ଜଳ ଭଣ୍ଡାରରେ ପାଣି ଭର୍ତ୍ତି, କେନାଲରେ ନାହିଁ

ଖଣ୍ଡପଡ଼ା,୨୩ା୮(ସ୍ବ.ପ୍ର.): ସୁନାମୁହିଁ ଜଳ ଭଣ୍ଡାରରେ ପର୍ଯ୍ୟାପ୍ତ ପରିମାଣର ଜଳ ମହଜୁଦ ଅଛି। ହେଲେ କେନାଲରେ ପାଣି ଆସୁ ନ ଥିବାରୁ ଚାଷଜମି ଶୁଖିଲା ପଡିଛି। ଏହାକୁ ନେଇ ଚାଷୀମାନେ ମୁଣ୍ଡରେ ହାତଦେଇ ବସିଛନ୍ତି। ବିଭାଗୀୟ ଅଧିକାରୀମାନେ ଏ ସଂକ୍ରାନ୍ତରେ ତୁରନ୍ତ ଦୃଷ୍ଟି ନ ଦେଲେ ଚଳିତ ବର୍ଷର ଧାନ ଫସଲ ଉଜୁଡିବ ବୋଲି ସ୍ଥାନୀୟ ଚାଷୀମାନେ କହିଛନ୍ତି।
ସୂଚନା ଅନୁଯାୟୀ, ଚଳିତ ବର୍ଷ ଅନିୟମିତ ବୃଷ୍ଟିପାତ ଯୋଗୁ ଖଣ୍ଡପଡ଼ା ଅଞ୍ଚଳର ବିଭିନ୍ନ ଗାଁରେ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଖଣ୍ଡପଡ଼ା ସୁନାମୁହିଁ ଜଳଭଣ୍ଡାରରୁ ଶିଖରପୁର, ବରପଲ୍ଲୀ, ଶାଳଝରିଆ, କୃଷ୍ଣପ୍ରସାଦ, ପୁରୁଣା ସାହାସପୁର ଆଦି ଗ୍ରାମର ଚାଷଜମିକୁ ଜରୁରିକାଳୀନ ପରିସ୍ଥିତିରେ ଜଳସେଚିତ କରିବାର ମହତ ଲକ୍ଷ୍ୟ ନେଇ ରାଜ୍ୟ ସରକାର କ୍ଷୁଦ୍ର ଜଳସେଚନ ବିଭାଗ ଜରିଆରେ କେନାଲ ନିର୍ମାଣ କରିଥିଲେ। ଏଥିପାଇଁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଇଥିଲା। ଖାଲି ସେତିକି ନୁହେଁ, ପ୍ରତିବର୍ଷ କେନାଲର ମରାମତି ଓ ରକ୍ଷଣାବେକ୍ଷଣ ବାବଦରେ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଉଛି। ଏପରି କି କେନାଲରୁ ଘାସ କାଟିବା ପାଇଁ ଆସୁଥିବା ଅନୁଦାନକୁ ଅନିୟମିତ ଭାବେ ଖର୍ଚ୍ଚ କରାଯାଉଥିବା ଶିଖରପୁର ଅଞ୍ଚଳର ଚାଷୀମାନେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷେ କେନାଲରେ କାହିଁକି ପାଣି ଛଡ଼ା ଯାଉ ନାହିଁ ସେ ସମ୍ପର୍କରେ ବିଭାଗୀୟ ଅଧିକାରୀମାନେ କିଛି କହୁ ନାହାନ୍ତି। ଯଦି ଅଳ୍ପ ଦିନ ମଧ୍ୟରେ ବର୍ଷା ନ ହୁଏ କିମ୍ବା କେନାଲରେ ପାଣି ନ ଆସେ ଉପରୋକ୍ତ ଗାଁରେ ମରୁଡ଼ି ପରିସ୍ଥିତି ସୃଷ୍ଟି ହେବ ବୋଲି ଚାଷୀମାନେ ଆଶଙ୍କା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ ବିଭାଗୀୟ ଅଧିକାରୀ ଅଶ୍ୱିନୀ କୁମାର ଶାନ୍ତ କହିଛନ୍ତି, କେନାଲରେ ପାଣି ଛାଡିବାର ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

ହ୍ୱାଟ୍ସଆପ୍‌ର ନୂଆ ‘ୟୁଜରନେମ୍‌’ ଫିଚର ଉପରେ କେନ୍ଦ୍ରର ରୋକ

ନୂଆଦିଲ୍ଲୀ, ୨ା୭ (ପି.ଟି.): ହ୍ୱାଟ୍ସଆପ୍‌ ଚିଫ୍‌ କମ୍ପ୍ଲାଏନ୍ସ ଅଫିସରଙ୍କୁ ପଠାଯାଇଥିବା ସରକାରୀ ନୋଟିସରେ ସ୍ପଷ୍ଟ କୁହାଯାଇଛି ଯେ, ଏକ ପ୍ରମୁଖ ସାମାଜିକ ଗଣମାଧ୍ୟମ ସଂସ୍ଥା ଭାବେ ମେଟା…

୨ଦିନରେ ଧାନ ଉଠିବା ନେଇ ଆଶଙ୍କାରେ ଚାଷୀ: ମଣ୍ଡିରେ ଗଜା ହେଲାଣି ଧାନ

ନୂଆପଡ଼ା,୨ା୭ (ମକାରୁ ବେମାଲ):ନୂଆପଡ଼ା ଜିଲାରେ ରବି ମଣ୍ଡି ଧାନ ଉଠାଣ ଅବଧି ଜୁନ ୩୦ ରହିଥିଲା। ଜିଲାର ବିଭିନ୍ନ ମଣ୍ଡିରେ ପଡି ରହିଥିବା ଧାନକୁ ଦେଖି ରାଜ୍ୟ…

ପ୍ରମାଣପତ୍ର ପାଇଁ ଆସି ଦିବ୍ୟାଙ୍ଗ ହଟହଟା: ନିରାଶରେ ଘରକୁ ଫେରୁଛନ୍ତି

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ପ୍ରମାଣପତ୍ର ପାଇଁ ଦିବ୍ୟାଙ୍ଗମାନେ ହଟହଟା ହେବା ସାଧାରଣରେ ପରିଣତ ହୋଇଛି। କେତେବେଳେ ପ୍ରମାଣପତ୍ର ଇସ୍ୟୁ କରିବାକୁ ଡାକ୍ତର ନାହାନ୍ତି ତ ଆଉକେବେ ନିର୍ଦ୍ଧାରିତ…

ଅଗଷ୍ଟ ୩୦ରେ ଏନ୍‌ଇଇଟି-ପିଜି ପରୀକ୍ଷା

ନୂଆଦିଲ୍ଲୀ,୨ା୭: ନ୍ୟାଶନାଲ ବୋର୍ଡ ଅଫ୍‌ ଏକ୍ଜାମିନେଶନ୍ସ ଇନ୍‌ ମେଡିକାଲ ସାଇନ୍ସ (ଏନ୍‌ବିଇଏମ୍‌ଏସ୍‌) ନୂଆଦିଲ୍ଲୀ ଚଳିତବର୍ଷର ଏନ୍‌ଇଇଟି-ପିଜି ପରୀକ୍ଷା ପାଇଁ ବୁଧବାର ଆବେଦନ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଏହି…

ବିନା ବିଦ୍ୟୁତ୍‌ରେ ସମୁଦ୍ର ପାଣି ହେବ ପିଇବାଯୋଗ୍ୟ

ବେଜିଂ, ୨ା୭: ଚାଇନାର ଗବେଷକମାନେ ଏକ ଅଭିନବ ସୌରଶକ୍ତିଚାଳିତ ଜଳ ବିଶୋଧନ ପ୍ରଯୁକ୍ତି ପ୍ରସ୍ତୁତ କରିଛନ୍ତି, ଯାହା ସମୁଦ୍ରର ଲୁଣି ପାଣିକୁ ଅତି ସହଜରେ ପିଇବା ଯୋଗ୍ୟ…

୩ ପରେ ୪ର୍ଥ

ଭୁବନେଶ୍ୱର,୨।୭(ସୁନିତ୍‌ ମିଶ୍ର): ଭାଜପାର ରାଜ୍ୟ ସଭା ସଦସ୍ୟ ସୁଜିତ୍‌ କୁମାର ଗତ ୨୫ ତାରିଖରେ ଚୌଦ୍ୱାର ଥାନାରେ ଜେଲ ଡିଜିଙ୍କ ବିରୋଧରେ ଏକ ଲିଖିତ ଅଭିଯୋଗ ଦେଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri