ପୁରୀରେ ୮୭, ଭୁବନେଶ୍ୱରରେ ୬୩ ବର୍ଷର ରେକର୍ଡ ଭାଙ୍ଗିଲା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତ(ଡିପ୍‌ ଡିପ୍ରେସନ)ରେ ପରିଣତ ହେବା ଯୋଗୁ ଗତ ଦୁଇଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁ ଜନଜୀବନ ପ୍ରଭାବିତ ହୋଇଛି। ଘରୁ ବାହାରିବା ମଧ୍ୟ କଷ୍ଟକର ହୋଇପଡ଼ିଛି। ଚାଷ ଜମି ଜଳମଗ୍ନ ହୋଇଯାଇଛି। କେତେକ ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ବେଳେ କାନ୍ଥ ପଡ଼ି ୪ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପୁରୀ ଜିଲାରେ ୩୪୨.୫ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୧୯୯.୯ ମିଲିମିଟର ବର୍ଷା ହୋଇଛି। ଉଭୟ ସହରରେ ବର୍ଷା ରେକର୍ଡ ଭାଙ୍ଗିଛି। ପୁରୀରେ ଗତ ୮୭ ବର୍ଷର ରେକର୍ଡ ଭାଙ୍ଗିଥିବାବେଳେ ଭୁବନେଶ୍ୱର ୬୩ ବର୍ଷର ରେକର୍ଡ ଭାଙ୍ଗିଛି। ପୁରୀରେ ୧୯୩୪ ସେପ୍ଟେମ୍ବର ୨୦ରେ ସର୍ବାଧିକ ୨୧୦.୮ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା। ସେହିପରି ଭୁବନେଶ୍ୱରରେ ୧୯୫୮ ସେପ୍ଟେମ୍ବର ୫ରେ ୧୬୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ପୁରୀ ଜିଲା ଅସ୍ତରଙ୍ଗରେ ୫୩୦ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ କାକଟପୁରରେ ୫୨୫ ମିମି, ଗୋପରେ ୩୩୧ ମିମି, ସତ୍ୟବାଦୀରେ ୩୨୮ ମିମି, ନିମାପଡ଼ାରେ ୩୦୦.୬ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଜଗତ୍‌ସିଂହପୁର ଜିଲାର ବାଲିକୁଦାରେ ୪୪୦ ମିମି, ଆଳିପିଙ୍ଗଳରେ ୩୬୪ ମିମି, ରଘୁନାଥପୁରରେ ୩୨୩ ମିମି, କଟକର କଣ୍ଟାପଡ଼ାରେ ୩୮୧ ମିମି, ନିଆଳିରେ ୩୭୦ ମିମି, ଖୋର୍ଦ୍ଧା ଜିଲା ବାଲିପାଟଣାରେ ୨୮୦.୫ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ପାରାଦୀପରେ ୨୨୦ ମିଲିମିଟର ବର୍ଷା ହୋଇଥିବା ବେଳେ ଗୋପାଳପୁର ୬୬, ଅନୁଗୋଳ ୭୪, ବାରିପଦା ୩୮.୨, କେନ୍ଦୁଝର ୪୯, ସମ୍ବଲପୁର ୪୮, ସୁନ୍ଦରଗଡ଼ ୫୯, ତାଳଚେର ୧୬୦, ବଲାଙ୍ଗୀର ୪୪, ଫୁଲବାଣୀ ୧୫୧.୨, ଟିଟିଲାଗଡ଼ ୫୨.୮, ସୋନପୁର ୬୮, ନୟାଗଡ଼ ୧୫୪.୭, ବୌଦ୍ଧ ୧୮୪, ଛତ୍ରପୁର ୫୮ ଏବଂ ପାରଳାଖେମୁଣ୍ଡିରେ ୩୬.୨ ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ସୋମବାର ରାଜ୍ୟର ୨୦ ସ୍ଥାନରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ମୋଟ ୫୭ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ରେକର୍ଡ କରାଯାଇଛି, ଯାହା ବିଗତ ୫ ବର୍ଷରେ ଗୋଟିଏ ଦିନରେ ଏତେ ବର୍ଷା ରେକର୍ଡ ହୋଇନି।
ଲଗାଣ ବର୍ଷା ଯୋଗୁ ମହାନଦୀ ଓ ଏହାର ଶାଖା ନଦୀଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇଛି। ଜଳସମ୍ପଦ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଜଳକା ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଏହାର ବିପଦ ସଙ୍କେତ ସ୍ତର ୫.୫୫ ମିଟର ଥିବା ବେଳେ ବନ୍ୟା ଜଳ ୫.୬ ମିଟର ଉପରେ ପ୍ରବାହିତ ହେଉଛି। ଅନ୍ୟପକ୍ଷରେ ମହାନଦୀ, କୁଶଭଦ୍ରା, ବ୍ରାହ୍ମଣୀ, ବୈତରଣୀ, ବୁଢ଼ାବଳଙ୍ଗ, ସୁବର୍ଣ୍ଣରେଖା, ବଂଶଧାରା, ଋଷିକୁଲ୍ୟା ଏବଂ ଏହାର ଶାଖା ନଦୀରେ ଜଳ ପତ୍ତନ ବୃଦ୍ଧିପାଉଛି। ଲଘୁଚାପ ଛତିଶଗଡ଼ ଓ ମଧ୍ୟପ୍ରଦେଶ ଆଡୁକୁ ମୁହାଁଇଥିବାରୁ ମହାନଦୀର ଉପରମୁଣ୍ଡରେ ପ୍ରବଳ ବର୍ଷା ହୋଇପାରେ। ହୀରାକୁଦର ଜଳ ପତ୍ତନ ବୃଦ୍ଧି ପାଉଥିଲେ ମଧ୍ୟ ସୋମବାର ସୁଦ୍ଧା କୌଣସି ଗେଟ୍‌ ଖୋଲାଯାଇନାହିଁ। ହୀରାକୁଦକୁ ପ୍ରତି ସେକେଣ୍ଡରେ ୧,୬୭,୮୮୦ କ୍ୟୁସେକ ଜଳ ପ୍ରବେଶ କରୁଛି। ଜଳଭଣ୍ଡାରର ଜଳସ୍ତର ୬୨୫.୧୦ ଫୁଟ ରହିଛି। ସମ୍ଭାବ୍ୟ ବନ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜଳ ସମ୍ପଦ ବିଭାଗ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରିଛନ୍ତି।
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତମ ପଶ୍ଚିମ ଦିଗ ଦେଇ ଉତ୍ତର ଓଡ଼ିଶା ଉପକୂଳ, ଉତ୍ତର ଛତିଶଗଡ଼ ଓ ମଧ୍ୟପ୍ରଦେଶ ଦେଇ ଗତି କରିବ। ପରବର୍ତ୍ତୀ ୧୨ ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇ ଦୁର୍ବଳ ହୋଇଯିବ। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୭ଟି ଜିଲାରେ ଅତି ପ୍ରବଳ ଓ ୧୨ଟି ଜିଲାରେ ପ୍ରବଳ ବର୍ଷା ହେବ। ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର, ଢେଙ୍କାନାଳ, ଝାରସୁଗୁଡ଼ା ଏବଂ ବରଗଡ଼ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଏହି ସମୟ ମଧ୍ୟରେ ବଲାଙ୍ଗୀର, ସୁନ୍ଦରଗଡ଼, ବୌଦ୍ଧ, କେନ୍ଦୁଝର, ଖୋର୍ଦ୍ଧା, ଜଗତ୍‌ସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର ଏବଂ କଟକ ଜିଲାରେ ପ୍ରବଳ ବର୍ଷା ହେବ। ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟା ପ୍ରତି ୫୦ରୁ ୬୦ ଏବଂ ବେଳେ ବେଳେ ୭୦ କି.ମି. ବେଗରେ ପବନ ବହିପାରେ। ମଙ୍ଗଳବାର ଯାଏ ସମୁଦ୍ରକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଲଘୁଚାପକୁ ଦେଖି ସମସ୍ତ ବନ୍ଦରରେ ୩ ନମ୍ବର ବିପଦ ସଙ୍କେତ ଦିଆଯାଇଛି। ଏହି ଲଘୁଚାପର ପ୍ରଭାବ ମଙ୍ଗଳବାର ହ୍ରାସ ପାଇବା ପରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୧୭ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହୋଇପାରେ। ସେପ୍ଟେମ୍ବର ୨୦ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଲଘୁଚାପ ବର୍ଷା ସତ୍ତ୍ୱେ ରାଜ୍ୟରେ ଏବେ ବି ସ୍ବାଭାବିକଠାରୁ ୨୦ ପ୍ରତିଶତ କମ୍‌ ବର୍ଷା ହୋଇଛି। ଜୁନ୍‌ ପହିଲାରୁ ସେପ୍ଟେମ୍ବର ୧୩ ମଧ୍ୟରେ ରାଜ୍ୟରେ ୧୦୪୭.୫ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ୮୩୭.୫ ମିଲିମିଟର। ଗତ ଦୁଇଦିନ ହେବ ରାଜ୍ୟର ୧୨ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବାରୁ ରାଜ୍ୟ ସରକାର ସେହି ଜିଲାର ସ୍କୁଲଗୁଡ଼ିକ ସୋମବାର ଏବଂ ମଙ୍ଗଳବାର ଦୁଇଦିନ ପାଇଁ ବନ୍ଦ ଘୋଷଣା କରିଛନ୍ତି। ସେହି ଜିଲାଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ନୟାଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ସୋନପୁର ଓ ବରଗଡ଼। ସ୍କୁଲଗୁଡ଼ିକରେ ନବମ, ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?