ରେପୋ ରେଟ୍‌ ଅପରିବର୍ତ୍ତିତ ରହିପାରେ

ମୁମ୍ବାଇ:  ଦେଶ ମଧ୍ୟରେ କୋଭିଡ ସଂକ୍ରମଣ ବଢିଚାଲିଛି। ଏଭଳି ସ୍ଥିତିରେ ଖୁଚୁରା ମୁଦ୍ରାସ୍ଫୀତିକୁ ୪% ସ୍ତରରେ ରଖିବା ଲାଗି ସରକାର ଆର୍‌ବିଆଇକୁ ନିର୍ଦ୍ଦେଶ ଦେଇଛି। ସୋମବାର ଠାରୁ ଚଳିତ ଆର୍ଥତ୍କ ବର୍ଷର ପ୍ରଥମ ମୁଦ୍ରାନୀତି କମିଟି (ଏମ୍‌ପିସି) ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଏହା ୭ ତାରିଖ ଯାଏ ଚାଲିବ। ୭ ତାରିଖରେ ସୁଧହାର ହ୍ରାସ ସମ୍ପର୍କରେ କେନ୍ଦ୍ରୀୟ ବ୍ୟାଙ୍କ ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି। ହେଲେ ଚଳିତ ଥର ଆର୍‌ବିଆଇ ରେପୋ ରେଟକୁ ଅପରିବର୍ତ୍ତିତ ରଖିପାରେ ବୋଲି ବଜାର ବିଶେଷଜ୍ଞ ମାନେ ମତ ପ୍ରକାଶ କରିଛନ୍ତି। ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ବସୁଥିବା ୬ ସଦସ୍ୟ ବିଶିଷ୍ଟ କମିଟି ସୁଧହାରରେ କୌଣସି ହ୍ରାସ କରି ନ ପାରେ ବୋଲି କୁହାଯାଉଛି। ରେପୋ ରେଟ୍‌ କମାଇବା ଲାଗି ଠିକ୍‌ ସମୟକୁ ଅପେକ୍ଷା କରାଯିବ ବୋଲି ଆର୍‌ବିଆଇର ବିଶେଷଜ୍ଞ ପ୍ୟାନେଲ ଅନୁଭବ କରୁଛନ୍ତି।
ବର୍ତ୍ତମାନ ରେପୋରେଟ ୪% ସ୍ତରରେ ରହିଛି। ସେହିଭଳି ରିଭର୍ସ ରେପୋ ୩.୩୫% ସ୍ତରରେ ରହିଛି। କୋଭିଡ ମାମଲା ବଢୁଥିବାରୁ ଏହା କେନ୍ଦ୍ରୀୟ ବ୍ୟାଙ୍କ ପାଇଁ ବଡ ଚ୍ୟାଲେଞ୍ଜ ସୃଷ୍ଟି କରିବ ବୋଲି ଏଡେଲଓ୍ବିସ ରିସର୍ଚ୍ଚର ବିଶେଷଜ୍ଞ ମତ ଦେଇଛନ୍ତି।ବର୍ତ୍ତମାନ ମୁଦ୍ରାସ୍ଫୀତି ଉର୍ଦ୍ଧ୍ୱଗାମୀ ରହିଛି। କୋଭିଡ ମାମଲା ବଢୁଥିବାରୁ ଏହା ଅର୍ଥ ବ୍ୟବସ୍ଥାକୁ ପ୍ରଭାବିତ କରୁଛି। ଏଣୁ ଏହାକୁ ଦେଖିଲେ ସୁଧ ହାର ହ୍ରାସ ହୋଇନ ପାରେ ବୋଲି ହାଉସିଂ ଡଟ୍‌ କମ୍‌ର ଗ୍ରୁପ ସିଇଓ ଧ୍ରୁବ ଅଗ୍ରଓ୍ବାଲ କହିଛନ୍ତି। ବର୍ତ୍ତମାନ ଋଣ ଉପରେ ସୁଧ ହାର ଐତିହାସିକ ରେକର୍ଡ ସ୍ତରରେ ରହିଥିବାରୁ ବାଣିଜି୍ୟକ ବ୍ୟାଙ୍କ ସୁଧହାର ହ୍ରାସ ଦ୍ୱାରା ଅର୍ଥ ବ୍ୟବସ୍ଥାକୁ ଆଗକୁ ବଢାଇବା ଦିଗରେ କାମ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଟିପିସିଓଡିଏଲ୍‌ ପକ୍ଷରୁ ଘର ଛାତରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ

ଭୁବନେଶ୍ୱର, ୩ା୮: ପିଏମ୍‌ ସୂର୍ଯ୍ୟଘର, ମୁଫ୍‌ତ ବିଜ୍‌ଲି ଯୋଜନା ଅଧୀନରେ ୫୦,୦୦୦ରୁ ଅଧିକ ରୁଫ୍‌ଟପ୍‌ ସୋଲାର (ଆର୍‌ଟିଏସ୍‌) ସ୍ଥାପନ କରିବାରେ ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌…

EPFOକୁ ନେଇ ଆସିଲା ବଡ଼ ଖବର: ସରକାର ବଢାଇଲେ…

ନୂଆଦିଲ୍ଲୀ,୩।୮: ବହୁ ଦିନ ଧରି ବିଭିନ୍ନ କର୍ମଚାରୀ ସଂଗଠନଗୁଡ଼ିକ EPS ଦରମା ସୀମା ବୃଦ୍ଧି ଦାବିକୁ ଅର୍ଥ ମନ୍ତ୍ରଣାଳୟ ସମ୍ପ୍ରତି ଅନୁମୋଦନ କରିଛି। ଏହି ନିଷ୍ପତ୍ତି କର୍ମଚାରୀମାନଙ୍କ…

ବଦଳିଲା ୟୁପିଆଇ ପେମେଣ୍ଟ ନିୟମ, ଟ୍ରାଞ୍ଜାକ୍ସନ୍ ପୂର୍ବରୁ ବ୍ୟାଙ୍କ ପଚାରିବ Yes/No ପ୍ରଶ୍ନ…

ନୂଆଦିଲ୍ଲୀ,୩।୮: ଆପଣଙ୍କର ପରବର୍ତ୍ତୀ UPI ପେମେଣ୍ଟ (Payment) ହୁଏତ ସବୁବେଳେ ଗୋଟିଏ ଟ୍ୟାପ୍‌ରେ ସମ୍ପୂର୍ଣ୍ଣ ନହୋଇପାରେ। ଦେଶରେ ବୃଦ୍ଧି ପାଉଥିବା ଡିଜିଟାଲ୍‌ ପେମେଣ୍ଟ ଠକେଇକୁ ରୋକିବା ଏବଂ…

ବଜାରରେ ହଲଚଲ୍! ଫୁଡ୍ ଡେଲିଭରି ବଜାରକୁ ଏଣ୍ଟ୍ରି କରିବ ଫ୍ଲିପକାର୍ଟ, Zomato-Swiggyକୁ କଡ଼ା ଟକ୍କର

ନୂଆଦିଲ୍ଲୀ,୨।୮:ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟ ବର୍ତ୍ତମାନ ଖାଦ୍ୟ ବିତରଣ (ଫୁଡ୍ ଡେଲିଭରି) ବ୍ୟବସାୟକୁ ଓହ୍ଲାଇବା ପାଇଁ ପ୍ରସ୍ତୁତି ଚଳାଇଛି। କମ୍ପାନୀ ପାଖାପାଖି ଅଗଷ୍ଟ ୧୫ ତାରିଖରୁ ବେଙ୍ଗାଲୋରରୁ ନିଜର…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri