ରଥଯାତ୍ରାକୁ ଜାତୀୟ ଛୁଟି ଘୋଷଣା କରାଯାଉ

ଭୁବନେଶ୍ୱର,୨୮ା୬(ବ୍ୟୁରୋ): ବିଶ୍ବପ୍ରସିଦ୍ଧ ରଥଯାତ୍ରାକୁ ଜାତୀୟ ଛୁଟି ଦିବସ ଭାବେ ଘୋଷଣା କରାଯାଉ। ଏନେଇ ଦାବି ଜୋର୍‌ ଧରିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖି ଦାବି ଉପସ୍ଥାପନ କରିଛି ଓଡ଼ିଶା କଲଚରାଲ୍‌ ସର୍କଲ। ଏହାର ଅଧ୍ୟକ୍ଷ ତଥା ହୋଟେଲ୍‌ ଆଣ୍ଡ୍‌ ରେଷ୍ଟୁରାଣ୍ଟ ଆସୋସିଏଶନ୍‌ ଅଫ୍‌ ଓଡ଼ିଶା (ଏଚ୍‌ଆର୍‌ଏଓ)ର ଅଧ୍ୟକ୍ଷ ଜେ. କେ. ମହାନ୍ତି ଲେଖିଥିବା ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ବିଶ୍ବପ୍ରସିଦ୍ଧ। କେବଳ ପୁରୀ କିମ୍ବା ଓଡ଼ିଶାରେ ରଥଯାତ୍ରା ସୀମିତ ନାହିଁ କି କେବଳ ଓଡ଼ିଆଙ୍କ ପର୍ବ ହୋଇ ରହିନାହିଁ। ଦେଶ ଓ ବିଦେଶରେ ମହାପ୍ରଭୁଙ୍କ ରଥ ଗଡ଼ୁଛି। ସାରା ବିଶ୍ୱବାସୀ ଏହି ଉତ୍ସବରେ ସାମିଲ ହେଉଛନ୍ତି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ରଥରେ ଦେଖିବାକୁ ଓ ରଥ ଟାଣିବାକୁ ସାରା ଦେଶରେ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସବୁ ଲୋକଙ୍କ ଭିତରେ ଉତ୍ସାହ ଦେଖିବାକୁ ମିଳୁଛି। ଏହି ପବିତ୍ର ଦିନକୁ ଜାତୀୟ ଛୁଟି ଘୋଷଣା କଲେ ସମସ୍ତେ ମହାପ୍ରଭୁଙ୍କ ରଥଯାତ୍ରାରେ ଭାଗ ନେଇପାରନ୍ତେ। ଏଥିସହ ଓଡ଼ିଶା ତଥା ଭାରତୀୟ ସଂସ୍କୃତି ଓ ଧାର୍ମିକ ଭାବନାର ଅବିଚ୍ଛେଦ୍ୟ ଅଙ୍ଗ ପାଲଟିଥିବା ରଥଯାତ୍ରା ଆହୁରି ଲୋକପ୍ରିୟ ହୋଇପାରନ୍ତା ବୋଲି ଯୁକ୍ତି ଦର୍ଶାଇଛନ୍ତି।

କେବଳ ସେତିକି ନୁହେଁ, ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ସହ ଓଡ଼ିଶା ସଂସ୍କୃତି ଓ ପର୍ଯ୍ୟଟନର ବିକାଶରେ ଏହା ବିଶେଷ ସହାୟକ ହେବ। ବିଶେଷକରି ଓଡ଼ିଶା ପର୍ଯ୍ୟଟନକୁ ରଥଯାତ୍ରା ମାଧ୍ୟମରେ ଆହୁରି ଆଗକୁ ନେଇ ହେବ। ବିଶ୍ବ ଭ୍ରାତୃଭାବକୁ ପ୍ରଚାର କରିବାରେ ଓ ଭଗବାନଙ୍କ ସହ ଭକ୍ତଙ୍କୁ ନିକଟତର କରିବାରେ ଏହି ଯାତ୍ରା ଏକ ଅନନ୍ୟ ଉଦାହରଣ। ମହାପ୍ରଭୁ ନିଜେ ମନ୍ଦିର ବାହାରକୁ ଆସି ରଥାରୁଢ଼ ହୋଇ ଭକ୍ତଙ୍କୁ ଦର୍ଶନ ଦେବା ଏକ ବିରଳ ତଥା ଅଦ୍ବିତୀୟ ପରମ୍ପରା। ସବୁ ବର୍ଗ, ସବୁ ଜାତି, ସବୁ ଧର୍ମର ଲୋକ ରଥ ଟାଣିବା ପରି ଦୃଶ୍ୟ ଅନ୍ୟ କୌଣସି ଧାର୍ମିକ ଉତ୍ସବରେ ଦେଖିବାକୁ ମିଳେନି। ତେଣୁ ରଥଯାତ୍ରାର ବିଶେଷତ୍ୱ ଏବଂ ଭାରତୀୟ ତଥା ହିନ୍ଦୁ ସଂସ୍କୃତିର ଏହି ଅନନ୍ୟ ବିଭବକୁ ବିଚାରକୁ ନେଇ ଏହି ଦିନକୁ ଜାତୀୟ ଛୁଟି ଭାବେ ମାନ୍ୟତା ଦେବାକୁ କେନ୍ଦ୍ର ସରକାର ପଦକ୍ଷେପ ନେବାକୁ ମହାନ୍ତି ଅନୁରୋଧ କରିଛନ୍ତି। ଏନେଇ ଓଡ଼ିଶା କଲଚରାଲ୍‌ ସର୍କଲ ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ, କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଓ ରାଜ୍ୟ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କର ମଧ୍ୟ ଦୃଷ୍ଟି ଆକର୍ଷଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri