ସଂରକ୍ଷଣ ସୀମା ୫୦% ଟପିବନି

ସଂରକ୍ଷଣ ସୀମା ୫୦% ଟପିବ ନାହିଁ ବୋଲି ହାଇକୋର୍ଟଙ୍କ ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨ଟି ଅଧିନିୟମରେ ସଂଶୋଧନ ଆଣିଛନ୍ତି। ସେଥିରୁ ଗୋଟିଏ ସୋମବାର ବିଧାନସଭାରେ ଉପସ୍ଥାପିତ ହୋଇଛି। ଏହାଦ୍ୱାରା ସଂରକ୍ଷଣ ସୀମା ୫୦% ମଧ୍ୟରେ ସୀମିତ ରହିବ। ଏଥିସହିତ ରାଜ୍ୟରେ ପୌର ନିର୍ବାଚନ ପାଇଁ
ବାଟ ଫିଟିଛି।

ଭୁବନେଶ୍ୱର,୭।୯(ବ୍ୟୁରୋ)ରାଜ୍ୟରେ ପୌର ଏବଂ ପଞ୍ଚାୟତ ନିର୍ବାଚନରେ ୫୦%ରୁ ଅଧିକ ଥିବା ସ୍ଥାନ ସଂରକ୍ଷଣକୁ ନେଇ ରାଜ୍ୟ ସରକାର ଅଡୁଆରେ ପଡ଼ିଛନ୍ତି। ଏଥିଯୋଗୁ ଗତ ୩ ବର୍ଷ ହେବ ରାଜ୍ୟରେ ପୌର ନିର୍ବାଚନ ହୋଇପାରି ନାହିଁ। ସୁପ୍ରିମ୍‌କୋର୍ଟରୁ ନିରାଶ ହେବା ପରେ ରାଜ୍ୟ ସରକାର ପ୍ରଚଳିତ ଓଡ଼ିଶା ପୌର ଅଧିନିୟମ ୧୯୫୦ ଏବଂ ଓଡ଼ିଶା ମହାନଗର ନିଗମ ଅଧିନିୟମ ୨୦୦୩କୁ ସଂଶୋଧନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଉଭୟ ବିଲ୍‌ ସଂଶୋଧନ ହେବା ପରେ ପୌର ଏବଂ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିଛି। ଗତ କ୍ୟାବିନେଟ ବୈଠକରେ ଉକ୍ତ ଅଧିନିୟମ ସଂଶୋଧନ ପ୍ରସ୍ତାବକୁ ଅନୁମୋଦନ କରିବା ପରେ ରାଜ୍ୟ ସରକାର ଏହାକୁ ଓଡ଼ିଶା ବିଧାନସଭାର ଅନୁମୋଦନ କରିବାକୁ ଯାଉଛନ୍ତି। ସୋମବାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଓଡ଼ିଶା ପୌର ବିଧି(ସଂଶୋଧନ) ବିଲ୍‌-୨୦୨୧କୁ ବିଧାନସଭାର ଅନୁମୋଦନ ପାଇଁ ଉପସ୍ଥାପନ କରିଛନ୍ତି। ସମୟ ଅଭାବରୁ ଓଡ଼ିଶା ପଞ୍ଚାୟତ ବିଧି (ସଂଶୋଧନ) ୨୦୨୧କୁ ବିଧାନସଭାରେ ଆଗତ କରାଯାଇପାରି ନାହିଁ। ମଙ୍ଗଳବାର ବିଧାନସଭାରେ ତାହାକୁ ଉପସ୍ଥାପନ କରାଯାଇପାରେ।
ଏହି ବିଲ୍‌ ବିଧାନସଭାର ଅନୁମୋଦନ ଲାଭ କରିବା ପରେ ପ୍ରତ୍ୟେକ ପୌରପାଳିକାରେ ଅନୁସୂଚିତ ଜାତି ଓ ଜନଜାତିର ଜନସଂଖ୍ୟା ଅନୁପାତରେ ଆସନ ସଂରକ୍ଷଣ କରାଯିବ। ସମ୍ବିଧାନର ବ୍ୟବସ୍ଥା ଅନୁସାରେ ଉକ୍ତ ବର୍ଗ ଓ ମହିଳାମାନଙ୍କ ପାଇଁ ଅଧ୍ୟକ୍ଷ ପଦର ସଂରକ୍ଷଣ କେଉଁ ରୀତିରେ କରାଯିବ ତାହା ବିଧାନସଭାର ବିଚାର ଉପରେ ନିର୍ଭର କରିବ। ସେହିପରି ପଛୁଆ ବର୍ଗର ଲୋକମାନଙ୍କ କ୍ଷେତ୍ରରେ

ଯେକୌଣସି ପୌର ପରିଷଦର ଅଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ନୀତି, ବିଧାନସଭାର ବିଚାର ପରେ ନିଷ୍ପତ୍ତି ନିଆଯିବ। ୨୦୧୩ରେ ୨୧ଟି ରିଟ୍‌ ଆବେଦନ ଉପରେ ବିଚାର କରି ହାଇକୋର୍ଟ ୨୦୧୮ ମାର୍ଚ୍ଚ ୧୮ରେ ଦେଇଥିବା ରାୟ ଅନୁଯାୟୀ ପୌର ସଂସ୍ଥାଗୁଡିକରେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପଛୁଆ ବର୍ଗର ନାଗରିକମାନଙ୍କ ନିମନ୍ତେ ସଂରକ୍ଷଣ ସୀମା ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପୌର ଅଧିନିୟମ ୧୯୫୦ ଏବଂ ଓଡ଼ିଶା ମହାନଗର ନିଗମ ଅଧିନିୟମ ୨୦୦୩ରେ ଥିବା ବ୍ୟବସ୍ଥାରେ କେତେକ ସଂଶୋଧନ କରାଯାଇଛି। କେ. କ୍ରିଷ୍ଣାମୂର୍ତ୍ତି ମାମଲାରେ ସର୍ବୋଚ୍ଚ ଅଦାଲତଙ୍କ ନିଷ୍ପତ୍ତି ଅନୁଯାୟୀ ହାଇକୋର୍ଟଙ୍କ ଆଦେଶ ମତେ ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି ଓ ପଛୁଆବର୍ଗଙ୍କ ପାଇଁ ସମୁଦାୟ ଆସନର ସଂରକ୍ଷଣକୁ ୫୦%ରେ ସୀମିତ ରଖାଯିବ।
ରାଜ୍ୟରେ ପୌର ନିର୍ବାଚନ ବିଳମ୍ବ ହେଉଥିବାରୁ ଭାଜପା ଏ ନେଇ କୋର୍ଟର ଦ୍ୱାରସ୍ଥ ହୋଇଛି। ଆଇନ ସଂଶୋଧନ ହେବା ପରେ ପୌର ନିର୍ବାଚନ ନେଇ ସରକାର ପ୍ରସ୍ତୁତି ଆରମ୍ଭ କରିବେ। ରାଜ୍ୟ ନିର୍ବାଚନ ଅଧିକାରୀ ମଧ୍ୟ ପୌର ନିର୍ବାଚନ ପ୍ରସ୍ତୁତି ପାଇଁ ଜିଲାପାଳଙ୍କୁ ଚିଠି ଲେଖି ସାରିଛନ୍ତି। ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର ୨୦୧୯ରେ ପୌର ନିର୍ବାଚନ କରିବା ସକାଶେ ଓ୍ବାର୍ଡ ପୁନର୍ଗଠନ କାର୍ଯ୍ୟ ଶେଷ କରିଥିଲେ। ତେବେ ସ୍ଥାନ ସଂରକ୍ଷଣକୁ ନେଇ ହାଇକୋର୍ଟରେ ଚ୍ୟାଲେଞ୍ଜ କରାଯିବାରୁ ପୌର ନିର୍ବାଚନକୁ ଝଟକା ଲାଗିଥିଲା। ସଂରକ୍ଷଣ ସୀମା ୫୦%ରୁ ଅଧିକ ହେବ ନାହିଁ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେବା ପରେ ପୌର ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇ ପାରି ନ ଥିଲା। ହାଇକୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ମାତ୍ର ସରକାରଙ୍କ ଆବେଦନକୁ ସର୍ବୋଚ୍ଚ ଅଦାଲତ ଖାରଜ କରିବା ସହ ହାଇକୋର୍ଟଙ୍କ ରାୟକୁ କାଏମ ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri