ଅବପାତ ରୂପ ନେଲା ଲଘୁଚାପ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏହା ଓଡ଼ିଶା ଉପକୂଳ ୨୦.୮ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୫.୬ ଡିଗ୍ରୀ ପୂର୍ବ ଦ୍ରାଘିମା ନିକଟରେ ଭୁବନେଶ୍ୱରଠାରୁ ଉତ୍ତର-ଉତ୍ତର ପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦୁର୍ବଳ ହେବା ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏଥିଯୋଗୁ ଆସନ୍ତା ୧୨ ଘଣ୍ଟା ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏ ନେଇ ରେଡଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି।
ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ନବରଙ୍ଗପୁର ଜିଲା କୋଷାଗୁମୁଡ଼ାରେ ସର୍ବାଧିକ ୧୬୧ ମି.ମି. ବର୍ଷା ରେକର୍ଡ କରାଯାଇଥିବା ବେଳେ ଭାପୁରରେ ୧୬୦.୨, ଛତ୍ରପୁରରେ ୧୪୨.୨ ଓ ନୂଆଗଡ଼ରେ ୧୪୧.୨, ସାନଖେମୁଣ୍ଡିରେ ୧୩୬, ଗଞ୍ଜାମରେ ୧୨୮, ରାୟଗଡ଼ାରେ ୧୧୨, କଟକର ବାଙ୍କୀରେ ୧୧୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ଭୁବନେଶ୍ୱରରେ ମଧ୍ୟ ୭୬ ମିଲିମିଟର ବର୍ଷା ହୋଇଥିବା ବେଳେ ବଲାଙ୍ଗୀରରେ ୫୦.୬, ନୂଆପଡାରେ ୫୦, କଳାହାଣ୍ଡିରେ ୬୬ ମିଲିମିଟର ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ୮ଟି ସ୍ଥାନରେ ଅତିପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ୪୪ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି।
ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ବେଗରେ ପବନ ବହୁଛି। ବେଳେବେଳେ ଏହା ୬୫ କି.ମି.କୁ ମଧ୍ୟ ବଢିବା ସମ୍ଭାବନା ରହିଛି। ଏହାକୁ ଦଷ୍ଟିରେ ରଖି ଆସନ୍ତା ୧୧ ତାରିଖ ଯାଏ ସମୁଦ୍ରକୁ ନ ଯିବା ଲାଗି ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏଥିସହିତ ରାଜ୍ୟର ସମସ୍ତ ବନ୍ଦରରେ ମଧ୍ୟ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ତେବେ ବର୍ଷା ଯୋଗୁ ମହାନଦୀର ନରାଜ, ବଂଶଧାରା ନଦୀର କାଶୀନଗର, ଜଳକାର ମଥାନୀଠାରେ ବନ୍ୟାଜଳ ବୃଦ୍ଧି ପାଉଛି। ତେବେ ଏ ସମସ୍ତ ନଦୀର ବହୁତଳେ ବନ୍ୟାପାଣି ପ୍ରବାହିତ ହେଉଥିବାରୁ ବନ୍ୟାର ସମ୍ଭାବନା ନାହିଁ ବୋଲି ସ୍ବତନ୍ତ୍ର ରିଲିଫ କମିଶନର(ଏସ୍‌ଆର୍‌ସି)ଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲାପାଳମାନଙ୍କୁ ସତର୍କ ରହିବାକୁ ଏସ୍‌ଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକେଶଙ୍କୁ ପୁଣି ଗୁରୁଦାୟିତ୍ୱ ଦେଲୋ ଭାଜପା: ଜିଲା ଉପସଭାପତି ପଦବୀ ପାଇ କହିଲେ…

ଭବାନୀପାଟଣା,୧୭।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ମଙ୍ଗଳବାର କଳାହାଣ୍ଡି ଜିଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଜିଲାର...

ସୁଦାନରୁ ଫେରିଲେ ଆଦର୍ଶ; ‘ବଞ୍ଚିବି ବୋଲି ଭାବି ନଥିଲି, ଦିନେ ଖାଇଲେ ଦିନେ ଖାଉନଥିଲି’

ଭୁବନେଶ୍ୱର,୧୭।୧୨: ସୁଦାନରୁ ସୁରକ୍ଷିତ ଭାବେ ଫେରିବା ପରେ ନିଜ ଉପରେ ହୋଇଥିବା ଯନ୍ତ୍ରଣା ବଖାଣିଛନ୍ତି ଆଦର୍ଶ ବେହେରା। ସେ ସୁରକ୍ଷିତ ଫେରିଥିବାରୁ ଭାରତ ସରକାରଙ୍କୁ ଧନ୍ୟବାଦ...

ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ...

୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri