ବାରିପଦାରେ ନିର୍ମାଣ ହେବ ରାମମନ୍ଦିର

ବାରିପଦା ଅଫିସ,୬ା୮- ଅଯୋଧ୍ୟାଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶ୍ରୀରାମ ଚନ୍ଦ୍ରଙ୍କର ମନ୍ଦିର ନିର୍ମାଣ ନିମନ୍ତେ ଭୂମି ପୂଜା କରିଛନ୍ତି। ଏହି ଅବସରରେ ମୟୂରଭଞ୍ଜ ଜିଲା ବାରିପଦାର ଭୁଗୁଡାକଟାଠାରେ ଏକ ରାମ ମନ୍ଦିର ନିର୍ମାଣ ପାଇଁ ବୁଧବାର ସ୍ଥାନ ନିରୂପଣ କରାଯାଇଛି। ଏହି ଅବସରରେ ମୟୂଭରଞ୍ଜ ଏମ୍‌ପି ବିଶେଶ୍ୱର ଟୁଡୁ, ସାରସକଣା ବିଧାୟକ ବୁଢାନ ମୁର୍ମୁ, ଭାଜପା ଜିଲା ପରିଷଦ ଅଧ୍ୟକ୍ଷା ସୁଜାତା ମୁର୍ମୁ, ଭାଜପା ଜିଲା ସଭାପତି କାନ୍ଦରା ସରେନ, ବୁଦ୍ଧିଜିବୀ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଏଥିରେ ଉପସ୍ଥିତ ଥିଲେ। ଭୁଗୁଡ଼ାକଟାରେ ଥିବା ବାବା ଆଖଣ୍ଡଳମଣି ମନ୍ଦିର ପରିସରରେ ଟେମ୍ପଲ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଏହା ନିର୍ମାଣ କରାଯିବାକୁ ସଂକଳ୍ପ ନିଆଯାଇଥିବା ବେଳେ ମନ୍ଦିର ନିର୍ମାଣର ସମସ୍ତ ଖର୍ଚ୍ଚ ଟ୍ରଷ୍ଟର ସଦସ୍ୟମାନେ ବହନ କରିବେ। ଟ୍ରଷ୍ଟର ମୁଖ୍ୟ ଲକ୍ଷ୍ମୀଧର ହାବଡାଙ୍କ କହିବାନୁଯାୟୀ ଆସନ୍ତା ଡିସେମ୍ବର ମାସରୁ ଏହି ମନ୍ଦିରର ଭୂମି ପୂଜନ ଓ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ମନ୍ଦିର ନିର୍ମାଣ ହେଲେ ଭୁଗୁଡ଼ାକଟା ଅଞ୍ଚଳର ସ୍ବତନ୍ତ୍ର ପରିଚୟ ସୃଷ୍ଟି ହୋଇପାରିବ ବୋଲି ଟ୍ରଷ୍ଟର ସଭାପତି ସୁରେଶ ଚନ୍ଦ୍ର ଭୂଜବଳ ପ୍ରକାଶ କରିଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଟ୍ରଷ୍ଟର ସଦସ୍ୟ ବଟକୃଷ୍ଣ ସାମଲ, ଉପେନ୍ଦ୍ର ପ୍ରଧାନ, ସରୋଜ କୁମାର ପାତ୍ରଙ୍କ ସମେତ ବହୁ ସଦସ୍ୟ ଉପସ୍ଥିତ ରହି ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ଆଉ ସହି ହେବନି,ଏଥର ଭୋଟ ବର୍ଜନ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ)ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ପାଦଦେଶ ଯଦୁନାଥପୁର ପଞ୍ଚାୟତବାସୀ ଅବହେଳିତ ଓ ନିଷ୍ପେଷିିତ ଅବସ୍ଥାରେ ଜୀବନଯାପନ କରୁଛନ୍ତି। ଦେଶ ସ୍ବାଧୀନତାର ୭୭ବର୍ଷ ପରେ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ମୋରଡ଼ା ବିଜେଡି ବିଧାୟିକା ପ୍ରାର୍ଥିନୀଙ୍କ ପ୍ରତି ଛୁଟୁଛି ବିଦ୍ରୋହର ସୁଅ: ଦଳରୁ ଇସ୍ତଫା ଦେଲେ ସାଧାରଣ ସମ୍ପାଦକ

ମୋରଡ଼ା,୨୨ା୪(ସ୍ମାରକ ମାଜୀ): ଆଗକୁ ସାଧାରଣ ନିର୍ବାଚନ ଥିବା ବେଳେ ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ପାଇଁ ବିଜୁ ଜନତା ଦଳ ମୋରଡ଼ା ବିଧାୟକ ରାଜକିଶୋର ଦାସଙ୍କ...

ଅଣାୟତ୍ତ ଶିମିଳିପାଳ ନିଆଁ

ବାରିପଦା,୨୨ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ଅଣାୟତ୍ତ ହେବାରେ ଲାଗିଛି। ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କୋର୍‌ ଓ ବଫର ଅଞ୍ଚଳରେ ନିଆଁ...

ଜିଲ୍ଲା ପରିଷଦଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୯ କୋଟି ଟଙ୍କା ଗାଏବ

ମୟୁରଭଞ୍ଜ,୨୧।୪: ମୟୂରଭଞ୍ଜ ଜିଲାର ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରେ ଥିବା ଜିଲା ପରିଷଦ ଆକାଉଣ୍ଟରୁ ୯ କୋଟିରୁ ଅଧିକ ଟଙ୍କା ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri