ତିନି ଦିନରେ ରିପୋର୍ଟ ଦେବେ ଆର୍‌ଆଣ୍ଡ୍‌ବି ଅଧୀକ୍ଷଣ ଯନ୍ତ୍ରୀ

କଟକ ଅଫିସ,୧୧ା୩: ଛତ୍ରବଜାରରୁ ମାଲଗୋଦାମକୁ ସଂଯୋଗ କରିବା ପାଇଁ ନିର୍ମାଣାଧୀନ ବ୍ରିଜ ପାର୍ଶ୍ୱ ରାସ୍ତା ଭୁଶୁଡ଼ିବା ଘଟଣାର ୩ଦିନ ମଧ୍ୟରେ ତଦନ୍ତ ରିପୋର୍ଟ ଦେବାକୁ ଆର୍‌ଆଣ୍ଡବି କଟକ ଡିଭିଜନ-୧ର ଅଧୀକ୍ଷଣ ଯନ୍ତ୍ରୀ ପ୍ରଭାସ କୁମାର ମାଝିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯନ୍ତ୍ରୀ ରିପୋର୍ଟ ପ୍ରଦାନ କରିବା ପରେ ଏହା ରାଜସ୍ବ ଆୟୁକ୍ତ ସୁରେଶ ଦଳେଇଙ୍କୁ ପ୍ରଦାନ କରାଯିବ ବୋଲି ଗୁରୁବାର ଜିଲାପାଳ ଭବାନୀ ଶଙ୍କର ଚୟିନୀ କହିଛନ୍ତି। ଅପରପକ୍ଷରେ ଏହି ଘଟଣାରେ ମୃତ୍ୟୁବରଣ କରିଥିବା ୨ ଶ୍ରମିକ କେନ୍ଦୁଝର ଜିଲା ଗହ୍ମାଡିଆ ଅଞ୍ଚଳର କୀର୍ତ୍ତନ ଦେହୁରୀ ଏବଂ ଅଜିତ୍‌ ଦେହୁରୀଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିବା ଏସ୍‌ସିବି ମେଡିକାଲ କଲେଜ ଜରୁରିକାଳୀନ ଅଧିକାରୀ ଭୁବନାନନ୍ଦ ମହାରଣା ସୂଚନା ଦେଇଛନ୍ତି। ଆହତ ଚନ୍ଦନ ଦେହୁରୀଙ୍କୁ ଚିକିତ୍ସା ପରେ ଛଡ଼ାଯାଇଛି।
ସୂଚନାଯୋଗ୍ୟ, ବୁଧବାର ସନ୍ଧ୍ୟାରେ ଛତ୍ରବଜାରରୁ ମାଲଗୋଦାମକୁ ସଂଯୋଗ କରିବା ପାଇଁ ପୋଲ ନିର୍ମାଣ କାମ ଚାଲିଥିବାବେଳେ ହଠାତ୍‌ ପୋଲର ପାର୍ଶ୍ୱରାସ୍ତା ଭୁଶୁଡି ପଡ଼ିଥିଲା। ଫଳରେ ସେଠାରେ କାମ କରୁଥିବା ୩ଜଣ ଶ୍ରମିକ ମାଟି ତଳେ ଚାପି ହୋଇଯାଇଥିବାବେଳେ ଅନ୍ୟ ୩ଜଣ ଘଟଣାସ୍ଥଳରୁ ଦୌଡ଼ି ପଳାଇଥିଲେ। ଏ ସମ୍ପର୍କରେ ଖବର ପାଇ ପୋଲିସ୍‌ ଓ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ୩ ଜଣଙ୍କୁ ମାଟି ତଳୁ ଉଦ୍ଧାର କରିଥିଲେ। ଉଦ୍ଧାର କରାଯାଇଥିବା ଶ୍ରମିକଙ୍କୁ ଚିକିତ୍ସା ପାଇଁ କଟକ ବଡ଼ ମେଡିକାଲ୍‌କୁ ପଠାଯାଇଥିଲା। ସେଠାରେ ଡାକ୍ତର କୀର୍ତ୍ତନ ଏବଂ ଅଜିତଙ୍କୁ ମୃତ ଘୋଷଣା କରିଥିଲେ। ଘଟଣା ସମ୍ପର୍କରେ ଖବର ପାଇ କଟକ ଜିଲାପାଳ ଚୟିନୀ ଓ ସିଏମ୍‌ସି କମିଶନର ଅନନ୍ୟା ଦାସ ଏବଂ ଡିସିପି ପ୍ରତୀକ୍‌ ସିଂ ପହଞ୍ଚତ୍ ଉଦ୍ଧାର କାର୍ଯ୍ୟ ତଦାରଖ କରିଥିଲେ। ଏହି କାମଟି ଭୁବନେଶ୍ୱରର ଅଭୟ ସାହୁ ନାମକ ଜଣେ ‘ଏ’ କ୍ଲାସ କଣ୍ଟ୍ରାକ୍ଟର କରୁଥିବା ଜଣାପଡିଛି। ତେବେ ଏହି ବ୍ରିଜ ନିର୍ମାଣ ସମୟରେ ଯେଉଁ ପ୍ରକାରର ସୁରକ୍ଷା ବ୍ୟବସ୍ଥା ଓ ସତର୍କତା ଅବଲମ୍ବନ କରାଯିବା କଥା ତାହା କରାଯାଇ ନ ଥିଲା ବୋଲି ସ୍ଥାନୀୟ ବାସିନ୍ଦା ସୁଧାକର ସାହୁ କହିଛନ୍ତି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ ପ୍ରକାଶ କରିବା ସହ ଘଟଣାର ଆର୍‌ଡିସି ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ଏପରି କି ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୩ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଥିଲେ। ଅପରପକ୍ଷରେ ଜିଲାପାଳଙ୍କ କାର୍ଯ୍ୟାଳୟଠାରେ ମୃତକଦ୍ୱୟଙ୍କ ପରିବାର ଲୋକଙ୍କୁ ଜିଲା ରେଡକ୍ରସ ପାଣ୍ଠିରୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଜିଲାପାଳ ଭବାନୀ ଶଙ୍କର ଚୟିନୀ ଗୁରୁବାର ମୃତ ଶ୍ରମିକଙ୍କ ପରିବାରବର୍ଗଙ୍କୁ ୩୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବର୍ଷା ପ୍ରିୟଦର୍ଶିନୀ

ଭୁବନେଶ୍ୱର,୧୮।୪: ଓଲିଉଡ୍‌ ଅଭିନେତ୍ରୀ ବର୍ଷା ପ୍ର୍ରିୟଦର୍ଶିନୀ ଗୁରୁବାର ବିଜେଡିରେ ସାମିଲ ହୋଇଛନ୍ତି। ଶଙ୍ଖ ଭବନରେ ଅନୁଷ୍ଠିତ ବିଜେଡିର ଏକ ମିଶ୍ରଣ ପର୍ବରେ ସେ ଦଳରେ ଯୋଗ...

ଓଡ଼ିଶାରେ କେଉଁଠି, କେଉଁ ସମୟରେ ଭୋଟ୍‌; ଜାଣନ୍ତୁ…

ଭୁବନେଶ୍ୱର,୧୮।୪: ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ମେ ୧୩ ତାରିଖରେ ଓଡ଼ିଶାରେ...

ଦିନ ସାଢ଼େ ୧୧ଟାରେ ୪୦ ଟପିଲା ଭୁବନେଶ୍ବର ତାପମାତ୍ରା

ଭୁବନେଶ୍ୱର,୧୮।୪: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଓ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ଭୟଙ୍କର ଗରମ ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ସକାଳ...

ବିଜେଡିକୁ ଶକ୍ତ ଝଟ୍‌କା: ଶଙ୍ଖ ଛାଡି ହାତ ଧରିଲେ ପୂର୍ବତନ ବିଧାୟକ ସିପ୍ରା ମଲ୍ଲିକ

ଭୁବନେଶ୍ୱର,୧୮।୪: ପୂର୍ବତନ ବିଜେଡି ବିଧାୟକ ସିପ୍ରା ମଲ୍ଲିକ ଗୁରୁବାର ଶଙ୍ଖ ଛାଡି ହାତ ଧରିଛନ୍ତି। ସେ କଂଗ୍ରେସ ଭବନରେ ପହଞ୍ଚି ଦଳରେ ଯୋଗ ଦେଇଛନ୍ତି। ସିପ୍ରା...

ଆଉ ୪ଟି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୧୮।୪: କଂଗ୍ରେସ ପକ୍ଷରୁ ଓଡ଼ିଶାର ଆଉ ଚାରି ବିଧାନସଭା କ୍ଷେତ୍ର ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏଥିରେ ମାହାଙ୍ଗା ପାଇଁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ...

ଟିକେଟ୍‌ ନ ମିଳିବାରୁ କାନ୍ଦିଲେ ସମୀର ଦାସ, ପୁଣିଥରେ ବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ କଲେ ନିବେଦନ

ଭୁବନେଶ୍ୱର,୧୮।୪: ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ବିଜେଡି ଆଜି ଆଉ ୯ ଜଣ ବିଧାୟକ ପ୍ରାର୍ଥୀଙ୍କ ତାଲିକା ଘୋଷଣା କରିଛି। ଏଥିରେ ପୂର୍ବତନ ମନ୍ତ୍ରୀ ସମୀର...

ନାମଯଜ୍ଞବେଳେ ଫୁଟିଲା ଗୁଳି: ଜଣେ ଗୁରୁତର

କଣ୍ଟାମାଳ,୧୮।୪: କଣ୍ଟାମାଳ ଥାନା ଲମ୍ବେସ୍ବରୀ ଗ୍ରାମପଞ୍ଚାୟତର ପିପଲପାଳି ଗ୍ରାମରେ ରାମନବମୀ ପାଇଁ ନାମଯଜ୍ଞ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ କିଛି ଦୁର୍ବୁତ୍ତ ସେଠାରେ ଗୁଳିମାଡ଼ କରିଥିଲେ।...

ପଶ୍ଚିମ ଓଡ଼ିଶାରେ ଓଲଟପାଲଟ ହେବ ସମୀକରଣ, ନବୀନଙ୍କ ସିକ୍ରେଟ ପ୍ଲାନ

ଭୁବନେଶ୍ୱର,୧୮।୪: ପୁଣି ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ପଞ୍ଚମ ପର୍ଯ୍ୟାୟ ବିଧାନସଭା ତାଲିକାରେ ୯ଜଣ ବିଧାୟକଙ୍କ ନାଁ ଘୋଷଣା କରାଯାଇଛି। ସବୁଠାରୁ ବଡ଼ କଥା ହେଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri