‘ସବୁ ବର୍ଗର କଲ୍ୟାଣ ହିଁ ପ୍ରକୃତ ବିକାଶ’

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଶାନ୍ତି ଓ ଭାଇଚାରା ପାଇଁ ଓଡ଼ିଶା ପ୍ରସିଦ୍ଧ। ବିଭିନ୍ନ କମ୍ୟୁନିଟି ମଧ୍ୟରେ ସଦ୍‌ଭାବ ପାଇଁ ଓଡ଼ିଶା ସାରା ଦେଶରେ ଆଦର୍ଶ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶନିବାର ସୂଚନା ଭବନଠାରେ ଚଳିତବର୍ଷର ହଜ୍‌ ଯାତ୍ରୀଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହଜ୍‌ ଯାତ୍ରାରେ ଯାଉଥିବା ହାଜି ଭଉଣୀଭାଇଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ଶୁଭେଚ୍ଛା ଜଣାଇ କହିଲେ, ହଜ୍‌ରେ ମକ୍କାମଦିନା ଯିବା ସବୁ ମୁସଲମାନ ଭଉଣୀଭାଇଙ୍କ ପବିତ୍ର ସ୍ବପ୍ନ। ଆଜି ସେମାନଙ୍କର ସେହି ସ୍ବପ୍ନ ପୂରଣ ହୋଇଛି। ଆମେ ସବୁ ବର୍ଗର କଲ୍ୟାଣରେ ବିଶ୍ୱାସ କରୁ। ସବୁ ବର୍ଗର କଲ୍ୟାଣ ହିଁ ପ୍ରକୃତ ବିକାଶ। ଓଡ଼ିଶାର ସଂଖ୍ୟାଲଘୁ ଭଉଣୀଭାଇଙ୍କ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଲେ, ସଂଖ୍ୟାଲଘୁଙ୍କ ବିଭିନ୍ନ କାମକୁ ଗୋଟିଏ ବିଭାଗ ଅଧୀନରେ ରଖାଯାଇଛି। ଭୁବନେଶ୍ୱରରେ ହଜ୍‌ ଭବନ ନିର୍ମାଣ କରାଯାଇଛି। ବହୁମୁଖୀ ଗୋଷ୍ଠୀ କେନ୍ଦ୍ର କାର୍ଯ୍ୟ କରୁଛି। ସଂଖ୍ୟାଲଘୁ ବର୍ଗର ପିଲାମାନେ ଭଲ ସ୍କୁଲରେ ପାଠ ପଢ଼ିବା ପାଇଁ ବ୍ୟବସ୍ଥା କରାଯାଇଛି। ସମସ୍ତେ ମିଶି ଓଡ଼ିଶାର ସମୃଦ୍ଧି, ଓଡ଼ିଶାର ଗୌରବ ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।
ଚଳିତ ବର୍ଷ ରାଜ୍ୟ ହଜ୍‌ କମିଟି ଜରିଆରେ ୩୮୮ଜଣ ହଜ୍‌ ଯାତ୍ରା ପାଇଁ ମନୋନୀତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬୪ଜଣ ମହିଳା ଓ ୨୨୪ଜଣ ପୁରୁଷ ରହିଛନ୍ତି। ହଜ୍‌ଯାତ୍ରୀଙ୍କ ସୁବିଧା ନିମନ୍ତେ ସରକାରଙ୍କ ପକ୍ଷରୁ ୩ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। କାର୍ଯ୍ୟକ୍ରମରେ ସମସ୍ତ ହଜ୍‌ଯାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ହଜ୍‌କିଟ୍‌ କ୍ରୟ ନିମନ୍ତେ ୧୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଥିଲା। ସେହିପରି ଓଡ଼ିଆ ହଜ୍‌ ଗାଇଡ୍‌ ମଧ୍ୟ ଉନ୍ମୋଚନ କରାଯାଇଥିଲା।
ସମ୍ବର୍ଦ୍ଧନା ସଭାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା, ରାଜ୍ୟସଭା ସଦସ୍ୟ ମୁନ୍ନା ଖାଁ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିଭାଗୀୟ ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା, ଅନ୍ୟାନ୍ୟ ପଛୁଆବର୍ଗ ବିଭାଗର ନିର୍ଦ୍ଦେଶକ ଶିତାଂଶୁ କୁମାର ରାଉତ, ରାଜ୍ୟ ହଜ୍‌ କମିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ସୟଦ ମହମ୍ମଦ ଅକ୍‌ଦସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri