ବେଦାନ୍ତକୁ କଞ୍ଚାମାଲ ଯୋଗାଇବା ଦାବି କଲେ ଅଞ୍ଚଳବାସୀ

ଲାଞ୍ଜିଗଡ଼,୩୦।୧୧(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବେଦାନ୍ତକୁ ଖଣି ଓ କଞ୍ଚାମାଲ ଯୋଗାଇବା ଦାବିରେ ଲାଞ୍ଜିଗଡ଼ ଅଞ୍ଚଳବାସୀ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ବିଡିଓଙ୍କ ଅନୁପସ୍ଥିତିରେ ଏବିଡିଓ ବିଭୁତିଭୂଷଣ ଶତପଥୀଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ବ୍ଲକର ଏକମାତ୍ର ବୃହତ ଶିଳ୍ପ ପ୍ରକଳ୍ପ ବେଦାନ୍ତ ଲିମିଟେଡ ୨୦୦୩ରୁ ଲାଞ୍ଜିଗଡ଼ଠାରେ ରିଫାଇନେରୀ ସ୍ଥାପନ ସହିତ ଆଲୁମିନା ଉତ୍ପାଦନ ଆରମ୍ଭ କରିଥିଲା। କିନ୍ତୁ ୨୦ ବର୍ଷ ପୁରିବାକୁ ବସିଥିବାବେଳେ କମ୍ପପାନୀକୁ ନିୟମଗିରି ଖଣି ଓ କଞ୍ଚାମାଲ ମିଳିନାହିଁ। ଫଳରେ ବାହାରୁ କଞ୍ଚାମାଲ ଆଣି କମ୍ପାନୀ ଚଳାଇବା ଦିନକୁ ଦିନ ମୁସ୍କିଲ ହୋଇପଡ଼ୁଥିବାବେଳେ ଶେଷରେ କମ୍ପାନୀ ହାତ ଟେକିଦେବାକୁ ବସିଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ଉପରେ ନିର୍ଭର କରୁଥିବା ଲାଞ୍ଜିଗଡ଼, ଜଗନ୍ନାଥପୁର, ବସନ୍ତପଡ଼ା, ବାତେଲିମା, ଛତ୍ରପୁର, ଚମ୍ପାଦେଇପୁର ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିବା ସହିତ ନିଜର ଜୀବନ ଜୀବିକା ବିପନ୍ନ ହେବା ଆଶଙ୍କାରେ ୩ ହଜାରରୁ ଊଦ୍ଧର୍‌ବ ଲୋକେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଲାଞ୍ଜିଗଡ଼ ହାଇସ୍କୁଲ ପଡ଼ିଆରୁ ୩ ହଜାରରୁ ଅଧିକ ଲୋକେ ଏକ ବିଶାଳ ଶୋଭାଯାତ୍ରାରେ ବିଶ୍ବନାଥପୁର ବ୍ଲକ କାର୍ଯ୍ୟାଳୟକୁ ଯାଇ ବିଡିଓଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। କମ୍ପାନୀକୁ ଓଡ଼ିଶା ଖଣି ନିଗମ ଜରିଆରେ ସ୍ଥାୟୀ ଖଣି କିମ୍ବା କଞ୍ଚାମାଲ ଯୋଗାଇଦେଲେ କମ୍ପାନୀ ପୂର୍ବ କାର୍ଯ୍ୟକ୍ଷମ ରହିବ ଏବଂ କମ୍ପାନୀ ଉପରେ ନିର୍ଭରଶୀଳ ହଜାର ହଜାର ଲୋକେ ଉପକୃତ ହେବେ ବୋଲି ସେମାନେ ଦର୍ଶାଇଛନ୍ତି। ଏଥିରେ ଲାଞ୍ଜିଗଡ଼ ଶ୍ରମିକ ସଂଘ, ଲାଞ୍ଜିଗଡ଼ ବଣିକ ସଂଘ, ଲାଞ୍ଜିଗଡ଼ ଡ୍ରାଇଭର ସଂଘ, ମୋଟର ଗାଡ଼ି ମାଲିକ ସଂଘ, ବିଭିନ୍ନ ରାଜନୈତିକ, ସାମାଜିକ ସଙ୍ଗଠନ ଲୋକେ ଆନ୍ଦୋଳନରେ ସାମିଲ ହୋଇଥିଲେ। ଲାଞ୍ଜିଗଡ଼ ଅଞ୍ଚଳ ବିକାଶ ପରିଷଦ ସଭାପତି ଶ୍ରୀଧର ପେସନିଆ, କାମରାଜ ଦଳବେହେରା, ଚନ୍ଦ୍ରଧ୍ବଜ ପେସନିଆ, ଅଶୋକ ପଟ୍ଟନାୟକ, ସଞ୍ଜୀବ କୁମାର ନାୟକ, ରାଜେନ୍ଦ୍ର ପ୍ରତାପ ସିଂହଦେଓ, ଅଶୋକ ପଟ୍ଟନାୟକ, ସୁବାସ ଅଗ୍ରବାଲ, ଶ୍ରୀବତ୍ସ ତାଣ୍ଡି, ଲକ୍ଷ୍ମୀଧର ସନ୍ତୋଷରାୟ, ସୁବାସ ମହାପାତ୍ର, ଫକୀର ବିଶି, ମନୋହର ହରପାଲଙ୍କ ସମେତ ୭ଟି ପଞ୍ଚାୟତରୁ ବହୁସଂଖ୍ୟାରେ ଲୋକେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ବାଇକରେ ଘରକୁ ଫେରୁଥିଲେ ୨ ଜଣ ଯୁବକ, ବାଟରେ ଘଟିଲା ବଡ଼ ଅଘଟଣ, ଘଟଣାସ୍ଥଳରେ…

ଥୁଆମୂଳ ରାମପୁର, ୧୧ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ଅକାଳ ବିୟୋଗ…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ବିବାଦ ଘନେଇଲା,ତହସିଲଦାରଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୧୦। ୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମରେ ଥିବା ଇଣ୍ଡିଆନ୍ ଓଭରସିଜ ବ୍ୟାଙ୍କ ଶାଖା କାର୍ଯ୍ୟାଳୟ ସ୍ଥାନାନ୍ତରକୁ ନେଇ ଗ୍ରାମର ଦୁଇ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri