କେନ୍ଦୁଝର,୧୯ା୩(ସ୍ବ.ପ୍ର.): ଘଟଗାଁ ବ୍ଲକ ବାଲିଯୋଡ଼ି ୟୁଜିୟୁପି ସ୍କୁଲର ପ୍ରଧାନଶିକ୍ଷକ ସୁଧାଂଶୁ ଶେଖର ମହାନ୍ତି ଉକ୍ତ ବିଦ୍ୟାଳୟ ପରିସରରେ ଥିବା ଛାତ୍ରାବାସର ଅନ୍ତେବାସିନୀଙ୍କୁ ଅସଦାଚରଣ ଅଭିଯୋଗରେ ଗିରଫ ହୋଇ ଜେଲରେ ଅଛନ୍ତି। ଏହି ଘଟଣାରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ ପକ୍ଷରୁ ଚିଠି ନମ୍ବର ୩୩୨ ତା ୧୬ା୩ା୨୦୨୩ରେ କେନ୍ଦୁଝର ଆରକ୍ଷୀ ଅଧୀକ୍ଷକ,କେନ୍ଦୁଝର ଜିଲା ଶିକ୍ଷା ଅଧିକାରୀ ଏବଂ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ରିପୋର୍ଟ ମାଗିଛନ୍ତି। ଚିଠି ହୋଇଛି ଯେ, ନାବାଳିକାଙ୍କୁ ପ୍ରଧାନଶିକ୍ଷକ ଅସଦାଚରଣ କରିଥିବା ଖବର ବିଭିନ୍ନ ଗଣମଧ୍ୟମରେ ପ୍ରକାଶ ପାଇବା ପରେ ଆୟୋଗ ନିଜ ଆଡୁ ମାମଲା ରୁଜୁ କରିଛନ୍ତି। ତେଣୁ ଏହି ମାମଲାର ସ୍ଥିତି କ’ଣ, ତଦନ୍ତ ରିପୋର୍ଟ ସହିତ ଆକ୍ସନ ଟେକେନ ରିପୋର୍ଟ ୧୫ ଦିନ ମଧ୍ୟରେ ପ୍ରଦାନ ପାଇଁ ନିର୍ଦ୍ଦେଶ କରିଛନ୍ତି। ଅଭିଯୁକ୍ତଙ୍କ ବିରୋଧରେ ଦାଖଲ ହୋଇଥିବା ଅଭିଯୋଗ ପତ୍ର, ଚାର୍ଜଶିଟ୍, ପୀଡ଼ିତାଙ୍କୁ ମଧ୍ୟବର୍ତ୍ତୀକାଳୀନ ସହାୟତା ପ୍ରଦାନ କରାଯାଇଥିବା ସହାୟତା ତଥା ପୀଡ଼ିତାଙ୍କୁ କରାଯାଇଥିବା କାଉନସେଲିଂକୁ ନେଇ ତଥ୍ୟ ମାଗିଛନ୍ତି। ସେହିପରି ପୀଡ଼ିତାଙ୍କ ମାନସିକ ସ୍ଥିତି ଏବଂ ସୁରକ୍ଷା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଜଣାଇବାକୁ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷା ନିର୍ଦ୍ଦେଶ ଦେଇଛନ୍ତି।
Posted inHome, Home Left, ଆମ ଜିଲା ଖବର, କେନ୍ଦୁଝର View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

