ଖତ ଖାଉଛି ଉଦ୍ଧାରକାରୀ ବୋଟ୍‌

ପଦ୍ମପୁର, ୨୪।୫ (ଡି.ଏନ.ଏ.) ଭଦ୍ରକ ଜିଲାର ବନ୍ୟା ଓ ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ଭାବେ ଜଣାଶୁଣା ବାସୁଦେବପୁର ବ୍ଲକରେ ଥିବା ଏକମାତ୍ର ଉଦ୍ଧାରକାରୀ ବୋଟ୍‌ ଏବେ ଖତ ଖାଉଛି। ବନ୍ୟା ସମୟରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଜଗନ୍ନାଥପ୍ରସାଦ ପଞ୍ଚାୟତ ମନ୍ତେଈ ନଦୀର ଦଧିବାମନପୁରଠାରେ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ବୋଟ୍‌ ଯୋଗାଇ ଦିଆଯାଇଥିଲା। ଏଥିସହ ଜଣେ ଚାଳକଙ୍କୁ ବୋଟ୍‌ର ରକ୍ଷଣାବେକ୍ଷଣ ପାଇଁ ସ୍ଥାୟୀ ଭାବେ ନିଯୁକ୍ତି ଦିଆଯାଇଥିଲା। ଉକ୍ତ ବୋଟ୍‌ ୨୦୨୦ରେ ଭାଙ୍ଗିରୁଜି ଯାଇଥିବା ବେଳେ ତତ୍କାଳୀନ ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କ ନିର୍ଦ୍ଦେଶ କ୍ରମେ ଏହାର ମରାମତି କରାଯାଇଥିଲା। ବୋଟ୍‌ଟି ପୁଣି ଭାଙ୍ଗିରୁଜି ଯାଇ କଳଙ୍କି ଲାଗି ଗଲାଣି। ଆଗକୁ ବର୍ଷାଋତୁ ଆସୁଥିବା ବେଳେ ବନ୍ୟା ବାତ୍ୟା ସମୟରେ ଲୋକଙ୍କୁ ସ୍ଥାନାନ୍ତର କରିବା ଲାଗି ଏହା ସକ୍ଷମ ହେବ ନାହିଁ। ଏଥିସହ ବୋଟ୍‌ର ତଦାରଖ କରୁଥିବା ଚାଳକଙ୍କୁ ବାଲିମେଦ ରାଜସ୍ବ ସର୍କଲରେ କାମ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବାରୁ ଦୁଇବର୍ଷ ଧରି ଏହାର ରକ୍ଷଣାବେକ୍ଷଣ କରାଯାଉ ନାହିଁ। ଫଳରେ ଦିନକୁ ଦିନ ଏହି ବୋଟ୍‌ଟି ନଷ୍ଟ ହେବାକୁ ବସିଛି। ଏ ସମ୍ପର୍କରେ ତହସିଲଦାର ଅନିତା ନାୟକ କହିଛନ୍ତି, ଉକ୍ତ ବୋଟ୍‌ର ପୁନଃ ମରାମତି ପାଇଁ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଯାଇଛି। ନିର୍ଦ୍ଦେଶ ଆସିଲେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା: ବିଶ୍ୱବିଦ୍ୟାଳୟରେ ପୂରଣ ହେବ ଖାଲି ପଦବୀ, ଜୁଲାଇ ପୂର୍ବରୁ ହେବ…

ଭୁବନେଶ୍ୱର,୪ା୪: ବିଶ୍ୱବିଦ୍ୟାଳୟରେ ଖାଲିପଡ଼ିଥିବା ୧୪୦୦ ପଦବୀ ପୂରଣ ହେବ। ଏନେଇ ବଡ଼ ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। କୁଳପତି ନିଯୁକ୍ତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri