କାଲି ଖୋଲାଯିବ ରତ୍ନଭଣ୍ଡାର, ବଡ଼ ବୟାନ ଦେଲେ ଆଇନମନ୍ତ୍ରୀ

ପୁରୀ,୧୩ା୭: ରତ୍ନଭଣ୍ଡାର ଖୋଲାଯିବା ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ କରି ଏହି ସୂଚନା କହିଛନ୍ତି, ଆସନ୍ତାକାଲି ଅର୍ଥାତ୍‌ ରବିବାର ରତ୍ନଭଣ୍ଡାର ଖୋଲାଯିବ। ଏଥିରେ କୌଣସି ପରିବର୍ତ୍ତନ କରାଯିବ ନାହିଁ।

ଆଇନ ମନ୍ତ୍ରୀ କହିଛନ୍ତି, କାଲିଠାରୁ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରକ୍ରିୟା ଆରମ୍ଭ ହେବ। ଏହା କ୍ରମାଗତ ଭାବେ ଚାଲିବ। କେତେବେଳେ ଖୋଲିବ, ସେ ନିଷ୍ପତ୍ତି ନେବାକୁ ମୁଖ୍ୟ ପ୍ରଶାସକଙ୍କୁ ଦାୟିତ୍ୱ ଦିଆଯାଇଛି। ଶୁଭ ସମୟ ଦେଖି ମୁଖ୍ୟ ପ୍ରଶାସକ ଏହାର ନିଷ୍ପତ୍ତି ନେବେ। ରତ୍ନଭଣ୍ଡାର ଗଣତି, ମଣତି ନେଇ ଆର୍‌ବିଆଇ ସହାୟତା ନିଆଯିବ। ତାଙ୍କ ପ୍ରତିନିଧି ଉପସ୍ଥିତ ରହିବେ ।

ଅଳଙ୍କାରର ସଂଖ୍ୟା, ମାନ ଏବଂ ଓଜନ ନିର୍ଦ୍ଧାରଣ କରାଯିବ। ଅଳଙ୍କାରଗୁଡ଼ିକର ଡିଜିଟାଲ ଫଟୋଗ୍ରାଫି କରାଯିବ। ଫଟୋଗ୍ରାଫ କରାଯାଇ ଏକ ଡିଜିଟାଲ କାଟାଲଗ୍‌ ତିଆରି ହେବ। ଆଗାମୀ ଦିନ ପାଇଁ ଏହା ଏକ ରେଫରେନ୍ସ ଡକ୍ୟୁମେଣ୍ଟ ଭାବେ ରହିବ ବୋଲି ଆଇନ ମନ୍ତ୍ରୀ କହିଛନ୍ତି।

ସୂଚନାଯୋଗ୍ୟ, ୨୦୧୮ ମାର୍ଚ୍ଚ ୨୨ରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ମୁତାବକ ପ୍ରଥମେ ମାର୍ଚ୍ଚ ୨୬ରେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ) ଟିମ୍‌ ରତ୍ନଭଣ୍ଡାର ଯାଞ୍ଚ କରିଥିଲେ। ପରେ ଏପ୍ରିଲ ୪ରେ ଭିତର ରତ୍ନଭଣ୍ଡାର ଖୋଲିବାକୁ ୧୭ ଜଣିଆ ପ୍ରାଧିକୃତ୍‌ ଟିମ୍‌ ଯାଇଥିଲା। ତେବେ ଚାବି ହଜିଥିବାରୁ ଭିତର ରତ୍ନଭଣ୍ଡାର ଖୋଲାଯାଇପାରି ନ ଥିଲା। ପରେ ଚାବି ହଜିବା ସମ୍ପର୍କରେ ସରକାରଙ୍କ ପକ୍ଷରୁ ଜଷ୍ଟିସ୍‌ ରଘୁବୀର ଦାସ କମିଶନ ତଦନ୍ତ କରିଥିଲା। ମାତ୍ର ତଦନ୍ତ ରିପୋର୍ଟ ସାର୍ବଜନୀନ କରାଗଲା ନାହିଁ। ଶ୍ରୀମନ୍ଦିର ରେକର୍ଡ ଅଫ୍‌ ରାଇଟସ୍‌ ମୁତାବକ ପ୍ରତି ତିନିବର୍ଷରେ ରତ୍ନଭଣ୍ଡାର ଖୋଲାହେବା ନିୟମ ରହିଥିବାବେଳେ ଆଜିକୁ ପ୍ରାୟ ୪୫ ବର୍ଷ ହେବ ଏହା ଖୋଲାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

ସିମନବାଡ଼ିରେ ଜିଲାସ୍ତରୀୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ: ସ୍ୱାଧୀନତା ଦିବସରେ ଫାଇନାଲ୍ ମ୍ୟାଚ୍

ଦାରିଙ୍ଗବାଡ଼ି, ୧୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ମା’ ପାଟ୍ଟଖଣ୍ଡା ମନ୍ଦିର ନିକଟ ଖେଳ ପଡ଼ିଆରେ ରବିବାରଠାରୁ ଜିଲ୍ଲାସ୍ତରୀୟ ସିମନବାଡ଼ି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ…

ସମୁଦ୍ର କୂଳ ଖାଉଛି, ବିପଦରେ ଆର୍ଯ୍ୟପଲ୍ଲୀ: ପଥର ବନ୍ଧ ନିର୍ମାଣ ଦାବିରେ ପ୍ରଶାସନର ଦ୍ୱାରସ୍ଥ ହେଲେ…

ଛତ୍ରପୁର, ୧୧/୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଦିନକୁ ଦିନ ସମୁଦ୍ର କୂଳ ଧସି ଗ୍ରାମ ଆଡ଼କୁ ମାଡ଼ି ଆସୁଥିବାରୁ ଭୟଭୀତ ଅବସ୍ଥାରେ ରହିଛନ୍ତି ଛତ୍ରପୁର ପୌରପରିଷଦ ଅନ୍ତର୍ଗତ…

ଧାନ ରୁଆ ବେଳେ ଅଘଟଣ, ବଜ୍ରପାତରେ ଚାଲିଗଲା ୪ ମହିଳାଙ୍କ ଜୀବନ

ସୁନ୍ଦରଗଡ,୧୧ା୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ପୃଥକ ପୃଥକ ସ୍ଥାନରେ ମଙ୍ଗଳବାର ବ୍ରଜପାତ ଘଟି ୪ ମହିଳା ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତା ମହିଳାମାନେ ହେଲେ ଛତିଶଗଡ଼…

ସଂରକ୍ଷିତ ଜଙ୍ଗଲରେ ଗଞ୍ଜେଇ ଗୋଦାମ: ଅଡ଼ବା ପୁଲିସର ଚଢ଼ାଉରେ …

ମୋହନା, ୧୧।୮ (ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣକାରୀଙ୍କ ବିରୋଧରେ ଅଡ଼ବା ପୋଲିସକୁ ମିଳିଛି ବଡ଼ ସଫଳତା। କେଶରିଗୁଡ଼ା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡେକାବନ୍ଧା ସଂରକ୍ଷିତ ଜଙ୍ଗଲରେ ଲୁଚାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri