ସାମାନ୍ୟ କଥା କଟାକଟିରୁ ଭୁଜାଲି-ଛୁରୀ ମାଡ଼; ୮ ଗୁରୁତର, ୨ ଜଣଙ୍କ ଅବସ୍ଥା…

ବରଗଡ଼,୧୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ୍ ଥାନା ଅନ୍ତର୍ଗତ ପାତିକାରପଲ୍ଲୀ ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏକ ଭୟାବହ ଗୋଷ୍ଠୀ ସଂଘର୍ଷ ଘଟିଯାଇଛି। ସାମାନ୍ୟ କଥା କଟାକଟିକୁ କେନ୍ଦ୍ର…

ବାତ୍ୟାର ରୂପ ନେବ ଲଘୁଚାପ ନା ହେବ ଝଡ଼ବର୍ଷା? ଓ୍ବାର୍ନିଂ ଜାରି କରି ସତର୍କ କଲା…

ଭୁବନେଶ୍ୱର, ୧୮ା୯(ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ରପତ୍ତନଠାରୁ ୯.୪ କି.ମି ଉଚ୍ଚତା ପର୍ଯ୍ୟନ୍ତ ବିସ୍ତୃତ ରହିଛି। ଶନିବାର…

IASସ୍ତରରେ ବଡ଼ ଧରଣର ଅଦଳବଦଳ କଲେ ରାଜ୍ୟ ସରକାର: ଏକାଧିକ ବିଭାଗର…

ଭୁବନେଶ୍ୱର,୧୮।୯: ରାଜ୍ୟ ପ୍ରଶାସନିକ ସେବାରେ ଏକ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ବରିଷ୍ଠ ଅଧିକାରୀମାନଙ୍କ ଦାୟିତ୍ୱରେ ପରିବର୍ତ୍ତନ କରାଯାଇ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ନୂତନ…

ଗଣେଶ ମେଢ଼ ଭସାଣି ବେଳେ ପୁଣି ବଡ଼ ଦୁର୍ଘଟଣା: ଜେନେରେଟର ନିଆଁରେ ପୋଡ଼ି ୫ ଶିଶୁ ଗୁରୁତର

ପୁରୁଷୋତ୍ତମପୁର,୧୮।୯(ସବିତା ମିଶ୍ର): ଗଣେଶ ମେଢ଼ ଭସାଣି ଶୋଭାଯାତ୍ରା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ଏକ ଅଭାବନୀୟ ଦୁର୍ଘଟଣା ଘଟିଯାଇଛି। ପ୍ରତାପୁର ରୁଷିକୂଲ୍ୟା ନଦୀରେ ଭସାଣି ବେଳେ…

ସିଙ୍ଗାରି ଅଞ୍ଚଳରେ ୨ ହାତୀଙ୍କ ଉପଦ୍ରବ: ବାଣ ଫୁଟାଇ ଜଙ୍ଗଲକୁ ଘଉଡ଼ାଇଲା ବନ ବିଭାଗ!

କଲ୍ୟାଣସିଂହପୁର, ୧୮/୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତ ସାନବାମୁଣଗୁଡ଼ା ଅଞ୍ଚଳରେ ୨ଟି ଜଙ୍ଗଲୀ ହାତୀ ପଶି ଆସିବା ଯୋଗୁଁ ସ୍ଥାନୀୟ…

ସମୟ ପୂର୍ବରୁ ବିଦ୍ୟାଳୟ ବନ୍ଦ ମହଙ୍ଗା ପଡ଼ିଲା ପ୍ରଧାନଶିକ୍ଷକ ନିଲମ୍ବିତ

ପାତ୍ରପୁର, ୧୮ା୯(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଗୁଣ୍ଡୁରା ପଞ୍ଚାୟତ ଅନ୍ତର୍ଗତ ଜଗନ୍ନାଥପୁର ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ବିଶ୍ୱନାଥ ପ୍ରଧାନଙ୍କୁ ସମୟ ପୂର୍ବରୁ ବିଦ୍ୟାଳୟ…

ଛତ୍ରପୁର କଲେଜ ଛକରେ ଦୁର୍ଘଟଣା: ସ୍କୁଟିକୁ ଧକ୍କା ଦେଲା ଦ୍ରୁତଗାମୀ ଟ୍ରକ୍‌

ଛତ୍ରପୁର, ୧୮/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର କଲେଜ ଛକରେ ଗୁରୁବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ସ୍କୁଟିକୁ ଧକ୍କା…

ଶାଶୁଙ୍କୁ ଛୁରିରେ ଆକ୍ରମଣ କଲେ ବୋହୁ, ଆଉ ତା’ ପରେ…

ହିଞ୍ଜିଳିକାଟୁ,୧୮।୯( ଦ୍ବିତୀକୃଷ୍ଣ ପଣ୍ଡା): ପାରିବାରିକ କଳହକୁ କେନ୍ଦ୍ରକରି ଶାଶୁଙ୍କୁ ଛୁରିରେ ଆକ୍ରମଣ କରିବା ଅଭିଯୋଗରେ ବୋହୁ ଗିରଫ ହୋଇଛନ୍ତି। ସେ ହେଲେ ଭାରତୀ ସାହୁ। କରୁଣାକର ମାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?