ଗର୍ଭବତୀଙ୍କୁ ରେଫର ମନା

ନୟାଗଡ଼ ଅଫିସ,୧।୭: ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟ(ଡିଏଚ୍‌ଏଚ୍‌)ରେ ଭର୍ତ୍ତି ହେଉଥିବା ଗର୍ଭବତୀଙ୍କୁ ଆଉ ରେଫର ନ କରିବାକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ(ସିଡିଏମ୍‌ଓ) ନିର୍ଦ୍ଦେଶ ଦେଇଛନ୍ତି। ଆଉ ଜଣେ ଆନାସ୍ଥେସିଆ ବିଶେଷଜ୍ଞ କାର୍ଯ୍ୟରେ ଯୋଗ ଦେବା ପରେ ଡିଏଚ୍‌ଏଚ୍‌ରେ ୨୪ ଘଣ୍ଟିଆ ସେବା ଉପଲବ୍ଧ ହେବା ଆରମ୍ଭ ହୋଇଛି। ଗର୍ଭବତୀମାନେ ଏଣିକି ଉତ୍ତମ ସ୍ବାସ୍ଥ୍ୟସେବା ପାଇବେ, ସେମାନଙ୍କୁ ଆଉ ଅନ୍ୟ ଡାକ୍ତରଖାନାକୁ ପଠାଯିବ ନାହିଁ ବୋଲି ନିଷ୍ପତ୍ତି ନିଆଯାଇଛି ।

ଗତକିଛି ବର୍ଷ ହେବ ଜିଲା ମୁଖ୍ୟ ଚିକିତ୍ସାଳୟକୁ ବହୁ ଆଶା ଓ ବିଶ୍ୱାସ ନେଇ ଆସୁଥିବା ଗର୍ଭବତୀମାନେ ବିଭିନ୍ନ କାରଣରୁ ହଟହଟା ହେଉଥିଲେ । ଉକ୍ତ ଚିକିତ୍ସାଳୟରେ ୪ଜଣ ସ୍ତ୍ରୀ ରୋଗ ବିଶେଷଜ୍ଞ ଥିଲେ ମଧ୍ୟ ଜଣେ ଆନାସ୍ଥେସିଆ ବିଶେଷଜ୍ଞ ଥିଲେ। ଦିନରେ ଅପରେଶନ ଦାୟିତ୍ୱ ସମ୍ଭାଳିବା ପରେ ଆନାସ୍ଥେସିଆ ବିଶେଷଜ୍ଞ ଆଉ ସନ୍ଧ୍ୟାରେ ଡ୍ୟୁଟି କରୁ ନ ଥିଲେ। ଫଳରେ ସନ୍ଧ୍ୟା ପରେ ପ୍ରସବ ପାଇଁ ଆସୁଥିବା ମହିଳାଙ୍କୁ ଅନାସ୍ଥେସିଆ ବିଶେଷଜ୍ଞ ନ ଥିବା କହି ଫେରାଇ ଦିଆଯାଉଥିଲା । ଏପରିକି ଗୁରୁତର ଗର୍ଭବତୀମାନଙ୍କୁ ଅନ୍ୟତ୍ର ରେଫର କରି ଦିଆଯାଉଥିଲା । ହେଲେ ଆନାସ୍ଥେସିଆ ବିଶେଷଜ୍ଞ ଅନିଲ ସାମନ୍ତରାୟ କାର୍ଯ୍ୟରେ ଯୋଗ ଦେବା ପରେ ତାଙ୍କୁ ରାତି ଅପରେଶନ ଦାୟିତ୍ୱ ଦିଆଯାଇଛି। ଫଳରେ ପ୍ରସବ ପାଇଁ ଆସୁଥିବା ମହିଳାଙ୍କୁ ଆଉ ରେଫର କରିବାକୁ ପଡ଼ିବ ନାହିଁ ବୋଲି ଡାକ୍ତରଖାନା କର୍ତ୍ତୃପକ୍ଷ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

ଗଞ୍ଜେଇ ଚାଲାଣ କରୁଥିବା ଦୁଇ ମହିଳାଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୨୬।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ(ଏଡିଜେ)- ୧ ଡ଼.ଇନ୍ଦୁ ଶର୍ମା ଶୁକ୍ରବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri