Posted inରାଜ୍ୟ

୧୨.୫୨ କୋଟି ଟଙ୍କାରେ ନିର୍ମିତ ରାମଲିଙ୍ଗେଶ୍ୱର ପୋଖରୀ ଉଦ୍‌ଘାଟିତ

ବ୍ରହ୍ମପୁର ଅଫିସ୍‌,୪।୧- ବ୍ରହ୍ମପୁର ମହାନଗରକୁ ଦେଶରେ ସୁନ୍ଦର ସହର ଭାବେ ଗଢ଼ି ତୋଳିବା ପାଇଁ ପରିକଳ୍ପନା କରାଯାଇଛି। ଏନେଇ ସମସ୍ତେ ମିଶି ଏହାର ସଫଳ ରୂପାୟନ କରିବା ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେଶମ ନଗରବାସୀଙ୍କୁ ଆହ୍ବାନ ଦେଇଛନ୍ତି। ସହରରେ ବାଣିଜ୍ୟ ଓ ଶିକ୍ଷାର ପ୍ରସାର ପାଇଁ ନିରନ୍ତର ଉଦ୍ୟମ ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ସୋମବାର ରାମଲିଙ୍ଗେଶ୍ୱର ପୋଖରୀ ସାୈନ୍ଦର୍ଯ୍ୟକରଣ ଯୋଜନା ଓ ନବ ନିର୍ମିତ ପ୍ରମୋଦ ଉଦ୍ୟାନ(ପାର୍କ)କୁ ଭିଡିଓ କନ୍‌ଫରେନ୍ସରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ, ରାମଲିଙ୍ଗେଶ୍ୱର ପୋଖରୀ ସହରର ସ୍ବାଭିମାନ। ଏହା ନିକଟରେ ରହିଥିବା ରାମଲିଙ୍ଗେଶ୍ୱର ମନ୍ଦିରରେ ମହାଦେବ ପୂଜା ପାଉଛନ୍ତି। ଏହା ଏକ ଧାର୍ମିକସ୍ଥଳୀ। ରାମଲିଙ୍ଗେଶ୍ୱର ପୋଖରୀର ସାୈନ୍ଦର୍ଯ୍ୟକରଣ ଓଡ଼ିଶା ବିକାଶରେ ସହାୟକ ହୋଇପାରିବ। ପୋଖରୀକୁ ସହରବାସୀ ନିଜର ଭାବି ଯତ୍ନ ନେବାକୁ ସେ ପରାମର୍ଶ ଦେଇଥିଲେ। କୋଭିଡ୍‌ ମହାମାରୀ ସମୟରେ ଗଞ୍ଜାମ ଜିଲାର ଆର୍ଥତ୍କ ସ୍ଥିତି ଦୋହଲି ଯାଇଥିଲା। ଜିଲାବାସୀଙ୍କ ସହଯୋଗ କାରଣରୁ ଗଞ୍ଜାମ ଜିଲା କରୋନା ମୁକାବିଲା କ୍ଷେତ୍ରରେ ବିଶ୍ୱରେ ଏକ ସ୍ବତନ୍ତ୍ର ଉଦାହରଣ ସୃଷ୍ଟି କରିଛି। ମେଗା ପାନୀୟ ଜଳପ୍ରକଳ୍ପ ଜାନିବିଲି ନିର୍ମାଣ ଦ୍ୱାରା ସହରର ସମସ୍ୟାରେ ସୁଧାର ଆସିଛି। ଆଗାମୀ ଦିନରେ ମଧ୍ୟ ଆଉ କେତେକ ଯୋଜନା କାର୍ଯ୍ୟକାରୀ କରାଯିବାର ପ୍ରସ୍ତାବ ଅଛି। ୧୨.୫୨ କୋଟି ଟଙ୍କା ବ୍ୟୟରେ ସାୈନ୍ଦର୍ଯ୍ୟକରଣ କରାଯାଇଥିବା ରାମଲିଙ୍ଗେଶ୍ୱର ପୋଖରୀରେ ୧୫୦୦ ବର୍ଗ ମିଟରର ଉଦ୍ୟାନ, ଏହାର ଚତୁଃପାର୍ଶ୍ୱରେ ୬୨୦ମିଟର ପାଦଚଲା ରାସ୍ତା ଓ ୨୮୦ ମିଟର ଉଚ୍ଚତର ଚଲାପଥ ରହିଛି। ଏଥିସହ ୬ଟି ୱାଚ୍‌ ଟାୱାର ସହ ୩୫ ଫୁଟ ଉଚ୍ଚତା ବିଶିଷ୍ଟ ମହାଦେବଙ୍କ ପ୍ରତିମୂର୍ତ୍ତି ରହିଛି। ପୋଖରୀ ମଧ୍ୟରେ ଆଲୋକୀକରଣର ବ୍ୟବସ୍ଥା ସାଙ୍ଗକୁ ବୋଟିଂର ବ୍ୟବସ୍ଥା କରାଯାଇଥିବା ଗଞ୍ଜାମ ଜିଲାପାଳ ତଥା ବିଏମ୍‌ସି ପ୍ରଶାସକ ବିଜୟ ଅମୃତା କୁଲାଙ୍ଗେ କହିଥିଲେ। ବ୍ରହ୍ମପୁର ଏମ୍‌ପି ଚନ୍ଦ୍ରଶେଖର ସାହୁ, ବିଧାୟକ ବିକ୍ରମ କୁମାର ପଣ୍ଡା, ପୂର୍ବତନ ବିଧାୟକ ଡା. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକ, ଜଙ୍ଗଲ, ପରିବେଶ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିଡିଏ ପୂର୍ବତନ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ମହାରଣା, ପୂର୍ବତନ ମେୟର କେ.ମାଧବୀ, ଦକ୍ଷିଣାଞ୍ଚଳ ଆର୍‌ଡିସି ଟି. ଆଓ, ବ୍ରହ୍ମପୁର ଉପଜିଲାପାଳ ଭି. କୀର୍ତ୍ତିଭାସନ୍‌, ବିଏମ୍‌ସି କମିଶନର ସିଦ୍ଧେଶ୍ୱର ବଳିରାମ ବନ୍ଦାର ପ୍ରମୁଖ ଉପସ୍ଥିତ ଥିଲେ। ଭିଡିଓ କନ୍‌ଫରେନ୍ସରେ ବିଏମ୍‌ସିର ପୂର୍ବତନ କମିଶନର ତଥା ବର୍ତ୍ତମାନର ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?