ଏଫ୍‌ଡି ଉପରେ ନିୟମ ବଦଳାଇଲେ ଆର୍‌ବିଆଇ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଶୁକ୍ରବାର ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା ଓ ନିୟମାବଳୀ ସମ୍ପର୍କିତ ଏକ ସମୀକ୍ଷା ବୈଠକ କରିଥିଲେ। ଏଥିରେ ବ୍ୟାଙ୍କରେ ବିଭିନ୍ନ କାରଣ ଯୋଗୁ ଠିକ୍‌ ସମୟରେ ଅଭିଯୋଗ ନ ହୋଇପାରିବାରୁ ଅନେକ ସମସ୍ୟା ଉପୁଜିଥିବା ଲକ୍ଷ୍ୟ କରାଯାଇଛି। ଏହାକୁ ନଜରରେ ରଖି ଆର୍‌ବିଆଇ ଅବଧି ଜମା (ଏଫ୍‌ଡି) ନିୟମରେ କିଛିଟା ପରିବର୍ତ୍ତନ କରିଛନ୍ତି। ଏଥିରେ ଅବଧି ପୂରା ହେବା ପରେ ଜମା ଥିବା ଟଙ୍କା ଲାଗି ପୂର୍ବର ସୁଧ ନିୟମ ବଦଳିଯାଇଛି। ନୂଆ ନିୟମ ଅନୁସାରେ ମାଚୁରିଟି ପୂରଣ ହେବା ପରେ ଯଦି ଜମା ରାଶି ଉପରେ ଦାବି ନ କରାଯାଏ ତେବେ ତା’ ଉପରେ କମ୍‌ ସୁଧ ପ୍ରଦାନ କରାଯିବ। ପୂର୍ବରୁ ଏପରି ରାଶି ଉପରେ ସଞ୍ଚୟ ଜମାଖାତାରେ ମିଳୁଥିବା ସୁଧ ଧାର୍ଯ୍ୟ କରି ଦିଆଯାଉଥିଲା। ହେଲେ ଏବେ ଆଉ ସେପରି ହେବ ନାହିଁ ବୋଲି ଆର୍‌ବିଆଇ ପକ୍ଷରୁ ଏକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। ଏଥିରେ ଜମା ଅବଧି ପୂରଣ ହେବା ପରେ ପଡ଼ି ରହିଥିବା ଅନ୍‌କ୍ଲେମଡ ଫଣ୍ଡ ଉପରେ ସଞ୍ଚୟ ଜମା ରାଶି ମିଳିବାକୁ ଥିବା ସୁଧହାର ଯାହା କମ୍‌ ହେବ ବୋଲି ଉଲ୍ଲେଖ ରହିଛି। ଆର୍‌ବିଆଇ ପକ୍ଷରୁ ଦିଆଯାଇଥିବା ଏଫ୍‌ଡି ସମ୍ପର୍କିତ ଏହି ନିୟମାବଳୀକୁ ଦେଶର ସମସ୍ତ ବାଣିଜି୍ୟକ ବ୍ୟାଙ୍କ ସମେତ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ, କୋଅପରେଟିଭ ବ୍ୟାଙ୍କ ଓ ସ୍ଥାନୀୟ ଆଞ୍ଚଳିକ ବ୍ୟାଙ୍କ ଲାଗି ମଧ୍ୟ ପ୍ରଯୁଜ୍ୟ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

RBI ଗଭର୍ନରଙ୍କ ବଡ଼ ଘୋଷଣା: ରେପୋ ରେଟ୍‌ ଅପରିବର୍ତ୍ତିତ

ନୂଆଦିଲ୍ଲୀ,୮।୪: ଭାରତୀୟ ରିଜର୍ଭ ବ୍ୟାଙ୍କ ଆର୍ଥିକ ବର୍ଷ ୨୦୨୭ ପାଇଁ ନୀତି ହାର ଘୋଷଣା କରିଛି। ଲଗାତାର ଦ୍ୱିତୀୟ ବର୍ଷ ପାଇଁ RBI ରେପୋ ରେଟ୍‌କୁ ଅପରିବର୍ତ୍ତିତ…

ଆଜିଠୁ ବଢିଲା ଏୟାର ଇଣ୍ଡିଆ ଭଡ଼ା: ଜାଣନ୍ତୁ କେତେ ହେଲା…

ନୂଆଦିଲ୍ଲୀ,୮ା୪:ବିମାନ ଇନ୍ଧନ(ଏଟିଏଫ୍‌) ମୂଲ୍ୟ ବୃଦ୍ଧିକୁ ନେଇ ଏୟାର ଇଣ୍ଡିଆ ଏହାର ଘରୋଇ ଏବଂ ଅନ୍ତର୍ଜାତୀୟ ରୁଟ୍‌ରେ ସମସ୍ତ ବିମାନ ଯାତ୍ରା ପାଇଁ ମୂଲ୍ୟବୃଦ୍ଧି ଘୋଷଣା କରିଛି। ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri