୧୩ରେ ‘ଦିବ୍ୟ କାଶୀ-ଭବ୍ୟ କାଶୀ’ର ଲୋକାର୍ପଣ

ଭୁବନେଶ୍ୱର,୯।୧୨(ବ୍ୟୁରୋ): ଭଗବାନ ଶିବଙ୍କ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ ମଧ୍ୟରୁ ଏକ ପ୍ରାଚୀନ ଧାର୍ମିକ ସହର କାଶୀ ବିଶ୍ୱନାଥ ଧାମର ସୌନ୍ଦର୍ଯ୍ୟକରଣ ଓ ସାମଗ୍ରିକ ବିକାଶ କାର୍ଯ୍ୟ ‘ଦିବ୍ୟ କାଶୀ-ଭବ୍ୟ କାଶୀ’କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୩ ତାରିଖରେ ଲୋକାର୍ପଣ କରିବେ। ସାରା ଦେଶରୁ ଧର୍ମାଚାର୍ଯ୍ୟ, ସାଧୁସନ୍ଥ, ଜ୍ଞାନିଗୁଣି, ପ୍ରବୁଦ୍ଧଜନ, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ତଥା ଉତ୍ତରପ୍ରଦେଶ ସରକାରଙ୍କ ମନ୍ତ୍ରୀଙ୍କ ସମେତ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଯୋଗଦେବେ ବୋଲି ବୁଧବାର ରାଜ୍ୟ ଭାଜପା କାର୍ଯ୍ୟାଳରେ ଆୟୋଜିତ ଖବରଦାତା ସମ୍ମିଳନୀରେ କାର୍ଯ୍ୟକ୍ରମ ସଂଯୋଜକ ନୟନ କିଶୋର ମହାନ୍ତି ସୂଚନା ଦେଇଛନ୍ତି।
ସେ କହିଛନ୍ତି, ଉକ୍ତଦିନ ଦେଶର ସମସ୍ତ ଜ୍ୟୋତିର୍ଲିଙ୍ଗଙ୍କ ନିକଟରେ ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ହେବ। ଦେଶର ପ୍ରାୟ ୫୧ ହଜାର ସ୍ଥାନରେ ବଡ ପରଦା ଲଗାଯାଇ ‘ଦିବ୍ୟ କାଶୀ-ଭବ୍ୟ କାଶୀ’ କାର୍ଯ୍ୟକ୍ରମ ସିଧା ପ୍ରସାରଣ ହେବ। ଓଡିଶାରେ ମଧ୍ୟ ସମସ୍ତ ମଣ୍ଡଳର ଶିବାଳୟଗୁଡିକରେ ଏହି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ଚାଲିଛି। ୯ ତାରିଖରେ ପ୍ରଭାତ ପରିକ୍ରମା ୧୦,୧୧ ଓ ୧୨ରେ ମଠ, ମନ୍ଦିର, ଆଶ୍ରମ, ଧାର୍ମିକ ସ୍ଥଳରେ ସ୍ବଚ୍ଛତା ଅଭିଯାନ କରାଯିବ। କାଶୀରେ ମଧ୍ୟ ସ୍ବଚ୍ଛତା ଅଭିଯାନ ୫ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡା ପାର୍ଟି ସ୍ତରରେ ଅନେକ କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛନ୍ତି। ଏହା ୧୩ ତାରିଖରୁ ଆରମ୍ଭ ହୋଇ ମକର ସଂକ୍ରାନ୍ତି ପର୍ଯ୍ୟନ୍ତ ଚାଲିବ। ୧୪ ତାରିଖରେ ଭାଜପା ଶାସିତ ପ୍ରଦେଶର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ ଆୟୋଜନ କରାଯିବ ବୋଲି ମହାନ୍ତି ସୂଚନା ଦେଇ କହିଛନ୍ତି। ଖବରଦାତା ସମ୍ମିଳନୀରେ ‘ଦିବ୍ୟ କାଶୀ-ଭବ୍ୟ କାଶୀ’ ସଂଯୋଜକ ଶାରଦା ପ୍ରସାଦ ଶତପଥୀ ଓ ଗଣମାଧ୍ୟମ ସଂଯୋଜକ ଦିଲୀପ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?