ବାସ୍ତବତା ପ୍ରତିଫଳିତ ହୋଇନି: ବିରୋଧୀ

ଭୁବନେଶ୍ୱର,୬ା୭(ବ୍ୟୁରୋ): ୨୦୨୨-୨୩ ବଜେଟରେ ବାସ୍ତବତା ପ୍ରତିଫଳିତ ହୋଇନି। ଏଥିରେ କୌଣସି ନୂତନତ୍ୱ ନାହିଁ ବୋଲି ବିରୋଧୀ ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଅନ୍ୟପକ୍ଷରେ ଶାସକ ଦଳ ପକ୍ଷରୁ ବିରୋଧୀଙ୍କ ଅଭିଯୋଗକୁ ଖଣ୍ଡନ କରାଯାଇଛି। ସରକାର ପ୍ରଗତିଶୀଳ ବଜେଟ ଆଣିଛନ୍ତି। ସବୁ କ୍ଷେତ୍ରକୁ ଗୁରୁତ୍ୱ ଦିଆଯାଇ ଅର୍ଥ ବ୍ୟବସ୍ଥା କରାଯାଇଥିବା ସରକାରୀ ଦଳ ପକ୍ଷରୁ କୁହାଯାଇଛି।
୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଉପରେ ଗୃହରେ ଆଲୋଚନା ଆରମ୍ଭ ହୋଇଛି। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝି ଏଥିରେ ଭାଗ ନେଇ କହିଛନ୍ତି, ରାଜ୍ୟ ସରକାର ସବୁ କ୍ଷେତ୍ରରେ ବିଫଳ ହୋଇଛନ୍ତି। ଆର୍ଥିକ ସମ୍ବଳ ବଢ଼ିଛି ବୋଲି ସରକାର ଯେଉଁ କଥା କହୁଛନ୍ତି, ସେଥିରେ କୌଣସି ସତ୍ୟତା ନାହିଁ। ଖଣି ମାଫିଆ ଓ ଲିଜ୍‌ଧାରୀଙ୍କୁ ଦୁର୍ନୀତି ପାଇଁ ପ୍ରୋତ୍ସାହନ ଦିଆଯାଉଛି। ଉଚ୍ଚମାନଯୁକ୍ତ ଖଣିଜ ପଦାର୍ଥକୁ ନିମ୍ନମାନର ଦର୍ଶାଇ ସରକାର ବିକ୍ରି କରୁଛନ୍ତି। ଏଥିରେ ବଡ଼ଧରଣର ଦୁର୍ନୀତି ହେଉଥିଲେ ବି କାର୍ଯ୍ୟାନୁଷ୍ଠାନ ହେଉନାହିଁ। ଚାଷୀଙ୍କ ଆର୍ଥିକ ସ୍ଥିତିକୁ ସୁଧାରିବା ପାଇଁ ସରକାର କୌଣସି ଉଦ୍ୟମ କରିନାହାନ୍ତି। ଏଥିପାଇଁ ଦୀର୍ଘମିଆଦୀ ଯୋଜନା ନାହିଁ। କୃଷକଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ ମିଳୁନାହିଁ। ଆର୍ଥିକ ପ୍ରୋତ୍ସାହନ ଦେବାରେ ମଧ୍ୟ ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ସେ ଅଭିଯୋଗ କରିଛନ୍ତି। ବିଜେଡି ସଭ୍ୟ ଅମର ଶତପଥୀ ବଜେଟକୁ ସମର୍ଥନ ଜଣାଇବା ସହ ଏହାକୁ ଅଭିବୃଦ୍ଧି ଓ ଗତିଶୀଳ ବଜେଟ ବୋଲି କହିଛନ୍ତି। ଖାଦ୍ୟ ସାମଗ୍ରୀ ଉତ୍ପାଦନ କ୍ଷେତ୍ରରେ ଓଡ଼ିଶା ବଳକା ରାଜ୍ୟ ହୋଇପାରିଛି। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ଼ ନେତୃତ୍ୱ ଯୋଗୁ ଏହା ସମ୍ଭବ ହୋଇଛି ବୋଲି କହିବା ସହ ରାଜ୍ୟର ସାମଗ୍ରିକ ବିକାଶ ପାଇଁ ଯେଉଁସବୁ ବିଭାଗରେ ଅଧିକ ଅର୍ଥ ବ୍ୟବସ୍ଥା କରାଯାଇଛି ତାହାର ଠିକଣା ବିନିଯୋଗ ହେବା ଦରକାର ବୋଲି ପ୍ରସ୍ତାବ ଦେଇଛନ୍ତି। ସେହିପରି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା କହିଛନ୍ତି, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ବରଗଡ଼ ଆଦି ଜିଲାର ୨୦ଟି ବ୍ଲକରୁ ଅନେକ ହଜାର ଲୋକ ଦାଦନ ଖଟିବାକୁ ବାହାର ରାଜ୍ୟକୁ ଯାଉଛନ୍ତି। ରାଜ୍ୟରେ ଅନାହାର ମୃତ୍ୟୁ ଅଭିଯୋଗ ହେଉଛି। ହୀରାକୁଦ ଡ୍ୟାମ୍‌ରୁ ଶିଳ୍ପପତିଙ୍କୁ ସରକାର ପାଣି ବିକ୍ରି କରୁଛନ୍ତି। ବିଦ୍ୟୁତ୍‌ ଉତ୍ପାଦନ ପାଇଁ ଡ୍ୟାମ୍‌ରୁ ପାଣି ଛଡ଼ାଯାଉ ନ ଥିବା ବେଳେ ରିଜର୍ଭ ଡ୍ୟାମ୍‌ରୁ ପାଣି ଶିଳ୍ପ ସଂସ୍ଥାକୁ ଦିଆଯାଉଛି। ରାଜ୍ୟର ୩୧୪ ବ୍ଲକରେ ୩୫% ଜଳସେଚନ ପାଇଁ ସରକାର କହିଥିଲେ। ହେଲେ ବଲାଙ୍ଗୀର ଜିଲାରେ ମାତ୍ର ୪% ଅଞ୍ଚଳରେ ଜଳସେଚନ କରାଯାଇଛି। ଏହି ଆଲୋଚନାରେ ବିଜେଡି ସଭ୍ୟ ଧ୍ରୁବ ଚରଣ ସାହୁ, ସୁବାସ ଚନ୍ଦ୍ର ବେହେରା, କିଶୋର ଚନ୍ଦ୍ର ନାଏକ, ପ୍ରଫୁଲ୍ଲ ସାମଲ ଏବଂ ଭାଜପା ସଭ୍ୟ ମୁକେଶ ମହାଲିଙ୍ଗ ପ୍ରମୁଖ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri