ରାମଚଣ୍ଡୀ ମନ୍ଦିର ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୯ା୭: କେନ୍ଦ୍ରାପଡ଼ା ଜିଲାର ଅନ୍ୟତମ ଶକ୍ତିପୀଠ ମହାକାଳପଡ଼ା ବ୍ଲକ ରାମନଗରସ୍ଥ ରାମଚଣ୍ଡୀ ମନ୍ଦିର ପରିସର ରାଜ୍ୟ ପର୍ଯ୍ୟଟନ କ୍ଷେତ୍ର ମାନ୍ୟତାରୁ ବଞ୍ଚତ୍ତ ହୋଇଛି। ଏହି ପ୍ରସଙ୍ଗ ଶୀତଳଭଣ୍ଡାରକୁ ଚାଲିଯାଇଛି। ୨୦୧୭ ରୁ ଏ ସମ୍ପର୍କରେ ସମସ୍ତ ତଥ୍ୟ ରାଜ୍ୟ ପର୍ଯ୍ୟଟନ ବିଭାଗକୁ ଜିଲା କାର୍ଯ୍ୟାଳୟ ପକ୍ଷରୁ ପ୍ରଦାନ କରାଯାଇଥିଲା। ହେଲେ ଏ ପର୍ଯ୍ୟନ୍ତ ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ମିଳିପାରିନାହିଁ। ଏହି ଶକ୍ତିପୀଠର ବିଭିନ୍ନ ସମସ୍ୟାର ସାମାଧାନ ଜରୁରୀ ହୋଇପଡିଥିବା ସ୍ଥାନୀୟ ଅଧିବାସୀ ମତ ପ୍ରକାଶ କରିଛନ୍ତି।
ମା’ ରାମଚଣ୍ଡୀ ସେନାର କାର୍ଯ୍ୟକର୍ତ୍ତା ସୁବାସ ସ୍ବାଇଁ କହିଛନ୍ତି, ମା’ଙ୍କ ରୀତିନୀତି ପରିଚାଳନା ପାଇଁ ତତ୍କାଳୀନ କୁଜଙ୍ଗ ରାଜା ରାମନଗର, ପେଟଛେଲା, ଭୋପାଳ, ବାରଡାଙ୍ଗ ଆଦି ମୌଜାରେ ଜମି ଦାନ କରିଥିଲେ। ତେବେ ଏହି ଜମିକୁ କେତେଜଣ ଜବରଦଖଲକାରୀଙ୍କ କବ୍‌ଜାକୁ ଚାଲିଯାଇଛି। ସେହିପରି ୨୦୧୬ରୁ ମନ୍ଦିର ପରିଷଦର କାର୍ଯ୍ୟକାଳ ଶେଷ ହୋଇଥିବା ବେଳେ ଏହାର ନବୀକରଣ ହୋଇନାହିଁ। ବିଭିନ୍ନ ସମୟରେ ଏପରି ବହୁ ସମସ୍ୟା ଉତ୍‌ଥାପନ କରି ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଛି। ପୂର୍ବତନ ଜିଲାପାଳ ସମର୍ଥ ବର୍ମା ମଧ୍ୟ ସମସ୍ୟାଗୁଡିକର ଅନୁଧ୍ୟାନ ପାଇଁ ଉପଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଅଦ୍ୟାବଧି ଏହାର ସୁଫଳ ମିଳିନାହିଁ। ସେନାର କର୍ମକର୍ତ୍ତା ଲକ୍ଷ୍ମୀଧର ସ୍ବାଇଁ କହିଛନ୍ତି, ମା’ଙ୍କ ପୀଠ ବାଟ ଦେଇ ପର୍ଯ୍ୟଟନ କ୍ଷେତ୍ର ହୁକିଟୋଲା ଓ ବତିଘରକୁ ପର୍ଯ୍ୟଟକମାନେ ଯାଇଥାନ୍ତି। ଏଥିପାଇଁ ୧୯୯୭-୯୮ ଆର୍ଥିକ ବର୍ଷରେ ପୀଠ ପରିସରରେ ପାନ୍ଥଶାଳା ନିର୍ମାଣ ହୋଇଥିଲା। ଏହା ଏବେ ଜରାଜୀର୍ଣ୍ଣ ହୋଇପଡି ରହିଥିବାରୁ ପର୍ଯ୍ୟଟକଙ୍କ କାମରେ ଆସୁନାହିଁ। ସେହିପରି ମା’ଙ୍କ ପ୍ରସିଦ୍ଧ ପର୍ବ ଝାମୁଯାତ୍ରାରେ ଅସଂଖ୍ୟ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥାଏ। ଏହି ସମୟରେ ଆଦାୟ ଅର୍ଥ ବାଟମାରଣା ହେଉଥିବା ଅଭିଯୋଗ ହେଉଛି। ଏହାର ତଦନ୍ତ ଜରୁରୀ ବୋଲି ସେ ମତବ୍ୟକ୍ତ କରିଛନ୍ତି। ମହାକାଳପଡ଼ାର ହରେକୃଷ୍ଣ ପାତ୍ର କହିଛନ୍ତି, ପର୍ଯ୍ୟଟନ କ୍ଷେତ୍ରର ମାନ୍ୟତା ମିଳିଲେ ଶ୍ରଦ୍ଧାଳୁ ଓ ପର୍ଯ୍ୟଟକଙ୍କ ଭିଡ ବଢ଼ିବ। ଏଥିସହ ଝାମୁଯାତ୍ରା ସମୟରେ ଶ୍ରଦ୍ଧାଳୁଙ୍କ ସଂଖ୍ୟା ଦୃଷ୍ଟିରୁ ପୀଠ ପରିସରର ବୃଦ୍ଧି ଆବଶ୍ୟକ। ଏହି ସ୍ଥାନରେ ଏବେ ନିର୍ମାଣାଧୀନ ପାଣିଟାଙ୍କି ଆଗାମୀ ଦିନରେ ଅସୁବିଧା ସୃଷ୍ଟି କରିବ। ଏଥିସହ ଦୁଇଥର ଏହି ପୀଠରୁ ଅଳଙ୍କାର ଚୋରି ହୋଇଥିବାରୁ ପୋଲିସ ପାଟ୍ରୋଲିଂର ଆବଶ୍ୟକତା ରହିଛି। ଏ ସମ୍ପର୍କରେ ଉପଜିଲାପାଳ ନିରଞ୍ଜନ ବେହେରାଙ୍କୁ ପଚାରିବାରେ ସମସ୍ୟାର ସମାଧାନ ପାଇଁ ପୀଠସ୍ଥଳକୁ ଯାଇ ଅନୁଧ୍ୟାନ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?