ତିନି ଦିନରେ ରିପୋର୍ଟ ଦେବେ ଆର୍‌ଆଣ୍ଡ୍‌ବି ଅଧୀକ୍ଷଣ ଯନ୍ତ୍ରୀ

କଟକ ଅଫିସ,୧୧ା୩: ଛତ୍ରବଜାରରୁ ମାଲଗୋଦାମକୁ ସଂଯୋଗ କରିବା ପାଇଁ ନିର୍ମାଣାଧୀନ ବ୍ରିଜ ପାର୍ଶ୍ୱ ରାସ୍ତା ଭୁଶୁଡ଼ିବା ଘଟଣାର ୩ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ଆର୍‌ଆଣ୍ଡବି କଟକ ଡିଭିଜନ-୧ର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ କୁମାର ମାଝିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯନ୍ତ୍ରୀ ରିପୋର୍ଟ ପ୍ରଦାନ କରିବା ପରେ ଏହା ରାଜସ୍ବ ଆୟୁକ୍ତ ସୁରେଶ ଦଳେଇଙ୍କୁ ପ୍ରଦାନ କରାଯିବ ବୋଲି ଗୁରୁବାର ଜିଲାପାଳ ଭବାନୀ ଶଙ୍କର ଚୟିନୀ କହିଛନ୍ତି। ଅପରପକ୍ଷରେ ଏହି ଘଟଣାରେ ମୃତ୍ୟୁବରଣ କରିଥିବା ୨ ଶ୍ରମିକ କେନ୍ଦୁଝର ଜିଲା ଗହ୍ମାଡିଆ ଅଞ୍ଚଳର କୀର୍ତ୍ତନ ଦେହୁରୀ ଏବଂ ଅଜିତ୍‌ ଦେହୁରୀଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଏସ୍‌ସିବି ମେଡିକାଲ କଲେଜ ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି। ଆହତ ଚନ୍ଦନ ଦେହୁରୀଙ୍କୁ ଚିକିତ୍ସା ପରେ ଛଡ଼ାଯାଇଛି।
ସୂଚନାଯୋଗ୍ୟ, ବୁଧବାର ସନ୍ଧ୍ୟାରେ ଛତ୍ରବଜାରରୁ ମାଲଗୋଦାମକୁ ସଂଯୋଗ କରିବା ପାଇଁ ପୋଲ ନିର୍ମାଣ କାମ ଚାଲିଥିବାବେଳେ ହଠାତ୍‌ ପୋଲର ପାର୍ଶ୍ୱରାସ୍ତା ଭୁଶୁଡି ପଡ଼ିଥିଲା। ଫଳରେ ସେଠାରେ କାମ କରୁଥିବା ୩ଜଣ ଶ୍ରମିକ ମାଟି ତଳେ ଚାପି ହୋଇଯାଇଥିବାବେଳେ ଅନ୍ୟ ୩ଜଣ ଘଟଣାସ୍ଥଳରୁ ଦୌଡ଼ି ପଳାଇଥିଲେ। ଏ ସମ୍ପର୍କରେ ଖବର ପାଇ ପୋଲିସ୍‌ ଓ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ୩ ଜଣଙ୍କୁ ମାଟି ତଳୁ ଉଦ୍ଧାର କରିଥିଲେ। ଉଦ୍ଧାର କରାଯାଇଥିବା ଶ୍ରମିକଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲ୍‌କୁ ପଠାଯାଇଥିଲା। ସେଠାରେ ଡାକ୍ତର କୀର୍ତ୍ତନ ଏବଂ ଅଜିତଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ କଟକ ଜିଲାପାଳ ଚୟିନୀ ଓ ସିଏମ୍‌ସି କମିଶନର ଅନନ୍ୟା ଦାସ ଏବଂ ଡିସିପି ପ୍ରତୀକ୍‌ ସିଂ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ। ଏହି କାମଟି ଭୁବନେଶ୍ୱରର ଅଭୟ ସାହୁ ନାମକ ଜଣେ ‘ଏ’ କ୍ଲାସ କଣ୍ଟ୍ରାକ୍ଟର କରୁଥିବା ଜଣାପଡିଛି। ତେବେ ଏହି ବ୍ରିଜ ନିର୍ମାଣ ସମୟରେ ଯେଉଁ ପ୍ରକାରର ସୁରକ୍ଷା ବ୍ୟବସ୍ଥା ଓ ସତର୍କତା ଅବଲମ୍ବନ କରାଯିବା କଥା ତାହା କରାଯାଇ ନ ଥିଲା ବୋଲି ସ୍ଥାନୀୟ ବାସିନ୍ଦା ସୁଧାକର ସାହୁ କହିଛନ୍ତି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ ପ୍ରକାଶ କରିବା ସହ ଘଟଣାର ଆର୍‌ଡିସି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏପରି କି ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୩ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଥିଲେ। ଅପରପକ୍ଷରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ମୃତକଦ୍ୱୟଙ୍କ ପରିବାର ଲୋକଙ୍କୁ ଜିଲା ରେଡକ୍ରସ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଜିଲାପାଳ ଭବାନୀ ଶଙ୍କର ଚୟିନୀ ଗୁରୁବାର ମୃତ ଶ୍ରମିକଙ୍କ ପରିବାରବର୍ଗଙ୍କୁ ୩୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri