‘ମମତା’ ଯୋଜନା ପଞ୍ଜୀକରଣ ଅବଧି ୭ ମାସକୁ ବୃଦ୍ଧ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): କରୋନା ପାଇଁ ରାଜ୍ୟରେ ଏବେ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡ଼ିକ ବନ୍ଦ ରହିଛି। ସାରା ଦେଶରେ ଲକ୍‌ଡାଉନ ପରିସ୍ଥିତି ଜାରି ରହିଥିବାରୁ ବହୁ ସଂଖ୍ୟାରେ ପ୍ରବାସୀ ଓଡ଼ିଶା ଫେରୁଛନ୍ତି। ଏଭଳି ସମୟରେ କରୋନା ମାର୍ଗଦର୍ଶିକାର କଡ଼ାକଡ଼ି ଅନୁପାଳନ ମଧ୍ୟରେ ସମସ୍ତ ଅଙ୍ଗନଓ୍ବାଡି ସେବା ଜାରି ରଖିବା ସହିତ ଫେରୁଥିବା ସମସ୍ତ ପ୍ରବାସୀ ଗର୍ଭବତୀ ଓ ପ୍ରସୂତି ମହିଳା ଏବଂ ୬ବର୍ଷରୁ କମ୍‌ ବୟସର ଶିଶୁଙ୍କୁ ପଞ୍ଜୀକରଣ କରି ସେବା ଯୋଗାଇବାକୁ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ମନ୍ତ୍ରୀ ଟୁକୁନି ସାହୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ମନ୍ତ୍ରୀ ଭର୍ଚୁଆଲରେ ସାମ୍ପ୍ରତିକ କୋଭିଡ୍‌ ପରିସ୍ଥିତିରେ ବିଭାଗ ପକ୍ଷରୁ ନିଆଯାଇଥିବା ପଦକ୍ଷେପର ସମୀକ୍ଷା କରିଥିଲେ। ସମନ୍ବିତ ଶିଶୁବିକାଶ ଓ ସମାଜ କଲ୍ୟାଣ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ ବିଭାଗୀୟ କାର୍ଯ୍ୟକ୍ରମ ଓ ପଦକ୍ଷେପ ସମ୍ପର୍କରେ ସୂଚନା ଦେଇଥିଲେ। ଲକ୍‌ଡାଉନ ଯୋଗୁ ଗର୍ଭବତୀ ଓ ପ୍ରସୂତିମାନେ ‘ମମତା ଯୋଜନା’ ରେ ନାମ ପଞ୍ଜୀକରଣଜନିତ ସମସ୍ୟାର ସମ୍ମୁଖୀନ ହେଉଛି। ତେଣୁ ଯୋଜନାର ନିୟମାବଳୀରେ ସଂଶୋଧନ କରାଯାଇଛି। ପୂର୍ବରୁ ଏହି ସହାୟତା ପାଇବା ନିମନ୍ତେ ପ୍ରଥମ ଗର୍ଭଧାରଣର ୩ମାସ ମଧ୍ୟରେ ପଞ୍ଜୀକରଣ ହେଉଥିବାବେଳେ ଏବେ ଏହି ଅବଧିକୁ ୬ମାସ ପର୍ଯ୍ୟନ୍ତ ଓ ଅତି କଠିନ ସ୍ଥିତିରେ ୭ମାସକୁ ବୃଦ୍ଧି କରାଯାଇଛି। ରାଜ୍ୟକୁ ଫେରୁଥିବା ପ୍ରବାସୀ ମହିଳାମାନେ କୌଣସି ଜାତୀୟ କିମ୍ବା ଅନ୍ୟ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ପ୍ରସୂତିକାଳୀନ ସହାୟତା ଯୋଜନାର ଅନ୍ତର୍ଭୁକ୍ତ ହୋଇ ନ ଥିଲେ ଓଡ଼ିଶାରେ ମମତା ଯୋଜନାର ସୁଫଳ ପାଇପାରିବେ। ଏଥିପାଇଁ ସେମାନଙ୍କୁ ଏକ ଲିଖିତ ଅଣ୍ଡରଟେକିଂ ଦେବାକୁ ପଡ଼ିବ। ମହିଳାଙ୍କ ପାଇଁ ଉଦ୍ଦିଷ୍ଟ ୧୮୧ ହେଲ୍ପଲାଇନରେ ମଧ୍ୟ ମମତା ଯୋଜନା ସମ୍ବନ୍ଧୀୟ ସମସ୍ତ ଅଭିଯୋଗ ଗ୍ରହଣ କରାଯିବ। ଏ ସମସ୍ତ ପଦକ୍ଷେପ ସମ୍ପର୍କରେ ଜିଲାପାଳଙ୍କୁ ପତ୍ର ଲେଖି ଜଣାଯାଇଥିବା ଅରବିନ୍ଦ ଅଗ୍ରୱାଲ କହିଛନ୍ତି। ତୁରନ୍ତ ଯୋଗ୍ୟ ପ୍ରବାସୀ ହିତାଧିକାରୀଙ୍କୁ ଚିହ୍ନଟ କରି ଅଙ୍ଗନଓ୍ବାଡିରେ ପଞ୍ଜୀକରଣ କରିବା ସହିତ ସେମାନଙ୍କୁ ସମସ୍ତ ସେବା ଯୋଗାଇ ଦେବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବୈଠକରେ ବିଭାଗୀୟ ଯୁଗ୍ମ ଶାସନ ସଚିବ ରଶ୍ମିରଞ୍ଜନ ନାୟକ, ଧରଣୀଧର ନନ୍ଦ, ନିତ୍ୟାନନ୍ଦ ବାରିକ, ଗୀତାରାଣୀ ପଟ୍ଟନାୟକଙ୍କ ସମେତ ଅନ୍ୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri