ଟ୍ବିନ୍‌ ସିଟିକୁ ରେର୍ଡ ଆର୍ଲଟ୍‌ ଜାରି

ଭୁବନେଶ୍ୱର,୩୦।୪: ରାଜ୍ୟରେ ପ୍ରବଳ ଖରାତାତି ସହ ଗୁଳୁଗୁଳି ଜାରି ରହିଛି। ଏବେ ଆହୁରି ୪ଦିନ ଏପରିସ୍ଥିତି ଲାଗି ରହିବା ସମ୍ଭାବନା ଥିବାବେଳେ ଆସନ୍ତା ଦୁଇଦିନ ଭୀଷଣ ଗ୍ରୀଷ୍ମ ପ୍ରବାହ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଏଥିପାଇଁ ଟ୍ବିନ୍‌ ସିଟି ଭୁବନେଶ୍ୱର ଏବଂ କଟକରେ ରେଡ ଓ୍ବାର୍ନିଂ ଜାରି କରାଯାଇଛି। ଟ୍ବିନ୍‌ ସିଟିରେ ତାପମାତ୍ରା ୪୫ ଡିଗ୍ରୀ ଅତିକ୍ରମ କରିପାରେ। ତେଣୁ କଟକ- ଭୁବନେଶ୍ୱର ପାଇଁ ରେଡ ୱାର୍ନିଂ ଜାରି କରାଯାଇଛି। ଭୟଙ୍କର ଗ୍ରୀଷ୍ମ ପ୍ରବାହ ଜାରି ହେଉଥିବାରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ବାରମ୍ବାର ପରାମର୍ଶ ଦିଆଯାଉଛି।
ଆଜି ସକାଳ ସାଢେ ୮ରେ ପାରଦ ୩୮ ଡିଗ୍ରୀ ଟପିଯାଇଛି । ୩୮.୪ ଡିଗ୍ରୀ ତାପମାତ୍ରା ସହ ବାରିପଦା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିପରି ତାଳଚେର ୩୭.୮, ବାଲେଶ୍ୱର ୩୬.୬, କେନ୍ଦୁଝର ୩୬.୪ ଡିଗ୍ରୀ, କଟକ ୩୫.୮, ଭଦ୍ରକ ୩୫, ରାଉରକେଲାରେ ତାପମାତ୍ରା ୩୫ ଡିଗ୍ରୀ ରହିଛି। ଏପଟେ ଭବାନୀପାଟଣା ୩୪.୮, ଭୁବନେଶ୍ୱର ଓ ଝାରସୁଗୁ ୩୪.୬, ହୀରାକୁଦ ୩୪.୪, ଚାନ୍ଦବାଲି ୩୪.୨, ବଲାଙ୍ଗିର ୩୪ ଡିଗ୍ରୀ, କେନ୍ଦ୍ରାପଡା ୩୪ ଏବଂ ଅନୁଗୁଳରେ ତାପମାତ୍ରା ୩୪ ଡିଗ୍ରୀ ରହିଛି । ସିଭିୟର ହିଟ ୱେଭ ଖୋର୍ଦ୍ଧା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ବୌଦ୍ଧ, ଅନୁଗୁଳ ଓ କଟକରେ ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲେବର ପାର୍ଟିରେ ଉତ୍ତେଜନା ମଧ୍ୟରେ ୟୁକେ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କିର୍‌ ଷ୍ଟାର୍ମର

ଲଣ୍ଡନ,୨୨।୬: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ଇସ୍ତଫା ସମ୍ପର୍କରେ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ସୋମବାର (ଜୁନ ୨୨) କିର୍‌ ଷ୍ଟାର୍ମର ପ୍ରଧାନମନ୍ତ୍ରୀ ପଦ ଛାଡିବା ନିଷ୍ପତ୍ତି ଘୋଷଣା…

‘ଅଧିକ ଚିନ୍ତା କର ନାହିଁ’, କିଏ ଆଉ କାହିଁକି ଏମିତି କହିଲେ ବୈଭବ ସୂର୍ଯ୍ୟବଂଶୀଙ୍କୁ? ତା’ପରେ ଆସିଲା ଝଡ଼…

ନୂଆଦିଲ୍ଲୀ,୨୨।୬: ବୈଭବ ସୂର୍ଯ୍ୟବଂଶୀ ଜାଣିଥିଲେ ଯେ ଶ୍ରୀଲଙ୍କାରେ ତ୍ରି-ସିରିଜରେ ସମସ୍ତଙ୍କ ନଜର ତାଙ୍କ ଉପରେ ରହିବ। ୧୫ ବର୍ଷୀୟ ବ୍ୟାଟସମ୍ୟାନଙ୍କୁ ଭାରତ ଏ ପାଇଁ ଜଣେ ପ୍ରମୁଖ…

ଜିଅନ୍ତା ଜଳିଗଲେ ସ୍ତ୍ରୀ, ସ୍ବାମୀ ଗୁରୁତର, ହତ୍ୟା ଅଭିଯୋଗ ଆଣି ବାପଘର ଲୋକେ କହିଲେ…

ଖଲ୍ଲିକୋଟ,୨୨।୬(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ମଥୁରା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ହୋଇ ସ୍ତ୍ରୀ,…

ସରକାରଙ୍କ ବଡ଼ ଉପହାର, ୨୦ ପ୍ରତିଶତ ବଢିଲା DA, ଆଶା କର୍ମୀଙ୍କୁ ମିଳିବ ୨ହଜାର, ମହିଳାଙ୍କ ପାଇଁ ମାଗଣା ବସ ସେବା

କୋଲକାତା,୨୨।୬: ସୋମବାର, ପଶ୍ଚିମବଙ୍ଗ ସରକାର ଅନେକ ସୁବିଧା ଘୋଷଣା କରିଛନ୍ତି। ରାଜ୍ୟ କ୍ୟାବିନେଟ ରାଜ୍ୟ କର୍ମଚାରୀଙ୍କ ପାଇଁ ମହଙ୍ଗା ଭତ୍ତା (DA) 20 ପ୍ରତିଶତ ବୃଦ୍ଧି କରିବାକୁ…

ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।…

ଏଲ୍‌ ନିନୋ ଏବଂ ଉତ୍ତପ୍ତ ପାଣିପାଗ

ଗତ କିଛି ବର୍ଷ ଧରି ପୃଥିବୀର ଜଳବାୟୁରେ ଅସ୍ବାଭାବିକ ପରିବର୍ତ୍ତନ ଦେଖାଯାଉଛି। ଏହାର ପ୍ରଭାବ ଭାରତ ଏବଂ ଓଡ଼ିଶାରେ ମଧ୍ୟ ସ୍ପଷ୍ଟ ଭାବେ ପରିଲକ୍ଷିତ ହେଉଛି। ଏହି…

ବିକାଶ ଧାରା ଓଡ଼ିଶା ସାରା, ଲୋକଙ୍କୁ ସରକାରଙ୍କ ଯୋଜନା ବିଷୟରେ ଜଣାଇ…

ଥୁଆମୂଳ ରାମପୁର,୨୨ା୬(ଦୁର୍ଗା କୀର୍ତ୍ତି): ରାଜ୍ୟରେ ଭାଜପା ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ଉପଲକ୍ଷେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ସିନ୍ଧିପଦର, ଡୁମେରପଦର ଓ ଥୁଆମୂଳ ପଞ୍ଚାୟତଠାରେ ‘ବିକାଶ…

ତାମିଲନାଡୁ ଗ୍ୟାସ୍‌ ଟ୍ରାଜେଡି, ୫ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ସ୍ପଷ୍ଟ କଲେ ମନ୍ତ୍ରୀ

ଭୁବନେଶ୍ୱର,୨୨।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୫ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri