ବଳାତ୍କାରୀଙ୍କୁ ୨୦ବର୍ଷ କାରାଦଣ୍ଡ

ସୁୁନ୍ଦରଗଡ଼,୩୦।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଏଡିଜେ ପାର୍ଥସାରଥି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ ରାଜକୁମାର ଲୋହାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ପୋକ୍‌ସୋ ଆକ୍ଟ ସେକ୍ସନ-୬ରେ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହ ୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅର୍ଥ ଅନାଦେୟ ହେଲେ ୧ବର୍ଷ ଅଧିକ କାରାବାସ ଆଦେଶ ଦେଇଛନ୍ତି।

ମାମଲାରରୁ ପ୍ରକାଶ ଯେ, ୨୦୧୩ରେ ପୀଡିତା ନାବାଳିକାଙ୍କୁ ଅଭିଯୁକ୍ତ ନିଜ ଘରେ ୩ମାସ ଧରି ବଳାତ୍କାର କରିଥିଲେ। ଏ ସମ୍ପର୍କରେ ପୀଡିତାଙ୍କ ଜେଜେମା ଗତ ୨୦୧୩ ମାର୍ଚ୍ଚ ୬ରେ ରଘୁନାଥପାଲୀ ଥାନାରେ ଏତଲା ଦେଇଥିଲେ। ପୋଲିସ ଏତଲା ପରେ ଭାରତୀୟ ଦଣ୍ଡବିଧି ଧାରା ୩୭୬ (୨) (ଏଫ୍‌)/ ୩୨୩ / ୩୪୧ /୫୦୬ / ୬ପୋକ୍‌ସୋ ଆକ୍ଟ ଅନୁଯାୟୀ ଏକ ମାମଲା (ନଂ. ୫୭/୨୦୧୩) ରୁଜୁ କରାଯାଇଥିଲା। ଅଭିଯୁକ୍ତଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଥିଲା। ନାବାଳିକାଙ୍କ ବୟାନ୍‌ ଏବଂ ଅନ୍ୟ ୧୧ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ଓ ପୋଲିସର ସବିଶେଷ ତଦନ୍ତ ରିପୋର୍ଟକୁ ଆଧାର କରି ବିଚାରପତି ରାୟ ପ୍ରକାଶ କରିଛନ୍ତି। ବିଚାରପତି ତାଙ୍କ ରାୟରେ ପୀଡିତାଙ୍କୁ ୭ଲକ୍ଷ ଟଙ୍କା ଅନୁକମ୍ପା ରାଶି ପ୍ରଦାନ କରିଛନ୍ତି। ଏହି ମାମଲାକୁ ରଘୁନାଥପାଲିର ତତ୍କାଳୀନ ଥାନା ଅଧିକାରୀ ସ୍ନିଗ୍ଧାରାଣୀ ସୁନା ତଦନ୍ତ କରିଥିବା ବେଳେ ସରକାରଙ୍କ ପକ୍ଷରୁ ପବ୍ଲିକ ପ୍ରସିକ୍ୟୁଟର ଅବଦୁଲ ସମିମ୍‌ ଅଖତାର ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଶଙ୍ଖଭବନରେ ବସିବ ବୈଠକ, ନବୀନ ନେବେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୧୬ା୨: ସୋମବାର ଅର୍ଥାତ୍‌ ଆଜି ଶଙ୍ଖଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିବ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଉକ୍ତ ବୈଠକ…

ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଲାଗିଲା ବଡ଼ ଝଟକା

ଗୁଆହାଟି,୧୬।୨: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ଦଳକୁ ଏକ ବଡ଼ ଝଟକା ଲାଗିଛି। ବରିଷ୍ଠ ନେତା ଏବଂ ପୂର୍ବତନ ରାଜ୍ୟ କଂଗ୍ରେସ ସଭାପତି ଭୂପେନ ବୋରା…

ବୃହସ୍ପତିଙ୍କ ନକ୍ଷତ୍ରରେ ଗୋଚର କରିବେ ବୁଧ, ଶିକ୍ଷା ଏବଂ କ୍ୟାରିୟରରେ ଉନ୍ନତି କରିବେ ୩ ରାଶି

ବୁଧ ଗ୍ରହ ବୃହସ୍ପତିଙ୍କ ନକ୍ଷତ୍ର ପୂର୍ବ ଭାଦ୍ରପଦରେ ଫେବୃଆରୀ ୧୫ ରୁ ମାର୍ଚ୍ଚ ୧୦ ତାରିଖ ପର୍ଯ୍ୟନ୍ତ ରହିବେ । ଜ୍ଞାନ ଏବଂ ସମୃଦ୍ଧିର ଗ୍ରହ ବୃହସ୍ପତିଙ୍କ…

ଗଜପତି କୋଣାର୍କ ପଠାଇଥିଲେ ରାଜାଭିଷେକ, ବିବାହ ବେଳର ୧,୫୧,୬୫୧ ମାଢ଼ ସୁନା

ଗତ ସଂଖ୍ୟାରେ ଆମେ ସାମ୍ରାଜ୍ୟ କେଉଁଠୁ, କେଉଁମାନେ ମନ୍ଦିର ନିର୍ମାଣ ପାଇଁ କେତେ ସହଯୋଗ କରିଥିଲେ ତା’ର ଏକ ଚିତ୍ର ଦେବାକୁ ଆରମ୍ଭ କରିଥିଲୁ। ଓଡ଼ିଆମାନେ ମନ୍ଦିର…

ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି ଏଭଳି କହି ଚାପ ପକାଉଛନ୍ତି…

ଭୁବନେଶ୍ୱର,୧୬।୨(ରବିନାରାୟଣ ଜେନା): ମୋତେ ନିୟମକାନୁନ ଦେଖାନା, ମୁଁ ପରା କହୁଛି। ସକାଳେ କଲମ୍‌ରେ କଂକ୍ରିଟ ଢଳାହେଲା ମାନେ ସନ୍ଧ୍ୟା ସୁଦ୍ଧା ବିଲ୍‌ ହେବା ଦରକାର। ଠିକାଦାରଙ୍କ ଉଦ୍ଦେଶ୍ୟରେ…

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨:  ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି…

କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ…

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri