ଆଜି ଖୋଲିବ ରତ୍ନଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନାରୁପା ଅଳଙ୍କାର!

ଭୁବନେଶ୍ୱର,୧୪।୭: ଖୋଲିବ କାଳିଆର ରତ୍ନ ଭଣ୍ଡାର। ୪୬ବର୍ଷ ପ୍ରତୀକ୍ଷାର ଅନ୍ତ। ଆଜି ସବୁ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସିର ଦିନ। ରବିବାର ଦିନ ୧ଟାରୁ ୧ଟା ୩୦ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ ହେବ। ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କହିଛନ୍ତି, ରତ୍ନଭଣ୍ଡାରର ମରାମତି ଓ ଗଣତିମଣତି ବାବଦ କାର୍ଯ୍ୟ ଅତ୍ୟନ୍ତ ସ୍ବଚ୍ଛତା ସହ ଓ ସୁରୁଖୁରୁରେ କରିବା ପାଇଁ ବିଭିନ୍ନ କମିଟି ଗଠନ ହୋଇଛି। କିଏ କେଉଁ କମିଟିରେ ରହିବେ ତାହା ମଧ୍ୟ ସରକାର ଚୂଡ଼ାନ୍ତ କରିସାରିଛନ୍ତି। ପ୍ରତ୍ୟେକ କାର୍ଯ୍ୟ ବିଧିବ୍ୟବସ୍ଥା ଅନୁସାରେ କରାଯିବ । ତେବେ କାଳିଆର ସେହି ଚର୍ଚ୍ଚିତ ଭଣ୍ଡାରରେ କେତେ ସୁନା-ରୁପା ରହିଛି ଜାଣନ୍ତୁ।

ଦ୍ୱାଦଶ ଶତାବ୍ଦୀର ବିଶ୍ୱ ପ୍ରସିଦ୍ଧ ଐତିହ୍ୟ ପୁରୀ ଶ୍ରୀମନ୍ଦିରରେ ଥିବା ରତ୍ନଭଣ୍ଡାର ଏବେ ବି ଲୋକଙ୍କ ପାଇଁ ଏକ ରହସ୍ୟ ହୋଇ ରହିଛି। ମହାପ୍ରଭୁଙ୍କର ଦୁଇଟି ରତ୍ନଭଣ୍ଡାର ଅଛି। ଗୋଟିଏ ଭିତର ଓ ଅନ୍ୟଟି ବାହାର ରତ୍ନଭଣ୍ଡାର। ପ୍ରତିବର୍ଷ ରଥଯାତ୍ରା ଓ ମହାପ୍ରଭୁଙ୍କ ଅନ୍ୟାନ୍ୟ ଯାନିଯାତ୍ରା ସମୟରେ ବାହାର ରତ୍ନଭଣ୍ଡାରରୁ ରତ୍ନ ଆଭୂଷଣ ଅଣାଯାଇ ବେଶ କରାଯାଇଥାଏ। କିନ୍ତୁ ଭିତର ରତ୍ନଭଣ୍ଡାର ବନ୍ଦ ରହିଥିବାରୁ ସେଠାରେ କେତେ ପରିମାଣର ଆଭୂଷଣ ରହିଛି ତା’ର ସବିଶେଷ ବିବରଣୀ କାହା ପାଖରେ ନାହିଁ। ଏପରି କି ଭିତର ରତ୍ନଭଣ୍ଡାରରେ ୭ଟି ଭଣ୍ଡାର ଘର ଥିବା କୁହାଯାଉଛି। ଭିତର ରତ୍ନଭଣ୍ଡାରକୁ ଖୋଲିବା ପାଇଁ ଅତୀତରେ କ୍ୱଚିତ ଉଦ୍ୟମ ହୋଇଛି।

ତଥ୍ୟ ମୁତାବକ ନୀଳମଣି ରାଉତରାୟ ୧୯୭୭ରୁ ୧୯୮୦ ପର୍ଯ୍ୟନ୍ତ ଓଡ଼ିଶାର ଦଶମ ମୁଖ୍ୟମନ୍ତ୍ରୀ ଥିଲେ। ତାଙ୍କ ଅମଳରେ ୧୯୭୮ ମେ’ ୧୩ରୁ ଜୁଲାଇ ୨୩ ମଧ୍ୟରେ ରତ୍ନଭଣ୍ଡାର ଖୋଲାଯାଇଥିଲା। ସେତେବେଳେ ଭଣ୍ଡାରରେ ଥିବା ଅଳଙ୍କାରଗୁଡ଼ିକୁ ଗଣତି କରାଯାଇଥିଲା। ଏହା ପରେ ୧୯୮୦ ମେ’ରେ ଅନୁଷ୍ଠିତ ରାଜ୍ୟ ବିଧାନସଭା ର୍ନିବାଚନରେ ନୀଳମଣିଙ୍କ ନେତୃତ୍ୱାଧୀନ ଜନତା ଦଳ ସରକାରର ପତନ ଘଟିଥିଲା। ଏହି ର୍ନିବାଚନରେ କଂଗ୍ରେସ ସରକାର ଗଠନ କରିଥିଲା। କଂଗ୍ରେସ ନେତା ଜାନକୀ ବଲ୍ଲଭ ପଟ୍ଟନାୟକ (୧୯୮୦-୧୯୮୯) ମୁଖ୍ୟମନ୍ତ୍ରୀ ହୋଇଥିଲେ। ୧୯୮୫ ଜୁଲାଇ ୧୪ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ ହୋଇଥିଲା।

୧୯୭୮ ମସିହାରେ ଶେଷଥର ପାଇଁ ରତ୍ନଭଣ୍ଡାରର ଅଳଙ୍କାର ଗଣତି ହୋଇଥିଲା। ଯେଉଁଥିରେ ବାହାର, ଭିତର ଓ ଚଳନ୍ତି ରତ୍ନଭଣ୍ଡାରର ଅଳଙ୍କାର ମିଶାାଇ ତାଲିକା ହୋଇଥିଲା। ୧୨ହଜାର ୮୩୧ ଭରି ପଥର ସହିତ ସୁନା ଅଳଙ୍କାର ଓ ୨୨ହଜାର ୧୫୩ ଭରି ପଥର ସହିତ ରୁପା ବାସନ, ପୂଜା ସାମଗ୍ରୀ ରହିଛି। ଗୋଟିଏ ଭରିର ଓଜନ ୧୧.୬୬ ଗ୍ରାମ ବୋଲି କୁହାଯାଉଥିବାରୁ ସେତେବେଳେ ସୁମାରି ହୋଇଥିବା ମୂଲ୍ୟବାନ ପଥର ସହିତ ସୱର୍ଣ୍ଣ ସାମଗ୍ରୀର ଓଜନ ୧୪୯ କିଲୋ ୬୦୯ ଗ୍ରାମରୁ ଅଧିକ ଥିଲା । ସେହିପରି ମୂଲ୍ୟବାନ ପଥର ସହିତ ରୁପା ସାମଗ୍ରୀର ଓଜନ ୨୫୮ କିଲୋ ୩୦୩ ଗ୍ରାମରୁ ଅଧିକ ରହିଥିବା ଜଣାପଡିଥିଲା ।

ତେବେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ଏହି ସୁନା ଓ ରୁପାକୁ କିଲୋଗ୍ରାମ ଆକାରରେ ୨୦୨୩ରେ ହାଇକୋର୍ଟରେ ସତ୍ୟପାଠରେ ଦର୍ଶାଯାଇଛି। ତେବେ ସତ୍ୟପାଠରେ ଦର୍ଶାଯାଇଥିବା ରିପୋର୍ଟରେ ୭୫ କିଲୋଗ୍ରାମ ରୁପା କମ ରହିଛି। ୧୨,୮୩୧ ଭରି ସୁନାର ସମୁଦାୟ ଓଜନ ହେଉଛି ୧୪୯ କିଲୋଗ୍ରାମ ୬୦୯ ଗ୍ରାମ। ସେହିପରି ୨୨୧୫୩ ଭରି ରୂପାର ଓଜନ ହେଉଛି ୨୫୮ କିଲୋଗ୍ରାମ ୩୦ ଗ୍ରାମ। ୨୦୧୮ ମସିହାରେ ବିଧାନସଭାରେ ଆଇନମନ୍ତ୍ରୀ ରତ୍ନଭଣ୍ଡାର ଅଳଙ୍କାର ନେଇ ସମାନ ଉତ୍ତର ରଖିଥିଲେ। କିନ୍ତୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସତ୍ୟପାଠରେ ଦର୍ଶାଯାଇଛି ଯେ, ରତ୍ନଭଣ୍ଡାର ଭିତରେ ୧୪୯ କିଲୋ ସୁନା ଓ ୧୮୩ କିଲୋ ରୂପା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲା ମହାବଳ ବାଘ: ବାହାରୁ ତାଲା ପକାଇଦେଲେ ଗାଁ ଲୋକେ

ବାରିପଦା, ୨୫।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ରେଞ୍ଜ ଅନ୍ତର୍ଗତ ଖପରାଖାଇ ଗାଁରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗାଁ ଭିତରକୁ ଏକ ମହାବଳ…

‘ଦୃଶ୍ୟମ ୩’କୁ ନେଇ ବଢୁଛି କ୍ରେଜ୍‌: ଓପନିଂ ଡେ’ରେ ୫୦ କୋଟି ଟାର୍ଗେଟ୍‌

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ସସ୍ପେନ୍ସ-ଥ୍ରିଲର୍‌ ଫ୍ରାଞ୍ଚାଇଜ ‘ଦୃଶ୍ୟମ’ର ତୃତୀୟ ଭାଗକୁ ନେଇ ଦର୍ଶକଙ୍କ ଉତ୍ସାହ ବଢ଼ିବାରେ ଲାଗିଛି। ଅଜୟ ଦେବଗନଙ୍କ ଅଭିନୀତ ‘ଦୃଶ୍ୟମ ୩’ ୨ ଅକ୍ଟୋବର…

ବାଘୁଆମେଦ ଗ୍ରାମ ଅବସ୍ଥା ଶୋଚନୀୟ: ଘରେ ପଶିଲା ଆଣ୍ଠୁଏ ପାଣି

ମହାକାଳପଡ଼ା,୨୫।୯: ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗିରହିଛି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧିନ ବଉଳକଣି ପଞ୍ଚାୟତ…

ତୁହାକୁ ତୁହା ବର୍ଷାରେ ଅସ୍ତବ୍ୟସ୍ତ ଜନଜୀବନ: ଗୋଖରକୁଦା ରାସ୍ତାରେ ଭାଙ୍ଗିଲା ଗଛ, ଘରେ ପଶିଲା ବର୍ଷା ଜଳ

ଗଞ୍ଜାମ,୨୫।୯(ବିଦ୍ୟାଧର ସାହୁ ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି । ତୁହାକୁ ବର୍ଷା ପାଇଁ ଲୋକେ ଘରୁ ପଦାକୁ…

୧୩୨ କେଭି ଲାଇନ୍‌ରେ ଫଲ୍ଟ: ଅନ୍ଧାରରେ କନ୍ଧମାଳ

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ଗତ କିଛି ଦିନ ହେଲା କନ୍ଧମାଳ ଜିଲାରେ ବିଦ୍ୟୁତ ସେବା ବାରମ୍ବାର ବାଧାପ୍ରାପ୍ତ ହେଉଛି। ଗୁରୁବାର…

ଛଡାକିଆରେ ରାସ୍ତା ଉପରେ ବିରାଟ ଗଛ: ଦାରିଙ୍ଗବାଡ଼ି-ମୋହନା ରାସ୍ତା ଠପ୍‌

ଦାରିଙ୍ଗବାଡ଼ି, ୨୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦାସିଙ୍ଗବାଡ଼ି ପଞ୍ଚାୟତ ଅନ୍ତର୍ଗତ ଛଡାକିଆ ନିକଟରେ ରାସ୍ତା ଉପରେ ଏକ ବିରାଟକାୟ ଗଛ ଉପୁଡ଼ି ପଡ଼ିବାରୁ…

କୋମଲ ରାଣୀଙ୍କ ସହ ଲାଲବାଗଚା ଦର୍ଶନ: ମୁହଁ ଖୋଲିଲେ ଗୋବିନ୍ଦା, ମୋ ଛବି ଖରାପ…

ମୁମ୍ବାଇ,୨୫।୯: ୯୦ ଦଶକର ଲୋକପ୍ରିୟ ଅଭିନେତା ଗୋବିନ୍ଦା ପୁଣିଥରେ ବଲିଉଡ୍‌ରେ କମବ୍ୟାକ୍‌ କରିବାକୁ ପ୍ରସ୍ତୁତ ହେଉଛନ୍ତି । ଏହାରି ଭିତରେ ତାଙ୍କ ଆଗାମୀ ଫିଲ୍ମ ‘ରୂପା’ର କୋ-ଷ୍ଟାର…

କମଲଜିତ-ସୁରୁଚିଙ୍କ କମାଲ: ଭାରତକୁ ଭେଟିଦେଲେ ପୁଣି ସ୍ବର୍ଣ୍ଣ

ନାଗୋୟା,୨୫।୯:ଏସିଆନ ଗେମ୍ସ ୨୦୨୬ରେ ସେପ୍ଟେମ୍ବର ୨୫ ଭାରତ ପାଇଁ ଆରମ୍ଭରୁ ହିଁ ଚମତ୍କାର ରହିଛି। ଶୁଟିଂରେ କମଲଜିତ ଓ ସୁରୁଚି ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?