ଅସ୍ତିତ୍ୱ ହରାଉଛି ଜଳାଶୟ, ପୁନରୁଦ୍ଧାର ପାଇଁ ଗ୍ରାମବାସୀଙ୍କ ଦାବି

ବରଗଡ଼,୧୭ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବରଗଡ଼ ବ୍ଲକ ଗୋବିନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ବଗେଇବିରା ଗ୍ରାମରେ ରହିଥିବା ଏକ ଜଳାଶୟ ତେନ୍ତୁଳିମୁଣ୍ଡା ଅସ୍ତିତ୍ୱ ହରାଇ ବସିଛି। ଏହି ଜଳାଶୟ ଅନାବନା ଘାସଲଟା ଆଦିରେ ପରିପୂର୍ଣ୍ଣ ଥିବାବେଳେ ଦିନକୁ ଦିନ ସଂକୁଚିତ ହୋଇ ପଡୁଛି। ଜଳାଶୟ ପାଣି ବ୍ୟବହାର ଅନୁପଯୋଗୀ ହୋଇ ପଡ଼ିଥିବାବେଳେ ଖରାଦିନେ ଶୁଖିଲା ପଡୁଛି।

ଅନ୍ୟପକ୍ଷରେ ପାଣି ପାଇଁ ଗ୍ରାମବାସୀଙ୍କୁ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଫଳରେ ପ୍ରଶାସନ ଉକ୍ତ ଜଳାଶୟର ପୁନରୁଦ୍ଧାର ଦିଗରେ ବିହିତ ପଦକ୍ଷେପ ନେବାକୁ ଗ୍ରାମବାସୀ ଦାବି କରିଛନ୍ତି।

ସୂଚନାନୁଯାୟୀ, ବଗେଇବିରା ଗ୍ରାମଟି ୨ ଓ୍ବାର୍ଡ ବିଶିଷ୍ଟ। ଏଠାକାର ଲୋକସଂଖ୍ୟା ୩ହଜାରରୁ ଅଧିକ ହେବ। ଗାଁର ଗୋଟିଏ ଓ୍ବାର୍ଡର ପାଖାପାଖି ୧୫୦୦ ଲୋକ ଏହି ତେନ୍ତୁଳିମୁଣ୍ଡା ପୋଖରୀର ପାଣିରେ ନିର୍ଭର କରୁଛନ୍ତି। ପୂର୍ବରୁ ଗାଧୋଇବାଠାରୁ ଆରମ୍ଭ କରି ପ୍ରତ୍ୟେକ କାମରେ ଏହି ଜଳାଶୟର ପାଣି ବ୍ୟବହାର ହେଉଥିଲା। କିନ୍ତୁ ଧୀରେ ଧୀରେ ପୋତି ହୋଇଯିବାରୁ ଜଳାଶୟ ପାଣି ଧାରଣ କ୍ଷମତା ହରାଇ ବସିଛି। ଜଳାଶୟର ପୁନରୁଦ୍ଧାର ସହିତ ଏଠାରେ ଗୋଟିଏ ଗଭୀର ନଳକୂପ ଖନନ କରି ଜଳାଶୟରେ ପାଣି ଭର୍ତ୍ତି କଲେ ଲୋକେ ଉପକୃତ ହେବେ ବୋଲି ସ୍ଥାନୀୟ ଲୋକେ କହିଛନ୍ତି। ଫଳରେ ଏହି ସମସ୍ୟାର ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ପାଇଁ ସ୍ଥାନୀୟ ଜନସାଧାରଣ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri