ଖୋଲିବ ରତ୍ନଭଣ୍ଡାର: ଭିତରକୁ କିଏ ଯିବେ ଆସିଲା ନାଁ

ପୁରୀ,୧୪।୭: ଖୋଲିବ ରତ୍ନଭଣ୍ଡାର। ଏନେଇ ସବୁ ପ୍ରସ୍ତୁତ ଶେଷ ହୋଇଛି। ଏଥିପାଇଁ ଶୁଭବେଳା ମଧ୍ୟ ବାହାରି ସରିଛି। ଏନେଇ ତଦାରଖ କମିଟି ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ୧ଟା ୨୮ ଶୁଭ ମୂହୁର୍ତ୍ତ। ଏହି ସମୟରେ ରତ୍ନ ଭଣ୍ଡାର ତାଲା ଖୋଲିବା ପ୍ରକ୍ରିୟା ଆରମ୍ଭ କରାଯିବ। ରତ୍ନଭଣ୍ଡାର ଭିତରକୁ ମୋଟ ୧୧ ଜଣ ସଦସ୍ୟ ଯିବେ ବୋଲି ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ତେବେ କେଉଁମାନେ ଭିତରକୁ ଯିବେ ସେମାନଙ୍କର ନାଁ ସାମ୍ନାକୁ ଆସିଛି।

ଜଷ୍ଟିସ ରଥଙ୍କନୁସାରେ, ଯାଞ୍ଚ କମିଟିର ୨ ଜଣ ସଦସ୍ୟ ଯିବେ। ଜଷ୍ଟିସ ରଥ ଓ ଡାକ୍ତର ସିବିକେ ମହାନ୍ତି ଭିତରକୁ ଯିବେ ବୋଲି ସେ ସୂଚନା ମିଳିଛି। ଏଥିସହ ଗଜପତି ମହାରାଜାଙ୍କ ପ୍ରତିନିଧି, ଅରବିନ୍ଦ ପାଢୀ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ , ଏଏସ୍‌ଆଇ ଅଧୀକ୍ଷକ ଡିବି ଗଡନାୟକଳ ରତ୍ନଭଣ୍ଡାର ସବ୍‌ କମିଟି ସଦସ୍ୟ, ଛତିଶା ନିଯୋଗ ନାୟକ ଜନାର୍ଦ୍ଦନ ପାଟ୍ଟଯୋଶୀ ମହାପାତ୍ର ଭିରତକୁ ଯିବେ ବୋଲି ଜଣାପଡିଛି।

ସୂଚନାଥାଉ କି, ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି ସମୟପରେ ଭଣ୍ଡାର ଖୋଲିବ। ଏଥିରେ ଯୋଗଦେବାକୁ ଯିବା ସମୟରେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ବଡ଼ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ହେବାକୁ ଥିବା ବୈଠକରେ ଜେଗାଦେବାକୁ ଯିବା ସମୟରେ ସେ ସୂଚନା ଦେଇ କହିଛନ୍ତି ଯେ, ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ।

ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ସମୟରେ ଶ୍ରୀମନ୍ଦିରରେ ସାମୟିକ କଟକଣା ରହିବ। ସିଂହଦ୍ୱାରକୁ ଛାଡ଼ି ବାକି ତିନି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ। କମିଟିର ସଦସ୍ୟ ଯିବା ବେଳେ ସେମାନଙ୍କୁ ଯାଞ୍ଚ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଭାରତରେ Google ଲଞ୍ଚ କଲା ପ୍ରଥମ କ୍ରେଡିଟ୍‌ କାର୍ଡ, ଲାଇଫଟାଇମ୍‌ ଯାଏ Free

ନୂଆଦିଲ୍ଲୀ,୧୯।୧୨: ଭାରତୀୟମାନଙ୍କ ଜୀବନକୁ ଆହୁରି ସହଜ କରିବା ପାଇଁ ଗୁଗଲ ନୂଆ ଡିଜିଟାଲ କ୍ରେଡିଟ କାର୍ଡ ‘ଫ୍ଲେକ୍ସ ବାଇ ଗୁଗଲ ପେ’ ଲଞ୍ଚ କରିଛି। ଏହା...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଫାଇନାଲରେ ଭାରତ, ପାକିସ୍ତାନ ସହ ହେବ ମୁକାବିଲା

ଦୁବାଇ,୧୯।୧୨:  ସିନିଅର୍‌ ମେନ୍ସ ଏସିଆ କପ୍‌ ୨୦୨୫ ପରେ ଏବେ ଅଣ୍ଡର-୧୯ ମେନ୍ସ ଏସିଆ କପ୍‌ ୨୦୨୫ରେ ମଧ୍ୟ ଭାରତ ପ୍ରବେଶ କରିଛି। ଦୁବାଇରେ ଚାଲିଥିବା...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri