ବସତି କଲୋନୀ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୧୩ା୫: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବସବାସ କରୁଥିବା ମାଙ୍କଡ଼ିଆ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ବସତି କଲୋନୀର ଅଧାପନ୍ତରିଆ ଗୃହ ଏବେ ଅସାମାଜିକଙ୍କ ଆଡ୍ଡାସ୍ଥଳ ପାଲଟିଛି। ଜିଲା ଖଣିଜ ପଦାର୍ଥ ପ୍ରତିଷ୍ଠାନ(ଡିଏମ୍‌ଏଫ୍‌) ପାଣ୍ଠିରେ ନିର୍ମିତ ଏହି ପ୍ରକଳ୍ପରେ ବ୍ୟାପକ ଅନିୟମିତତା ହୋଇଥିବା ନେଇ ଲୋକାୟୁକ୍ତରେ ଅଭିଯୋଗ ହୋଇଥିଲା। ଏହାପରେ ଭିଜିଲାନ୍ସ ପକ୍ଷରୁ ଦାଖଲ ତଦନ୍ତ ରିପୋର୍ଟ ଆଧାରରେ ଲୋକାୟୁକ୍ତଙ୍କ ଚୂଡ଼ାନ୍ତ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାରେ ବିଭାଗ ବିଫଳ ହୋଇଛି। ଫଳରେ ଘରଗୁଡ଼ିକରୁ କବାଟ, ଝରକା, ଇଟା ଚୋରି ହେବା ସହ ନିରୀହ, ଗରିବ ମାଙ୍କଡିଆ ଆଦିବାସୀଙ୍କ ପକ୍କାଘର ସପନ ଏଠାରେ ମଉଳି ଯାଇଛି ବୋଲି ମତପ୍ରକାଶ ପାଇଛି।
ସୂଚନାଯୋଗ୍ୟ, ସାମାଜିକ କର୍ମୀ ମଣ୍ଟୁ ଦାସଙ୍କ ଅଭିଯୋଗକ୍ରମେ ଲୋକାୟୁକ୍ତରେ ୩୪୬/୨୦୨୩ ନମ୍ବରରେ ଏକ ମାମଲା ରୁଜୁ ହୋଇଥିଲା। ଅଭିଯୋଗ ଅନୁସାରେ ,ଡିଏମ୍‌ଏଫ୍‌ ପାଣ୍ଠିରୁ ୩ କୋଟି ୨୫ ଲକ୍ଷ ୧୮ ହଜାର ୩୯୩ ଟଙ୍କା ମଞ୍ଜୁର ହୋଇ ପ୍ରତ୍ୟେକ ମାଙ୍କଡ଼ିଆ ଆଦିବାସୀ ପରିବାରକୁୁ ଘର ସମେତ ପାନୀୟ ଜଳ, ପାଇଖାନା, ଗାଧୋଇବା ଘର, ବିଦ୍ୟୁତ୍‌ ସଂଯୋଗ ଆଦି ଯୋଗାଇଦେବାକୁ ନିଷ୍ପତ୍ତି ହୋଇଥିଲା। ହେଲେ ନିର୍ଦ୍ଧାରିତ ୨୧ା୨ା୨୦୨୦ ସୁଦ୍ଧା ବସତି କଲୋନୀର ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥା ଶେଷ ହେବା ପରିବର୍ତ୍ତେ ନିର୍ମାଣାଧୀନ ଅଧିକାଂଶ ଘର ଅତି ନିମ୍ନମାନର ହେବା ସହ କେତେକ ସ୍ଥାନରେ ଫାଟ ସୃଷ୍ଟି ହୋଇଥିଲା। ଏହାପରେ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ଅନୁସାରେ ଭିଜିଲାନ୍ସ ପକ୍ଷରୁ ତଦନ୍ତ କରାଯାଇ ରିପୋର୍ଟ ଦାଖଲ ହୋଇଛି। ଉକ୍ତ ତଦନ୍ତ ରିପୋର୍ଟରେ କାର୍ଯ୍ୟର ଅଗ୍ରଗତି ଅନୁସାରେ ଅର୍ଥ ପ୍ରଦାନ କରାଯାଇଥିଲା ଏବଂ ଏଥିରେ କୌଣସି ଆର୍ଥିକ ଅନିୟମିତତା ହୋଇନାହିଁ ବୋଲି ଦର୍ଶାଯାଇଥିଲା। ତେବେ ଠିକାଦାର ଏବଂ ବିଭାଗୀୟ ଅଧିକାରୀଙ୍କ ଦକ୍ଷତାର ଅଭାବ ଯୋଗୁ ନିର୍ମାଣ କାର୍ଯ୍ୟ ଠିକ୍‌ ଭାବେ ହୋଇପାରି ନ ଥିଲା। ତେଣୁ ଏହାର ପୁନଃଟେଣ୍ଡର କରି ଅଗ୍ରାଧିକାର ଭିତ୍ତିରେ ନିର୍ମାଣ କାର୍ଯ୍ୟ ଶେଷ କରାଯାଇପାରେ ବୋଲି ଭିଜିଲାନ୍ସ ପକ୍ଷରୁ ଲୋକାୟୁକ୍ତଙ୍କୁ ପ୍ରସ୍ତାବ ଦିଆଯାଇଥିଲା। ଲୋକାୟୁକ୍ତ ଉକ୍ତ ପ୍ରସ୍ତାବକୁ ଗ୍ରହଣ କରିବା ସହ ଜିଲାପାଳ ଏବଂ ଗ୍ରାମ୍ୟ ନିର୍ମାଣ ଡିଭିଜନର ନିର୍ବାହୀ ଯନ୍ତ୍ରୀଙ୍କୁ ତୁରନ୍ତ ପୁନଃଟେଣ୍ଡର କରି ଆବଶ୍ୟକ ପଦକ୍ଷେପ ନେବାକୁ ୯ା୨ା୨୦୨୪ରେ ନିର୍ଦ୍ଦେଶ ଦେଇଥିଲେ। ହେଲେ ଏଯାଏ ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ଅନୁସାରେ ଉକ୍ତ ବସତି କଲୋନୀ ସମ୍ପୂର୍ଣ୍ଣ ହୋଇପାରିନାହିଁ। ବସତି କଲୋନୀର ୮୭ଟି ଗୃହ ମଧ୍ୟରୁ ୬୫ଟିର ନିର୍ମାଣ କାର୍ଯ୍ୟ ହୋଇଥିବାବେଳେ ବାକି ଭୂଇଁରୁ ଉଠିନି। ଏଥିଯୋଗୁ ଲୋକାୟୁକ୍ତରେ ଦାଖଲ ହୋଇଥିବା ଭିଜିଲାନ୍ସ ତଦନ୍ତ ରିପୋର୍ଟର ସତ୍ୟାସତ୍ୟ ନେଇ ଏବେ ସ୍ଥାନୀୟ ଅଞ୍ଚଳରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ସଂକ୍ରାନ୍ତରେ ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନର ଅଧିକ୍ଷଣ ଯନ୍ତ୍ରୀ ଜ୍ଞାନରଞ୍ଜନ ନାୟକଙ୍କୁ ପଚାରିବାରୁ ସେ କହିଛନ୍ତି, ଲୋକାୟୁକ୍ତଙ୍କ ନିର୍ଦ୍ଦେଶ ପରେ ପରେ ନିର୍ବାଚନୀ କୋଡ୍‌ ଅଫ କଣ୍ଡକ୍ଟ ଲାଗିଲା। ତେଣୁ ପୁନଃ ଟେଣ୍ଡର ହୋଇପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଟିଏମସି (TMC)କୁ ଲାଗିବ ଶକ୍ତ ଧକ୍କା, ଦଳ ଛାଡିଥିବା ନେତାଙ୍କୁ ଭାଜପା ଦେଲା ବଡ଼ ସୁଯୋଗ

ନୂଆଦିଲ୍ଲୀ,୪।୧୦: ଭାରତୀୟ ଜନତା ପାର୍ଟି(ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ରବିବାର (ଅକ୍ଟୋବର ୪) ରାଜ୍ୟ ସଭା ନିର୍ବାଚନ ପାଇଁ ଦୁଇଜଣ ପ୍ରମୁଖ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି।…

ଭାଇରାଲ ହେଉଛି ସଞ୍ଜୟ ଦତ୍ତଙ୍କ ବୟାନ, ଭାରତରେ ଏବେ ପୂର୍ବଭଳି….

ମୁମ୍ବାଇ,୪।୧୦: ଅଭିନେତା ସଞ୍ଜୟ ଦତ୍ତଙ୍କୁ ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ୍’ରେ ଦେଖିବାକୁ ମିଳିଛି । ଗାନ୍ଧୀ ଜୟନ୍ତୀ ସ୍ପେଶାଲ ଏପିସୋଡ୍‌ରେ ଯୋଗଦେଇ ସଞ୍ଜୟ ଦତ୍ତ ତାଙ୍କ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?