ଆର୍‌ବିଆଇ ଏମ୍‌ପିସି ବୈଠକ ଆରମ୍ଭ

ନୂଆଦିଲ୍ଲୀ: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ)ର ମୁଦ୍ରାନୀତି କମିଟି(ଏମ୍‌ପିସି) ବୈଠକ ବୁଧବାରଠାରୁ ଆରମ୍ଭ ହୋଇଛି। ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକ ୪ ଜୁନ୍‌ରେ ଏହାର ନିଷ୍ପତ୍ତି ସମ୍ପର୍କରେ ଘୋଷଣା କରିବ। ଚଳିତ ଥର ରିଜର୍ଭ ବ୍ୟାଙ୍କ ରେପୋ ସମେତ ଅନ୍ୟ କୌଣସି ହାରରେ ପରିବର୍ତ୍ତନ କରିବ ନାହିଁ ବୋଲି କୁହାଯାଉଛି। ଉଲ୍ଲେଖଯୋଗ୍ୟ, ଏପ୍ରିଲରେ ମଧ୍ୟ ଏମ୍‌ପିସି ରେପୋ ହାରରେ କୌଣସି ପରିବର୍ତ୍ତନ କରି ନ ଥିଲା। ଯଦି ଚଳିତ ଥର ମଧ୍ୟ ରେପୋରେ କୌଣସି ପରିବର୍ତ୍ତନ ନ ହୁଏ ତେବେ ୬ ଥର ପାଇଁ ରେପୋ ହାର ଅପରିବର୍ତ୍ତିତ ରହିବ। କରୋନା ଯୋଗୁ ବଜାର ବର୍ତ୍ତମାନ ଆହ୍ବାନପୂର୍ଣ୍ଣ ରହିଛି। ସେହିଭଳି ଦରଦାମ ବୃଦ୍ଧି ଭଳି ପ୍ରସଙ୍ଗକୁ ମଧ୍ୟ କେନ୍ଦ୍ରୀୟ ବ୍ୟାଙ୍କ ନଜରରେ ରଖି ସ୍ଥିତାବସ୍ଥା ବଜାୟ ରଖିବ ବୋଲି କୁହାଯାଉଛି। ବର୍ତ୍ତମାନ ରେପୋ ୪% ହାରରେ ରହିଛି। ସେହିଭଳି ରିଭର୍ସ ରେପୋ ୩.୫% ହାରରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼…

ଚାଷୀଙ୍କ ପାଇଁ ଖୁସି ଖବର: କିଷାନ କ୍ରେଡିଟ କାର୍ଡ ନିୟମରେ ବଡ଼ ପରିବର୍ତ୍ତନ କରିବ RBI

ମୁମ୍ବାଇ,୧୫ା୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) କିଶାନ କ୍ରେଡିଟ୍ କାର୍ଡ (KCC) ଯୋଜନାରେ ବ୍ୟାପକ ସଂସ୍କାର ଆଣିବା ପାଇଁ ଏକ ନୂତନ ଚିଠା ମାର୍ଗଦର୍ଶିକା ଜାରି କରିଛି।…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ଏହି ୫ଟି ଦେଶରୁ ଭାରତକୁ ଆସୁଛି ବିପୁଳ ପରିମାଣରେ ସୁନା, ଜାଣନ୍ତୁ କେତେ ଟଙ୍କାର ହେଉଛି କାରବାର

ନୂଆଦିଲ୍ଲୀ,୧୪।୨:ଭାରତରେ ସୁନା ଆମଦାନୀକାରୀ: ଭାରତ ବିଶ୍ୱର ସବୁଠାରୁ ବଡ଼ ସୁନା ଆମଦାନୀକାରୀ ଦେଶମାନଙ୍କ ମଧ୍ୟରୁ ଗୋଟିଏ। ଦେଶରେ ସୁନା ଉତ୍ପାଦନ ବହୁତ କମ, ଯେତେବେଳେ ଚାହିଦା (ଅଳଙ୍କାର,…

ଯୁବପିଢିଙ୍କୁ ପ୍ରତି ମାସରେ ମିଳିବ ୧୫୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ…

କୋଲକାତା,୧୪।୨: ପଶ୍ଚିମବଙ୍ଗ ସରକାର ଘୋଷଣା କରିଛନ୍ତି ଯେ ତାଙ୍କର ନୂତନ ଯୋଜନା, “ବାଙ୍ଗଲାର ଯୁବ ସାଥୀ”, ଏପ୍ରିଲ 1 ରୁ ଆରମ୍ଭ ହେବ। ଏହି ଯୋଜନା ମୂଳତଃ…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ…

ଦେଶରେ ବୃଦ୍ଧି ପାଉଛି ବ୍ୟକ୍ତିଗତ ଆୟକର, ମଧ୍ୟବିତ୍ତଙ୍କ ପାଇଁ ଏପରି ପ୍ରତିକ୍ରିୟା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୨: ଦେଶରେ ବୃଦ୍ଧି ପାଉଥିବା ବ୍ୟକ୍ତିଗତ ଆୟକର ସଂଗ୍ରହର ଉପରେ ପ୍ରତିକ୍ରିୟା ରଖିଛନ୍ତି ଅର୍ଥମନ୍ତ୍ରୀ। ”ଆୟକର ସଂଗ୍ରହ ଅର୍ଥ ଏହା ନୁହେଁ ଯେ ମଧ୍ୟବିତ୍ତ ଶ୍ରେଣୀ ଚାପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri