ସିବିଡିସିକୁ ଗୁରୁତ୍ୱ ଦେଉଛି ଆର୍‌ବିଆଇ

ନୂଆଦିଲ୍ଲୀ,୧୯।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ଦେଶର ବହୁ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ସେବା ଓ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ନିକଟରେ କେନ୍ଦ୍ରୀୟ ବ୍ୟାଙ୍କର ୫୯୨ତମ ବୋର୍ଡ ବୈଠକ ଲକ୍ଷ୍ମୌଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ଅଧ୍ୟକ୍ଷତା କରିଥିବା ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଚର୍ଚ୍ଚା କରାଯାଇଥିଲା। ବିଶେଷକରି ଉକ୍ତ ବୈଠକରେ କ୍ରିପ୍ଟୋ କରେନ୍ସି ଓ କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ ମୁଦ୍ରା (ସିବିଡିସିି)ର ବିଭିନ୍ନ ଦିଗକୁ ନେଇ ବ୍ୟାପକ ଆଲୋଚନା ହୋଇଥିଲା। ବୈଠକରେ ଘରୋଇ କ୍ରିପ୍ଟୋ କରେନ୍ସିଗୁଡ଼ିକୁ ନିଷିଦ୍ଧ ଘୋଷଣା କରିବା ଲାଗି ମତ ପ୍ରକାଶ ପାଇଥିବା ବେଳେ ସିବିଡିସିର ପ୍ରଚଳନକୁ ନେଇ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ଭାରତରେ ସରକାରୀ ଡିଜିଟାଲ ମୁଦ୍ରା ପ୍ରଚଳନ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ ସେପରି କିଛି ସ୍ପଷ୍ଟ କରାଯାଇନାହିଁ। ହେଲେ ଭାରତରେ କ୍ରିପ୍ଟୋକୁ ନିଷିଦ୍ଧ କରିବା ସପକ୍ଷରେ ଶକ୍ତିକାନ୍ତ ବହୁ ଦିନରୁ ଦୃଢ଼ ଯୁକ୍ତି ଉପସ୍ଥାପନ କରି ଆସୁଛନ୍ତି। ଏ ନେଇ ମଧ୍ୟ ଦାସ ବାରମ୍ବାର ସରକାରଙ୍କ ସହିତ ଆଲୋଚନା କରିବା ସହ ନିଜ ପକ୍ଷକୁ ମଧ୍ୟ ବିସ୍ତୃତ ଭାବେ ଉପସ୍ଥାପନ କରିଛନ୍ତି। କ୍ରିପ୍ଟୋକୁ ଅନୁମତି ଦେଲେ ଦେଶର ଆର୍ଥିକ ବ୍ୟବସ୍ଥା ପ୍ରତି ଅନେକ ପ୍ରକାର ବିପଦ ସୃଷ୍ଟିହେବ ବୋଲି ସେ ମତବ୍ୟକ୍ତ କରିଛନ୍ତି। କ୍ରିପ୍ଟୋ କରେନ୍ସି ଲାଗି ଦେଶରେ ଏକ ସ୍ବତନ୍ତ୍ର ଆଇନ ଆଣିବା ପାଇଁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ସୂଚନା ମିଳିଛି। ଏ ସମ୍ପର୍କିତ ବିଲ୍‌କୁ ଚଳିତ ଅଧିବେଶନରେ ଉପସ୍ଥାପନ କରିବାକୁ ସଂସଦର ଚିଠା ପ୍ରସ୍ତାବରେ ସାମିଲ କରାଯାଇନାହିଁ । କିନ୍ତୁ ଗତ କିଛିଦିନ ହେବ ଏହାକୁ ନେଇ ଜୋର ଚର୍ଚ୍ଚା ଚାଲିଛି । ଚଳିତ ଅଧିବେଶନରେ ଉକ୍ତ ମୁଦ୍ରା ସମ୍ପର୍କିତ ବିଲ୍‌ ଉପସ୍ଥାପନ ହୋଇ ନ ପାରେ। ସେହିପରି ବ୍ୟାଙ୍କ ନୋଟ୍‌ର ସଂଜ୍ଞାକୁ ବ୍ୟାପକ କରି ସେଥିରେ ଡିଜିଟାଲ ମୁଦ୍ରାକୁ ସାମିଲ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ନିୟମ ୧୯୩୪ରେ ସଂଶୋଧନ କରିବା ଲାଗି ରିଜର୍ଭ ବ୍ୟାଙ୍କ ପକ୍ଷରୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିଲା। ସେ ବିଷୟରେ ମଧ୍ୟ ସରକାର ସଂସଦକୁ ଅବଗତ କରିଛନ୍ତି। ରିଜର୍ଭ ବ୍ୟାଙ୍କ ନିଜସ୍ବ ଡିଜିଟାଲ୍‌ ମୁଦ୍ରା ଆଣିବା ଉପରେ କାର୍ଯ୍ୟ କରୁଛି। ଏହାକୁ ବିଭିନ୍ନ ପର୍ଯ୍ୟାୟରେ କାର୍ଯ୍ୟକାରୀ କରାଯିବ ବୋଲି ସୂଚନା ମିଳିଛି। ଏହି ବୈଠକରେ ଡେପୁଟି ଗଭର୍ଣ୍ଣର ମହେଶ କୁମାର ଜୈନ, ମାଇକେଲ ଦେବବ୍ରତ ପାତ୍ର, ଏମ୍‌.ରାଜେଶ୍ବର ରାଓ, ଟି ରବିଶଙ୍କରଙ୍କ ସମେତ ସତୀଶ କେ. ମରାଥେ, ଜି ଗୁରୁମୂର୍ତ୍ତି, ରେବତୀ ଆୟାର ଓ ସଚ୍ଚିନ ଚତୁର୍ବେଦୀ ପ୍ରମୁଖ ଉପସ୍ଥିତ ଥିଲେ। ଆର୍ଥିକ ସେବା ବିଭାଗର ସଚିବ ଦେବାଶିଷ ପଣ୍ଡା ମଧ୍ୟ ଉକ୍ତ ବୈଠକରେ ଯୋଗ ଦେଇଥିବା ସୂଚନା ମିଳିଛି। ଏହା ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମତ ଦେଇ କହିଥିଲେ ସରକାର ମଧ୍ୟ ଏ ସମ୍ପର୍କରେ ଗଭୀର ବିଚାରବିର୍ମଶ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୩ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ, ଜାଣନ୍ତୁ ବଜାର ଦାମ୍

ନୂଆଦିଲ୍ଲୀ, ୨୨।୪: ନିକଟ ଅତୀତରେ ଭାରତରେ ସୁନା ଓ ରୂପା ମୂଲ୍ୟରେ ବହୁତ ବୃଦ୍ଧି ଘଟିଛି। କିନ୍ତୁ ସୋମବାର ଏଥିରେ କିଛି ମାତ୍ରାରେ ହ୍ରାସ ପାଇଛି।...

ସର୍ବୋତ୍ତମ ପ୍ରଯୁକ୍ତିକୁ ଗୁରୁତ୍ୱ

ଭୁବନେଶ୍ୱର,୨୨ା୪: ବ୍ରିଜ୍‌ଷ୍ଟୋନ୍‌ ଇଣ୍ଡିଆ ପ୍ରାଇଭେଟ୍‌ ଲିମିଟେଡ୍‌ର ନୂତନ ଉତ୍ପାଦ ‘ତୁରଞ୍ଜା ୬ଆଇ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଯାତ୍ରୀବାହୀ ଯାନ ସେଗ୍‌ମେଣ୍ଟ ପାଇଁ ବ୍ରାଣ୍ଡ୍‌...

ଶ୍ରୀଲେଦର୍ସ ପ୍ରତିଷ୍ଠାତାଙ୍କ ପ୍ରତିମୂର୍ତ୍ତି ଅନାବରଣ

ଭୁବନେଶ୍ୱର,୨୨ା୪: ଦେଶର ପ୍ରମୁଖ ସୁଜ୍‌ ବ୍ରାଣ୍ଡ୍‌ ଶ୍ରୀଲେଦର୍ସର ପ୍ରତିଷ୍ଠାତା ତଥା ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ସ୍ବର୍ଗତ ସୁରେଶ ଚନ୍ଦ୍ର ଦେଙ୍କର ୧୧୩ତମ ଜନ୍ମବାର୍ଷିକୀ ରବିବାର ପାଳିତ...

ଶପର୍ସ ଷ୍ଟପ୍‌ ସହ ଆକ୍ସିସ ବ୍ୟାଙ୍କର ସହଭାଗିତା

ଭୁବନେଶ୍ୱର,୨୨ା୪: ଆକ୍ସିସ୍‌ ବ୍ୟାଙ୍କ ଏବଂ ଶପର୍ସ ଷ୍ଟପ୍‌ସ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା ନିକଟରେ ସ୍ଥାପନ ହୋଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତାରେ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri