‘ସବୁ ବର୍ଗର କଲ୍ୟାଣ ହିଁ ପ୍ରକୃତ ବିକାଶ’

ଭୁବନେଶ୍ୱର, ୧୨।୬(ବ୍ୟୁରୋ): ଶାନ୍ତି ଓ ଭାଇଚାରା ପାଇଁ ଓଡ଼ିଶା ପ୍ରସିଦ୍ଧ। ବିଭିନ୍ନ କମ୍ୟୁନିଟି ମଧ୍ୟରେ ସଦ୍‌ଭାବ ପାଇଁ ଓଡ଼ିଶା ସାରା ଦେଶରେ ଆଦର୍ଶ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଶନିବାର ସୂଚନା ଭବନଠାରେ ଚଳିତବର୍ଷର ହଜ୍‌ ଯାତ୍ରୀଙ୍କୁ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ହଜ୍‌ ଯାତ୍ରାରେ ଯାଉଥିବା ହାଜି ଭଉଣୀଭାଇଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ଶୁଭେଚ୍ଛା ଜଣାଇ କହିଲେ, ହଜ୍‌ରେ ମକ୍କାମଦିନା ଯିବା ସବୁ ମୁସଲମାନ ଭଉଣୀଭାଇଙ୍କ ପବିତ୍ର ସ୍ବପ୍ନ। ଆଜି ସେମାନଙ୍କର ସେହି ସ୍ବପ୍ନ ପୂରଣ ହୋଇଛି। ଆମେ ସବୁ ବର୍ଗର କଲ୍ୟାଣରେ ବିଶ୍ୱାସ କରୁ। ସବୁ ବର୍ଗର କଲ୍ୟାଣ ହିଁ ପ୍ରକୃତ ବିକାଶ। ଓଡ଼ିଶାର ସଂଖ୍ୟାଲଘୁ ଭଉଣୀଭାଇଙ୍କ ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ କହିଲେ, ସଂଖ୍ୟାଲଘୁଙ୍କ ବିଭିନ୍ନ କାମକୁ ଗୋଟିଏ ବିଭାଗ ଅଧୀନରେ ରଖାଯାଇଛି। ଭୁବନେଶ୍ୱରରେ ହଜ୍‌ ଭବନ ନିର୍ମାଣ କରାଯାଇଛି। ବହୁମୁଖୀ ଗୋଷ୍ଠୀ କେନ୍ଦ୍ର କାର୍ଯ୍ୟ କରୁଛି। ସଂଖ୍ୟାଲଘୁ ବର୍ଗର ପିଲାମାନେ ଭଲ ସ୍କୁଲରେ ପାଠ ପଢ଼ିବା ପାଇଁ ବ୍ୟବସ୍ଥା କରାଯାଇଛି। ସମସ୍ତେ ମିଶି ଓଡ଼ିଶାର ସମୃଦ୍ଧି, ଓଡ଼ିଶାର ଗୌରବ ପାଇଁ କାମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।
ଚଳିତ ବର୍ଷ ରାଜ୍ୟ ହଜ୍‌ କମିଟି ଜରିଆରେ ୩୮୮ଜଣ ହଜ୍‌ ଯାତ୍ରା ପାଇଁ ମନୋନୀତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୬୪ଜଣ ମହିଳା ଓ ୨୨୪ଜଣ ପୁରୁଷ ରହିଛନ୍ତି। ହଜ୍‌ଯାତ୍ରୀଙ୍କ ସୁବିଧା ନିମନ୍ତେ ସରକାରଙ୍କ ପକ୍ଷରୁ ୩ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି। କାର୍ଯ୍ୟକ୍ରମରେ ସମସ୍ତ ହଜ୍‌ଯାତ୍ରୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏଥିସହ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ହଜ୍‌କିଟ୍‌ କ୍ରୟ ନିମନ୍ତେ ୧୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରାଯାଇଥିଲା। ସେହିପରି ଓଡ଼ିଆ ହଜ୍‌ ଗାଇଡ୍‌ ମଧ୍ୟ ଉନ୍ମୋଚନ କରାଯାଇଥିଲା।
ସମ୍ବର୍ଦ୍ଧନା ସଭାରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ଏବଂ ପଛୁଆବର୍ଗ କଲ୍ୟାଣ ବିଭାଗ ମନ୍ତ୍ରୀ ଜଗନ୍ନାଥ ସାରକା, ରାଜ୍ୟସଭା ସଦସ୍ୟ ମୁନ୍ନା ଖାଁ, ବିଧାୟକ ଦେବୀ ପ୍ରସାଦ ମିଶ୍ର, ବିଭାଗୀୟ ପ୍ରମୁଖ ଶାସନ ସଚିବ ରଞ୍ଜନା ଚୋପ୍ରା, ଅନ୍ୟାନ୍ୟ ପଛୁଆବର୍ଗ ବିଭାଗର ନିର୍ଦ୍ଦେଶକ ଶିତାଂଶୁ କୁମାର ରାଉତ, ରାଜ୍ୟ ହଜ୍‌ କମିଟିର କାର୍ଯ୍ୟନିର୍ବାହୀ ଅଧିକାରୀ ସୟଦ ମହମ୍ମଦ ଅକ୍‌ଦସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ସୋସିଆଲ ମିଡିଆ ନୀତିରେ ବଡ଼ ପରିବର୍ତ୍ତନ କଲା ଭାରତୀୟ ସେନା, ଏଣିକି ଦେଖିପାରିବେ ହେଲେ…

ନୂଆଦିଲ୍ଲୀ,୨୫।୧୨: ଭାରତୀୟ ସେନା ଏହାର ସୈନିକ ଏବଂ ଅଧିକାରୀମାନଙ୍କ ପାଇଁ ସୋସିଆଲ ମିଡିଆ ଆପ୍ ବ୍ୟବହାର ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରିଛି । ପ୍ରତିରକ୍ଷା ଅଧିକାରୀଙ୍କ...

ସରକାରୀ ପ୍ରତିଶ୍ରୁତି ପାଣିର ଗାର: ୬ ମାସ ହେଲା ବସୁଧା ପ୍ରକଳ୍ପ ଅଚଳ!

ଥୁଆମୂଳ ରାମପୁର,୨୫।୧୨(ଦୁର୍ଗା କୀର୍ତ୍ତି): ସରକାରଙ୍କ ‘ବସୁଧା’ ଯୋଜନାରେ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ପ୍ରତିଶ୍ରୁତି ଏବେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ...

ଦୁଇ ବାଇକ ମୁହାଁମୁହିଁ ଧକ୍କା: ଆଉ ତା’ପରେ ଘଟିଗଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଘୋଡାହାଡ ଡ଼୍ୟାମ ରାସ୍ତାର ଦ୍ବାର ଗାଁ ମୁଖ୍ୟରାସ୍ତା କ୍ରସର ନିକଟରେ ଗୁରୁବାର ମଧ୍ୟାହ୍ନରେ ଦୁଇ ବାଇକ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ସହାୟତା ଦାବି

ଦିଗପହଣ୍ଡି,୨୫।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ଗତ...

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଆଶ୍ଚର୍ଯ୍ୟ ଲାଗିଲେ ବି ସତ, ପୋଷା କୁକୁର ପାଇଁ ଫିନାଇଲ ପିଇ ଜୀବନ ହାରିଲେ ଦୁଇ ଭଉଣୀ

ନୂଆଦିଲ୍ଲୀ,୨୫।୧୨: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଦୁଇ ଭଉଣୀ ଫିନାଇଲ୍ ପିଇ ଆତ୍ମହତ୍ୟା କରିଛନ୍ତି । ଏହାର  କାରଣ...

ହିଲଭିୟୁ ପାର୍କରେ ଟ୍ରେନ ଦୁର୍ଘଟଣା: ଟ୍ରାକ ବାହାରକୁ ଚାଲିଗଲା ବଗି

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ହିଲଭିୟୁ ପାର୍କରେ ଛୁଟିଦିନ ରହିଥିବାରୁ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri