ବାରିପଦାରେ ନିର୍ମାଣ ହେବ ରାମମନ୍ଦିର

ବାରିପଦା ଅଫିସ,୬ା୮- ଅଯୋଧ୍ୟାଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ଚନ୍ଦ୍ରଙ୍କର ମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜା କରିଛନ୍ତି। ଏହି ଅବସରରେ ମୟୂରଭଞ୍ଜ ଜିଲା ବାରିପଦାର ଭୁଗୁଡାକଟାଠାରେ ଏକ ରାମ ମନ୍ଦିର ନିର୍ମାଣ ପାଇଁ ବୁଧବାର ସ୍ଥାନ ନିରୂପଣ କରାଯାଇଛି। ଏହି ଅବସରରେ ମୟୂଭରଞ୍ଜ ଏମ୍‌ପି ବିଶେଶ୍ୱର ଟୁଡୁ, ସାରସକଣା ବିଧାୟକ ବୁଢାନ ମୁର୍ମୁ, ଭାଜପା ଜିଲା ପରିଷଦ ଅଧ୍ୟକ୍ଷା ସୁଜାତା ମୁର୍ମୁ, ଭାଜପା ଜିଲା ସଭାପତି କାନ୍ଦରା ସରେନ, ବୁଦ୍ଧିଜିବୀ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏଥିରେ ଉପସ୍ଥିତ ଥିଲେ। ଭୁଗୁଡ଼ାକଟାରେ ଥିବା ବାବା ଆଖଣ୍ଡଳମଣି ମନ୍ଦିର ପରିସରରେ ଟେମ୍ପଲ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଏହା ନିର୍ମାଣ କରାଯିବାକୁ ସଂକଳ୍ପ ନିଆଯାଇଥିବା ବେଳେ ମନ୍ଦିର ନିର୍ମାଣର ସମସ୍ତ ଖର୍ଚ୍ଚ ଟ୍ରଷ୍ଟର ସଦସ୍ୟମାନେ ବହନ କରିବେ। ଟ୍ରଷ୍ଟର ମୁଖ୍ୟ ଲକ୍ଷ୍ମୀଧର ହାବଡାଙ୍କ କହିବାନୁଯାୟୀ ଆସନ୍ତା ଡିସେମ୍ବର ମାସରୁ ଏହି ମନ୍ଦିରର ଭୂମି ପୂଜନ ଓ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ମନ୍ଦିର ନିର୍ମାଣ ହେଲେ ଭୁଗୁଡ଼ାକଟା ଅଞ୍ଚଳର ସ୍ବତନ୍ତ୍ର ପରିଚୟ ସୃଷ୍ଟି ହୋଇପାରିବ ବୋଲି ଟ୍ରଷ୍ଟର ସଭାପତି ସୁରେଶ ଚନ୍ଦ୍ର ଭୂଜବଳ ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଟ୍ରଷ୍ଟର ସଦସ୍ୟ ବଟକୃଷ୍ଣ ସାମଲ, ଉପେନ୍ଦ୍ର ପ୍ରଧାନ, ସରୋଜ କୁମାର ପାତ୍ରଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ରହି ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଥାନାରେ ପଶି ଥାନାଧିକାରୀଙ୍କୁ ଗାଳିଗୁଲଜ କରି ଯୁବକ ଦେଲେ ହତ୍ୟା ଧମକ, ଭଦ୍ରଲୋକ ହୋଇ ଥାନାକୁ ଆସିଲେ,

ଉଦଳା,୧।୪(ସନ୍ତୋଷ କୁମାର ବାଛିନୀ): ଥାନାରେ ପଶି ହଙ୍ଗାମା କଲେ ଯୁବକ । ମହିଳା ଥାନା ଅଧିକାରୀଙ୍କ ସହିତ ଅନ୍ୟ ମହିଳା ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଲେ ଯୁବକ। କପ୍ତିପଦା…

ଘରର ଲାଇନ୍‌ କାଟି ଖୁଡ଼ୀଙ୍କୁ ହତ୍ୟା କରିବାକୁ ଯାଇଥିଲେ ପୁତୁରା, ପାଟି କରିବାରୁ…

ମୋରଡ଼ା,୧ା୪(ସ୍ମାରକ ମାଜୀ): ନିଜ ଖୁଡ଼ୀକୁ ଡାହାଣୀ ସନ୍ଦେହ କରି ଜୀବନରୁ ମାରିଦେବାକୁ ପୁତୁରା ଉଦ୍ୟମ କରିଥିବା ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ…

କଳିଯୁଗର ବୋହୂ…ଶାଶୁଙ୍କୁ ନିର୍ଘାତ ମାଡ଼ ମାରିବା ପରେ ପନିକିରେ ହାଣିଲେ, ସବୁ ଦେଖି ଚୁପ୍ ଥିଲେ ପୁଅ

ଉଦଳା,୩୧।୩(ସନ୍ତୋଷ କୁମାର ବାଛିନୀ): ବୋହୂ ସାଜିଲେ ରାକ୍ଷସୀ। ଗୁଣି ସନ୍ଦେହରେ ଶାଶୁଙ୍କୁ ଅତି ନିର୍ଦ୍ଦୟ ଭାବେ ଘର ଭିତରେ ପନିକିରେ ହାଣିଲା ବୋହୂ । ଆଉ ଏ…

ଶିମିଳିପାଳ ସୁରକ୍ଷା ପାଇଁ ଏକାଠି ହେଲେ ଗ୍ରାମବାସୀ

ବାରିପଦା,୩୦ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶ୍ୟାମାଖୁଣ୍ଟ ବ୍ଲକ ଅଧୀନ ରଙ୍ଗମାଟିଆସ୍ଥିତ ପଞ୍ଚାୟତ କଲ୍ୟାଣ ମଣ୍ଡପରେ ଶିମିଳିପାଳର ସୁରକ୍ଷା ନେଇ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।…

ହଷ୍ଟେଲରେ ଖାଇବା ପରେ ବିଗିଡ଼ିଲା ଛାତ୍ରୀଙ୍କ ସ୍ବାସ୍ଥ୍ୟ, ହସ୍ପିଟାଲରେ ଭର୍ତ୍ତି ହେଲେ ୧୫

ମୋରଡ଼ା,୩୦।୩(ସ୍ମାରକ ମାଜୀ): କର୍ତ୍ତୃପକ୍ଷଙ୍କ ଅବହେଳା ଯୋଗୁଁ ୧୫ ଜଣ ଛାତ୍ରୀ ଗୁରୁତର ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ଏମିତି ଘଟଣା ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲା…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri