ଖୋଲିବ ରତ୍ନଭଣ୍ଡାର: ଭିତରକୁ କିଏ ଯିବେ ଆସିଲା ନାଁ

ପୁରୀ,୧୪।୭: ଖୋଲିବ ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତ ଶେଷ ହୋଇଛି। ଏଥିପାଇଁ ଶୁଭବେଳା ମଧ୍ୟ ବାହାରି ସରିଛି। ଏନେଇ ତଦାରଖ କମିଟି ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ୧ଟା ୨୮ ଶୁଭ ମୂହୁର୍ତ୍ତ। ଏହି ସମୟରେ ରତ୍ନ ଭଣ୍ଡାର ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ କରାଯିବ। ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ ବୋଲି ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ତେବେ କେଉଁମାନେ ଭିତରକୁ ଯିବେ ସେମାନଙ୍କର ନାଁ ସାମ୍ନାକୁ ଆସିଛି।

ଜଷ୍ଟିସ ରଥଙ୍କନୁସାରେ, ଯାଞ୍ଚ କମିଟିର ୨ ଜଣ ସଦସ୍ୟ ଯିବେ। ଜଷ୍ଟିସ ରଥ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବେ ବୋଲି ସେ ସୂଚନା ମିଳିଛି। ଏଥିସହ ଗଜପତି ମହାରାଜାଙ୍କ ପ୍ରତିନିଧି, ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ , ଏଏସ୍‌ଆଇ ଅଧୀକ୍ଷକ ଡିବି ଗଡନାୟକଳ ରତ୍ନଭଣ୍ଡାର ସବ୍‌ କମିଟି ସଦସ୍ୟ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ଭିରତକୁ ଯିବେ ବୋଲି ଜଣାପଡିଛି।

ସୂଚନାଥାଉ କି, ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି ସମୟପରେ ଭଣ୍ଡାର ଖୋଲିବ। ଏଥିରେ ଯୋଗଦେବାକୁ ଯିବା ସମୟରେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ବଡ଼ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ହେବାକୁ ଥିବା ବୈଠକରେ ଜେଗାଦେବାକୁ ଯିବା ସମୟରେ ସେ ସୂଚନା ଦେଇ କହିଛନ୍ତି ଯେ, ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ।

ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ସମୟରେ ଶ୍ରୀମନ୍ଦିରରେ ସାମୟିକ କଟକଣା ରହିବ। ସିଂହଦ୍ୱାରକୁ ଛାଡ଼ି ବାକି ତିନି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ। କମିଟିର ସଦସ୍ୟ ଯିବା ବେଳେ ସେମାନଙ୍କୁ ଯାଞ୍ଚ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

ମ୍ୟାଚ୍‌ ଜିତିଲା ଇଂଲଣ୍ଡ, ହୃଦୟ ଜିତିଲା ନେପାଳ

ମୁମ୍ବାଇ,୮ା୨- ଚଳିତ ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ଏକ ରୋମାଞ୍ଚକ ପୂର୍ଣ୍ଣ ମ୍ୟାଚ୍‌ରେ ଇଂଲଣ୍ଡ ୪ ରନରେ ନେପାଳକୁ ହରାଇ ଦେଇଛି। ଇଂଲଣ୍ଡ ଦ୍ୱାରା ପ୍ରଦତ୍ତ ୧୮୫…

ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟରେ ବୈଭବ ସୂର୍ଯ୍ୟବଂଶୀ

ଦୁବାଇ, ୮ା୨: ଆଇସିସି ୧୬ ବର୍ଷରୁ କମ୍‌ ବିଶ୍ୱକପ୍‌ ଉଦ୍‌ଯାପିତ ହେବା ପରେ ଟିମ୍‌ ଅଫ୍‌ ଦି ଟୁର୍ନାମେଣ୍ଟ ମନୋନୀତ କରାଯାଇଛି। ଏଥିରେ ସ୍ଥାନ ପାଇଥିବା ୩ଜଣ…

ମେଟ୍ରୋରେ ପ୍ରେମିକା ସହ ଧରାପଡ଼ିଲେ ପୁଅ; ସେଠାରେ ହିଁ ‘ନିର୍ବନ୍ଧ’ କରାଇଦେଲେ ମା’

ନୂଆଦିଲ୍ଲୀ,୮ା୨: ସୋସିଆଲ ମିଡିଆରେ ଏବେ ଏକ ଅଜବ ତଥା ମଜାଦାର ଭିଡିଓ ବେଶ୍ ଭାଇରାଲ ହେବାରେ ଲାଗିଛି। ଜଣେ ମା’ ନିଜ ପୁଅକୁ ତାଙ୍କ ପ୍ରେମିକାଙ୍କ ସହ…

ସଚିନ ତେନ୍ଦୁଲକରଙ୍କ ଫିଡର ସେଣ୍ଟର ନେଟ୍ସ ପାଇଁ ଆଦିଦେବ ମନୋନୀତ

କେନ୍ଦୁଝର,୮ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଅନୁଷ୍ଠିତ ହେଉଥିବା ୧୪ବର୍ଷରୁ କମ୍‌ କ୍ରିକେଟରେ କେନ୍ଦୁଝର ଜିଲାର ଏକମାତ୍ର ଖେଳାଳି ଭାବେ ଆଦିଦେବ ସାହୁ ସଚିନ…

ପେଟ୍ରୋଲଠାରୁ କେତେ ଶସ୍ତା CNG କାର୍‌? ୧୦ ଲକ୍ଷ ମଧ୍ୟରେ କେଉଁଟି ଭଲ…ନୂଆ କାର୍‌ କିଣିବାକୁ ଥିଲେ…

ନୂଆଦିଲ୍ଲୀ,୮।୨: ଭାରତରେ ନୂଆ କାର୍‌ କିଣିବା ସମୟରେ ଅଧିକାଂଶ ଲୋକଙ୍କ ମନରେ ଏକ ପ୍ରଶ୍ନ ଆସେ ଯେ ପେଟ୍ରୋଲ କାର୍‌ ନେବେ ନା ସିଏନଜି (CNG) କାର୍‌?…

ପୁଅଙ୍କୁ ଛୁରି ଭୁସି ମାରିଦେଲେ ପିଶାଚ ବାପା

କାମାକ୍ଷାନଗର,୮।୨: ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା କମ୍ପୁଲେଇ ପୁରୁଣାସାହି ଗାଁରେ ରବିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ବାପା ନିଜ ପୁଅଙ୍କୁ ଛୁରି ଭୁସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri