ବଳାତ୍କାର ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡ

କଟକ ଅଫିସ, ୬।୧୦: ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ କରୁଣାକର କାଣ୍ଡିଙ୍କୁ ୨୦ବର୍ଷ କାରାଦଣ୍ଡାଦେଶ ଦେଇଛନ୍ତି କଟକ ପୋକ୍‌ସୋ କୋର୍ଟ। ଏଥିସହ ଦୋଷୀଙ୍କୁ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଯଦି ଦୋଷୀ ଏହି ଜରିମାନା ନ ଦିଅନ୍ତି ତେବେ ତାଙ୍କୁ ଏକ ବର୍ଷ ଅଧିକ ଜେଲଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ରାୟ ଶୁଣାଇଛନ୍ତି। ସୋମବାର କଟକ ପୋକ୍‌ସୋ କୋର୍ଟର ବିଚାରପତି ବନ୍ଦନା କର ଏହି ଆଦେଶ ଦେଇଛନ୍ତି।
ମାମଲାର ବିବରଣୀ ଅନୁଯାୟୀ, ନିଶ୍ଚିନ୍ତକୋଇଲି ଅଞ୍ଚଳର ଜଣେ ୧୩ବର୍ଷୀୟା ନାବାଳିକା ଯାଜପୁର ଜିଲା ଧର୍ମଶାଳା ଅଞ୍ଚଳସ୍ଥ ତାଙ୍କ ମାଉସୀ ଘରକୁ ରାମନବମୀ ମେଳା ଦେଖିବାକୁ ଯାଇଥିଲେ। ଏହି ସମୟରେ ମାଉସୀ, ମଉସା ନ ଥିବା ସୁଯୋଗରେ ଅଭିଯୁକ୍ତ କରୁଣାକର ନାବାଳିକାଙ୍କ ହାତ ଗୋଡ଼ ବାନ୍ଧି ବଳାତ୍କାର କରିଥିଲେ। ଭୟରେ ଏକଥା ପୀଡ଼ିିତା କହାକୁ ଜଣାଇ ନ ଥିଲେ। ପରେ ସେ ନିଜ ଘର ନିଶ୍ଚିନ୍ତକୋଇଲିକୁ ଫେରିଥିଲେ। ଏହି ଘଟଣା ସମ୍ପର୍କରେ ପୀଡ଼ିିତାଙ୍କ ମା’ ଜାଣିବା ପରେ ନିଶ୍ଚିନ୍ତକୋଇଲି ଥାନାରେ ଏତଲା ଦେଇଥିଲେ। ପୋଲିସ ଅଭିଯୁକ୍ତ କରୁଣାକରଙ୍କୁ ୨୦୧୪ ମେ ୧୨ରେ ଗିରଫ କରି କୋର୍ଟଚାଲାଣ କରିଥିଲା। ସେବେଠାରୁ ସେ ବିଚାର ବିଚାର ବିଭାଗୀୟ ହାଜତରେ ରହିଥିଲେ। ଏହି ମାମଲାର ଶୁଣାଣି କଟକ ପୋକ୍‌ସୋ କୋର୍ଟରେ ଚାଲିଥିଲା। ରାଜ୍ୟ ସରକାରଙ୍କ ପକ୍ଷରୁ ଆଇନଜୀବୀ ରମେଶ ଚନ୍ଦ୍ର ମହାନ୍ତି ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ହେବ ଖେମୁଣ୍ଡି ଲୋକ ମହୋତ୍ସବ, ୨ ମନ୍ତ୍ରୀ ୪ ବିଧାୟକଙ୍କୁ କରାଯିବ ନିମନ୍ତ୍ରଣ

ଦିଗପହଣ୍ଡି,୧୨।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ରାଜସ୍ବ ବଙ୍ଗଳା ସମ୍ମିଳନୀ କକ୍ଷରେ ରବିବାର ଅପରାହ୍ନରେ ଖେମୁଣ୍ଡି ଲୋକ ମହୋତ୍ସବ ଆୟୋଜନ କରିବା ନିମନ୍ତେ ପ୍ରସ୍ତୁତି ବୈଠକ…

କନ୍ଧମାଳରୁ ଗଞ୍ଜେଇ ଚଲାଣ ବେଳେ ମାଡ଼ି ବସିଲା ପୋଲିସ, ଆଉ ତା’ପରେ…

ଭଞ୍ଜନଗର,୧୨।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ରବିବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୁଗୁଡ଼ା ଥାନା…

ଡେଲିଭରି ବୟର ସଙ୍ଗୀନ କାରନାମା! ଅର୍ଡର ଦେବା ପରେ ପଶିଲେ, ମହିଳାଙ୍କୁ ପ୍ରାଇଭେଟ୍ ପାର୍ଟ…

ବେଙ୍ଗାଲୁରୁ,୧୨।୭: ଶନିବାର ବେଙ୍ଗାଲୁରୁରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଡେଲିଭରି ଏଜେଣ୍ଟ ଘରେ ଜୋରଜବରଦସ୍ତ ପ୍ରବେଶ କରି ମହିଳାଙ୍କ ସମ୍ମୁଖରେ ଅଶ୍ଳୀଳ କାର୍ଯ୍ୟ…

ଜାତୀୟସ୍ତରରେ ସମ୍ମାନିତ ହେଲେ ବ୍ରାହ୍ମଣୀଗାଁର ଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି, ୧୨ା୭ (ଅରୁଣ ସାହୁ): ଦାରିଙ୍ଗବାଡ଼ି ବ୍ଲକ୍‌ ବ୍ରାହ୍ମଣୀଗାଁ ଅଞ୍ଚଳରର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ା ପୁଣିଥରେ ଜାତୀୟସ୍ତରରେ ସମ୍ବର୍ଦ୍ଧିତ ହୋଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି।…

ଭଗ୍ନ ସରକାରୀ କାର୍ଯ୍ୟାଳୟରେ ଖାଲି କଫ ସିରପ ଶିଶି, ଅଞ୍ଚଳବାସୀ କହିଲେ…

କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲାର କର୍ଲାମୁଣ୍ଡା ବ୍ଲକର ଏକ ପରିତ୍ୟକ୍ତ ଉଦ୍ୟାନ ବିଭାଗ କାର୍ଯ୍ୟାଳୟ ପରିସରରେ ବହୁ ସଂଖ୍ୟକ କଫ ସିରପର ଖାଲି ଶିଶି ପଡ଼ିଥିବା…

ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….

ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ପୂର୍ବତନ ବିଧାୟକଙ୍କ ଜନ୍ମଜୟନ୍ତୀ ସମାରୋହ

ଦିଗପହଣ୍ଡି,୧୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏକ କଲ୍ୟାଣମଣ୍ଡପରେ ପୂର୍ବତନ ବିଧାୟକ ତଥା ପ୍ରବୀଣ କୃଷକ ନେତା ସ୍ବର୍ଗତ ବିଶ୍ୱନାଥ ସାହୁ ଜନ୍ମ ଶତବାର୍ଷିକୀ…

ରେଳଧାରଣାରୁ ମିଳିଲା ଯୁବତୀଙ୍କ ମୃତଦେହ, ବଢ଼ିଲା ସନ୍ଦେହ…

ଛତ୍ରପୁର,୧୨।୭(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ନିକଟ ହୁମ୍ବର ଗ୍ରାମ ଦେଇ ଯାଉଥିବା ଚେନ୍ନାଇ-ହାୱଡ଼ା ରେଳଧାରଣା କଡ଼ରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri