ବଳାତ୍କାରୀଙ୍କୁ ୨୦ବର୍ଷ ଜେଲ

ବାରିପଦା ଅଫିସ,୭ା୪: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ବୁଧବାର ଏକ ନାବାଳିକା ବଳାକତ୍ାର ମାମଲାର ରାୟ ପ୍ରକାଶ ପାଇଛି ା ଜଜ୍‌ ସୁମିତା ଜେନା ଏହାର ବିଚାର କରି ଅଭିଯୁକ୍ତ ବଳରାମ ସର୍ଦ୍ଦାର(୨୨)ଙ୍କୁ ଦୋଷୀ ସାବ୍ୟସ୍ତ କରି ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହ ୧୫ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି ା ଜରିମାନା ଅନାଦାୟ ଅଧିକ ୪ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ଏହା ବ୍ୟତୀତ ପୀଡିତାଙ୍କୁ କ୍ଷତିପୂରଣ ବାବଦରେ ୪ଲକ୍ଷ ଟଙ୍କା ଆଇନ ସହାୟତା କର୍ତ୍ତୃପକ୍ଷ ପୈଠ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଅନୁଯାୟୀ, ୨୦୧୯ ଜୁନ ୨୮ରେ ତିରିଂ ଥାନା ଅଞ୍ଚଳର ଜଣେ ନାବାଳିକା ଖେଳୁଥିବା ସମୟରେ ଝାଡଖଣ୍ଡ ରାଜ୍ୟ ପୂର୍ବ ସିଂହଭୂମ ଜିଲା କୋଆଲି ଥାନା ଦାମୁଡିହୀ ଗ୍ରାମର ବଳରାମ ତାଙ୍କୁ ଉଠାଇ ନେଇ ବଳାତ୍କାର କରିଥିଲେ। ପରେ ନାବାଳିକାଙ୍କ ପରିବାର ଲୋକଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଥିଲା। ସରକାରଙ୍କ ପକ୍ଷରୁ ଆଇନଜୀବୀ ଅଭିନ୍ନ ପଟ୍ଟନାୟକ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

ବିଦ୍ୟାଳୟରେ ଅବ୍ୟବସ୍ଥା: ଚରମସୀମାରେ ଛାତ୍ରୀଛାତ୍ରଙ୍କ ଅସନ୍ତୋଷ, ବିଡିଓଙ୍କୁ ଭେଟିବାକୁ ଚାଲିଚାଲି ପଳେଇଲେ

ବାରିପଦା,୧୦ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଏକଲବ୍ୟ ମଡେଲ ଆବାସିକ ବିଦ୍ୟାଳୟରେ ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?