ପାଶ୍ଚାତ୍ୟ କରୁଛି ଅସଲ ଯୁଦ୍ଧ: ପୁଟିନ୍‌

ମସ୍କୋ,୧୦ା୫: ରୁଷିଆ ବିରୋଧରେ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକ ‘ଅସଲ ଯୁଦ୍ଧ’ ଆରମ୍ଭ କରିଦେଇଛନ୍ତି ବୋଲି ବିଜୟ ଦିବସ ପରେଡ୍‌ ଅବସରରେ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ପ୍ରକାଶ କରିଛନ୍ତି। ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଜର୍ମାନୀର ନାଜିଙ୍କ ପରାଜୟକୁ ମନେପକାଇ ରୁଷିଆ ପ୍ରତିବର୍ଷ ମେ’ ୯ରେ ଭିକ୍ଟ୍ରି ଡେ’ ପାଳନ କରିଥାଏ। ଚଳିତବର୍ଷ ମସ୍କୋର ରେଡ୍‌ ସ୍କୋୟାରରେ କଡ଼ା ସୁରକ୍ଷା ବନ୍ଦୋବସ୍ତ ମଧ୍ୟରେ ‘ଭିକ୍ଟ୍ରି ଡେ’ ପାଳନ କରାଯାଇଛି। ପରେଡ୍‌ ଅଭିବାଦନ ଗ୍ରହଣ କରିବା ପରେ ପୁଟିନ୍‌ ନିଜ ସେନା ଓ ଦେଶବାସୀଙ୍କୁ ସମ୍ବୋଧିତ କରି କହିଛନ୍ତି, ମାନବ ସଭ୍ୟତା ପୁଣି ଥରେ ଏକ ନିର୍ଣ୍ଣାୟକ ମୋଡ଼ରେ ପହଞ୍ଚତ୍ଛି। ୟୁକ୍ରେନ୍‌ ବିରୋଧରେ ରୁଷିଆ ସ୍ବତନ୍ତ୍ର ସାମରିକ ଅଭିଯାନ କରୁଥିବାବେଳେ କିଭ୍‌ର ସହଯୋଗୀ ପାଶ୍ଚାତ୍ୟ ଆମ ଦେଶ ମାତୃକା ବିରୋଧରେ ଚଳାଇଥିବା ଛାୟାଯୁଦ୍ଧ ଏବେ ବାସ୍ତବ ଯୁଦ୍ଧରେ ପରିଣତ ହୋଇଛି। ଏହି ଅବସରରେ ପୁଟିନ୍‌ ୟୁକ୍ରେନ୍‌ ବିରୋଧରେ ଲଢ଼ୁଥିବା ସୈନ୍ୟମାନଙ୍କୁ ସ୍ବାଗତ କରିଛନ୍ତି। ରେଡ୍‌ ସ୍କୋୟାରରେ ବିଜୟ ଦିବସ ପାଳନ ବେଳେ ରୁଷୀୟ ସେନା ପକ୍ଷରୁ କ୍ଷେପଣାସ୍ତ୍ର ମୁତୟନ କରି ସାମରିକ ଶକ୍ତି ପ୍ରଦର୍ଶନ କରାଯାଇଥିଲା। ଏହି ଦିବସକୁ ରୁଷିଆ ବଡ଼ ଧୁମଧାମରେ ପାଳନ କରିଥାଏ। କିନ୍ତୁ ନିକଟରେ ପୁଟିନ୍‌ଙ୍କୁ ଟାର୍ଗେଟ କରି ଡ୍ରୋନ୍‌ ଆକ୍ରମଣ କରାଯାଇଥିବାରୁ ସୁରକ୍ଷା ଦୃଷ୍ଟିରୁ ଏହାକୁ ଛୋଟ ଆକାରରେ ପାଳନ କରାଯାଇଛି। ପରେଡ୍‌ରେ ପ୍ରାୟ ୮,୦୦୦ ସୈନ୍ୟ ଭାଗନେଇଥିଲେ, ଯାହାକି ୨୦୦୮ ପରଠୁ ସର୍ବନିମ୍ନ। ପୁଟିନ୍‌ ଏଥର ୧୦ ମିନିଟ୍‌ ଭାଷଣ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri