ଖତ ଖାଉଛି ଉଦ୍ଧାରକାରୀ ବୋଟ୍‌

ପଦ୍ମପୁର, ୨୪।୫ (ଡି.ଏନ.ଏ.) ଭଦ୍ରକ ଜିଲାର ବନ୍ୟା ଓ ବାତ୍ୟା ପ୍ରପୀଡ଼ିତ ଅଞ୍ଚଳ ଭାବେ ଜଣାଶୁଣା ବାସୁଦେବପୁର ବ୍ଲକରେ ଥିବା ଏକମାତ୍ର ଉଦ୍ଧାରକାରୀ ବୋଟ୍‌ ଏବେ ଖତ ଖାଉଛି। ବନ୍ୟା ସମୟରେ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା ପାଇଁ ଜଗନ୍ନାଥପ୍ରସାଦ ପଞ୍ଚାୟତ ମନ୍ତେଈ ନଦୀର ଦଧିବାମନପୁରଠାରେ ରାଜସ୍ବ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଏକ ବୋଟ୍‌ ଯୋଗାଇ ଦିଆଯାଇଥିଲା। ଏଥିସହ ଜଣେ ଚାଳକଙ୍କୁ ବୋଟ୍‌ର ରକ୍ଷଣାବେକ୍ଷଣ ପାଇଁ ସ୍ଥାୟୀ ଭାବେ ନିଯୁକ୍ତି ଦିଆଯାଇଥିଲା। ଉକ୍ତ ବୋଟ୍‌ ୨୦୨୦ରେ ଭାଙ୍ଗିରୁଜି ଯାଇଥିବା ବେଳେ ତତ୍କାଳୀନ ତହସିଲଦାର ସୌମ୍ୟଶ୍ରୀ ପାଣିଗ୍ରାହୀଙ୍କ ନିର୍ଦ୍ଦେଶ କ୍ରମେ ଏହାର ମରାମତି କରାଯାଇଥିଲା। ବୋଟ୍‌ଟି ପୁଣି ଭାଙ୍ଗିରୁଜି ଯାଇ କଳଙ୍କି ଲାଗି ଗଲାଣି। ଆଗକୁ ବର୍ଷାଋତୁ ଆସୁଥିବା ବେଳେ ବନ୍ୟା ବାତ୍ୟା ସମୟରେ ଲୋକଙ୍କୁ ସ୍ଥାନାନ୍ତର କରିବା ଲାଗି ଏହା ସକ୍ଷମ ହେବ ନାହିଁ। ଏଥିସହ ବୋଟ୍‌ର ତଦାରଖ କରୁଥିବା ଚାଳକଙ୍କୁ ବାଲିମେଦ ରାଜସ୍ବ ସର୍କଲରେ କାମ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିବାରୁ ଦୁଇବର୍ଷ ଧରି ଏହାର ରକ୍ଷଣାବେକ୍ଷଣ କରାଯାଉ ନାହିଁ। ଫଳରେ ଦିନକୁ ଦିନ ଏହି ବୋଟ୍‌ଟି ନଷ୍ଟ ହେବାକୁ ବସିଛି। ଏ ସମ୍ପର୍କରେ ତହସିଲଦାର ଅନିତା ନାୟକ କହିଛନ୍ତି, ଉକ୍ତ ବୋଟ୍‌ର ପୁନଃ ମରାମତି ପାଇଁ ଜିଲାପାଳଙ୍କୁ ଲିଖିତ ଭାବେ ଜଣାଯାଇଛି। ନିର୍ଦ୍ଦେଶ ଆସିଲେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri