ସିବିଡିସିକୁ ଗୁରୁତ୍ୱ ଦେଉଛି ଆର୍‌ବିଆଇ

ନୂଆଦିଲ୍ଲୀ,୧୯।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ପକ୍ଷରୁ ଦେଶର ବହୁ ଗୁରୁତ୍ୱପୂର୍ଣ୍ଣ ଆର୍ଥିକ ସେବା ଓ ବ୍ୟବସ୍ଥା ସମ୍ପର୍କରେ ଆଲୋଚନା ପାଇଁ ନିକଟରେ କେନ୍ଦ୍ରୀୟ ବ୍ୟାଙ୍କର ୫୯୨ତମ ବୋର୍ଡ ବୈଠକ ଲକ୍ଷ୍ମୌଠାରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଆର୍‌ବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ଅଧ୍ୟକ୍ଷତା କରିଥିବା ବେଳେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଚର୍ଚ୍ଚା କରାଯାଇଥିଲା। ବିଶେଷକରି ଉକ୍ତ ବୈଠକରେ କ୍ରିପ୍ଟୋ କରେନ୍ସି ଓ କେନ୍ଦ୍ରୀୟ ବ୍ୟାଙ୍କ ଡିଜିଟାଲ ମୁଦ୍ରା (ସିବିଡିସିି)ର ବିଭିନ୍ନ ଦିଗକୁ ନେଇ ବ୍ୟାପକ ଆଲୋଚନା ହୋଇଥିଲା। ବୈଠକରେ ଘରୋଇ କ୍ରିପ୍ଟୋ କରେନ୍ସିଗୁଡ଼ିକୁ ନିଷିଦ୍ଧ ଘୋଷଣା କରିବା ଲାଗି ମତ ପ୍ରକାଶ ପାଇଥିବା ବେଳେ ସିବିଡିସିର ପ୍ରଚଳନକୁ ନେଇ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। ଭାରତରେ ସରକାରୀ ଡିଜିଟାଲ ମୁଦ୍ରା ପ୍ରଚଳନ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ପକ୍ଷରୁ ସେପରି କିଛି ସ୍ପଷ୍ଟ କରାଯାଇନାହିଁ। ହେଲେ ଭାରତରେ କ୍ରିପ୍ଟୋକୁ ନିଷିଦ୍ଧ କରିବା ସପକ୍ଷରେ ଶକ୍ତିକାନ୍ତ ବହୁ ଦିନରୁ ଦୃଢ଼ ଯୁକ୍ତି ଉପସ୍ଥାପନ କରି ଆସୁଛନ୍ତି। ଏ ନେଇ ମଧ୍ୟ ଦାସ ବାରମ୍ବାର ସରକାରଙ୍କ ସହିତ ଆଲୋଚନା କରିବା ସହ ନିଜ ପକ୍ଷକୁ ମଧ୍ୟ ବିସ୍ତୃତ ଭାବେ ଉପସ୍ଥାପନ କରିଛନ୍ତି। କ୍ରିପ୍ଟୋକୁ ଅନୁମତି ଦେଲେ ଦେଶର ଆର୍ଥିକ ବ୍ୟବସ୍ଥା ପ୍ରତି ଅନେକ ପ୍ରକାର ବିପଦ ସୃଷ୍ଟିହେବ ବୋଲି ସେ ମତବ୍ୟକ୍ତ କରିଛନ୍ତି। କ୍ରିପ୍ଟୋ କରେନ୍ସି ଲାଗି ଦେଶରେ ଏକ ସ୍ବତନ୍ତ୍ର ଆଇନ ଆଣିବା ପାଇଁ କେନ୍ଦ୍ର ସରକାର ଲକ୍ଷ୍ୟ ରଖିଛନ୍ତି ବୋଲି ସୂଚନା ମିଳିଛି। ଏ ସମ୍ପର୍କିତ ବିଲ୍‌କୁ ଚଳିତ ଅଧିବେଶନରେ ଉପସ୍ଥାପନ କରିବାକୁ ସଂସଦର ଚିଠା ପ୍ରସ୍ତାବରେ ସାମିଲ କରାଯାଇନାହିଁ । କିନ୍ତୁ ଗତ କିଛିଦିନ ହେବ ଏହାକୁ ନେଇ ଜୋର ଚର୍ଚ୍ଚା ଚାଲିଛି । ଚଳିତ ଅଧିବେଶନରେ ଉକ୍ତ ମୁଦ୍ରା ସମ୍ପର୍କିତ ବିଲ୍‌ ଉପସ୍ଥାପନ ହୋଇ ନ ପାରେ। ସେହିପରି ବ୍ୟାଙ୍କ ନୋଟ୍‌ର ସଂଜ୍ଞାକୁ ବ୍ୟାପକ କରି ସେଥିରେ ଡିଜିଟାଲ ମୁଦ୍ରାକୁ ସାମିଲ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ ନିୟମ ୧୯୩୪ରେ ସଂଶୋଧନ କରିବା ଲାଗି ରିଜର୍ଭ ବ୍ୟାଙ୍କ ପକ୍ଷରୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଥିଲା। ସେ ବିଷୟରେ ମଧ୍ୟ ସରକାର ସଂସଦକୁ ଅବଗତ କରିଛନ୍ତି। ରିଜର୍ଭ ବ୍ୟାଙ୍କ ନିଜସ୍ବ ଡିଜିଟାଲ୍‌ ମୁଦ୍ରା ଆଣିବା ଉପରେ କାର୍ଯ୍ୟ କରୁଛି। ଏହାକୁ ବିଭିନ୍ନ ପର୍ଯ୍ୟାୟରେ କାର୍ଯ୍ୟକାରୀ କରାଯିବ ବୋଲି ସୂଚନା ମିଳିଛି। ଏହି ବୈଠକରେ ଡେପୁଟି ଗଭର୍ଣ୍ଣର ମହେଶ କୁମାର ଜୈନ, ମାଇକେଲ ଦେବବ୍ରତ ପାତ୍ର, ଏମ୍‌.ରାଜେଶ୍ବର ରାଓ, ଟି ରବିଶଙ୍କରଙ୍କ ସମେତ ସତୀଶ କେ. ମରାଥେ, ଜି ଗୁରୁମୂର୍ତ୍ତି, ରେବତୀ ଆୟାର ଓ ସଚ୍ଚିନ ଚତୁର୍ବେଦୀ ପ୍ରମୁଖ ଉପସ୍ଥିତ ଥିଲେ। ଆର୍ଥିକ ସେବା ବିଭାଗର ସଚିବ ଦେବାଶିଷ ପଣ୍ଡା ମଧ୍ୟ ଉକ୍ତ ବୈଠକରେ ଯୋଗ ଦେଇଥିବା ସୂଚନା ମିଳିଛି। ଏହା ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମତ ଦେଇ କହିଥିଲେ ସରକାର ମଧ୍ୟ ଏ ସମ୍ପର୍କରେ ଗଭୀର ବିଚାରବିର୍ମଶ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

କାଲିଠୁ ୩ହଜାର ଟଙ୍କାରେ କିଣିବେ ସିଲିଣ୍ଡର! ଆଜି ରାତି ୧୨ଟା ପୂର୍ବରୁ କରନ୍ତୁ ଏହି କାମ; ନହେଲେ…

ଯଦି ଆପଣ ଏପର୍ଯ୍ୟନ୍ତ ନିଜର ଏଲ୍‌ପିଜି (LPG) କନେକ୍ସନର ଇ-କେୱାଇସି (e-KYC) କରିନାହାନ୍ତି, ତେବେ ୧୬ ଅଗଷ୍ଟ ୨୦୨୬ ପୂର୍ବରୁ ଏହି କାମ ନିଶ୍ଚୟ ଶେଷ କରିନିଅନ୍ତୁ।…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ଭାରତରେ ପେଟ୍ରୋଲ-ଡିଜେଲ ଦର କମିବା ଆଶା! ୫ ଦିନର ଦ୍ରୁତ ବୃଦ୍ଧି ପରେ ଖସିଲା…

ନୂଆଦିଲ୍ଲୀ,୧୩।୮: ଅନ୍ତର୍ଜାତୀୟ ବଜାରରେ କଚା ତେଲ (Crude Oil) ଦରରେ ଗତ ୫ ଦିନ ଧରି ଚାଲିଆସୁଥିବା ବୃଦ୍ଧିରେ ଶେଷରେ ବ୍ରେକ ଲାଗିଛି। ୧୩ ଅଗଷ୍ଟ ୨୦୨୬ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri