ବଳକା ଚାଉଳ, କୋଇଲା ରୟାଲ୍‌ଟି ପ୍ରସଙ୍ଗ ଉଠିଲା

ଭୁବନେଶ୍ୱର,୩୧।୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ କୌଣସି ଆଲୋଚନା ହୋଇ ନ ଥିବା ସେ କହିଛନ୍ତି। କୋଭିଡ -୧୯ ମହାମାରୀ ପରେ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ହୋଇ ନ ଥିଲା। ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଦୁଇ ନେତାଙ୍କ ମଧ୍ୟରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ନବୀନ ରାଜ୍ୟର ସ୍ବାର୍ଥସମ୍ବଳିତ ବିଭିନ୍ନ ପ୍ରସଙ୍ଗକୁ ପ୍ରଧାନମନ୍ତ୍ରୀଙ୍କ ନିକଟରେ ଉତ୍‌ଥାପନ କରିଛନ୍ତି। ବଳକା ଉଷୁନା ଚାଉଳ ପ୍ରସଙ୍ଗଠାରୁ କେନ୍ଦ୍ରୀୟ ଅନୁଦାନ ନେଇ ମଧ୍ୟ ଆଲୋଚନା ହୋଇଥିବା ଜଣାପଡିଛି। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ କହିଛନ୍ତି ଯେ, କିଛିଦିନ ତଳେ ତେଲଙ୍ଗାନାର ବଳକା ଉଷୁନା ଓ ଅରୁଆ ଚାଉଳ ଉଠାଇବାକୁ କେନ୍ଦ୍ର ସରକାର ରାଜି ହୋଇଛନ୍ତି। ହେଲେ ଏଯାଏ ଓଡ଼ିଶାର ବଳକା ଉଷୁନା ଚାଉଳ ଉଠାଉନାହାନ୍ତି। ପ୍ରଧାନମନ୍ତ୍ରୀଙ୍କ ନିକଟରେ ଚାଉଳ ଉଠାଣ ଦାବି ରଖାଯାଇଛି। ସେହିପରି କୋଇଲା ଉତ୍ପାଦନ ରୟାଲ୍‌ଟିରେ ସଂଶୋଧନ ଆସିଲେ ରାଜ୍ୟକୁ ଅଧିକ ରାଜସ୍ବ ମିଳିବ। ମହାନଦୀ ଜଳବିବାଦ ଯୋଗୁ ଖରାଦିନେ ଓଡ଼ିଶା ଜଳକଷ୍ଟ ଭୋଗୁଛି। ଏହାର ସମାଧାନ କରି ନ୍ୟାୟ ଦେବା ଦିଗରେ ମଧ୍ୟ ଦୃଷ୍ଟି ଆକର୍ଷଣ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାଛଡ଼ା ଆସନ୍ତା ଜୁଲାଇରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବାବେଳେ ଦୁଇ ନେତାଙ୍କ ମଧ୍ୟରେ ଏ ପ୍ରସଙ୍ଗରେ କୌଣସି ଆଲୋଚନା ହୋଇ ନ ଥିବା ସୂଚନା ମିଳିଛି। ଏଥିସହିତ ନବୀନ ସ୍ବରାଷ୍ଟ୍ର ମନ୍ତ୍ରୀ ଅମୀତ ଶାହାଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି।
ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଓଡ଼ିଶା ଫେରିଆସିବେ। ଯଦିଓ ଗତ ୩ ମାସ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କର ଏହା ତୃତୀୟ ଦିଲ୍ଲୀ ଗସ୍ତ। ତେବେ ରାଷ୍ଟ୍ରପତି ନିର୍ବାଚନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ବୁଝାମଣା ସମ୍ଭାବନା ରହିଛି ବୋଲି ରାଜନୈତିକ ବିଶ୍ଳେଷକ ଆଶା କରୁଛନ୍ତି। ଏନ୍‌ଡିଏର ଅଂଶୀଦାର ଜେଡିୟୁ ଏନ୍‌ଡିଏ ପ୍ରାର୍ଥୀଙ୍କୁ ସମର୍ଥନ କରିବ କି ନାହିଁ ସେନେଇ ସ୍ପଷ୍ଟ ହେଉ ନ ଥିବାରୁ ଭାଜପା ନବୀନଙ୍କ ସହଯୋଗ ଲୋଡ଼ିବା ବେଶି ସମ୍ଭାବନା ରହିଛି। ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ ଭାଜପା ବିଜେଡି ଓ ଆନ୍ଧ୍ରର ଓ୍ବାଇଏସ୍‌ଆର କଂଗ୍ରେସକୁ ନିଜଆଡ଼କୁ ନେବା ଲାଗି ଉଦ୍ୟମ ଚଳାଇଛି।
ରାଷ୍ଟ୍ରପତି ନିର୍ବାଚନ ପାଇଁ ବିରୋଧୀ ଦଳଗୁଡ଼ିକ ହାତରେ ୫୧.୧ପ୍ରତିଶତ ଭୋଟ ଥିବା ବେଳେ ଭାଜପା ଓ ଏହାର ସହଯୋଗୀ ଦଳ ନିକଟରେ ୪୮.୯ ପ୍ରତିଶତ ରହିଛି। ଏନ୍‌ଡିଏ ପ୍ରାର୍ଥୀଙ୍କୁ ଆଉ ୧.୨୨ପ୍ରତିଶତ ଭୋଟ୍‌ର ଆବଶ୍ୟକତା ରହିଛି। ବିଜେଡି ହାତରେ ୩.୨୨ ପ୍ରତିଶତ ଭୋଟ୍‌ ରହିଛି। ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବା ସମ୍ଭାବନା ରହିଛି। ତେବେ ଏ ନେଇ ବିଜେଡି ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।
ଏଠାରେ ସୂଚନାଯୋଗ୍ୟ, ୨୦୧୨ ଏବଂ ୨୦୧୭ରେ ଅଣ ଉପା ପ୍ରାର୍ଥୀଙ୍କୁ ବିଜେଡି ସମର୍ଥନ କରିଥିଲା। ୨୦୨୦ ସେପ୍ଟେମ୍ବରରେ ନବୀନ ରାଜ୍ୟ ସଭା ଉପାଧ୍ୟକ୍ଷ ପଦବୀ ପାଇଁ ଏନ୍‌ଡିଏ ପ୍ରାର୍ଥୀ ହରିଶ୍‌ ନାରାୟଣଙ୍କୁ ସମର୍ଥନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri