ଭୁବନେଶ୍ୱର,୫।୬(ବ୍ୟୁରୋ): ଓଡ଼ିଶା ମନ୍ତ୍ରିମଣ୍ଡଳ ପରିବର୍ତ୍ତନ ହେବ। ରବିବାର ନୂଆ ମନ୍ତ୍ରୀମାନେ ଶପଥ ନେବେ। ସେଥିପାଇଁ ସମସ୍ତ ମନ୍ତ୍ରୀ ଶନିବାର ଇସ୍ତଫା ଦେଇଛନ୍ତି। ନୂଆ ମନ୍ତ୍ରିମଣ୍ଡଳରେ ୧୩ଜଣ ନୂଆ ମୁହଁ ସାମିଲ ହେବାକୁ ଥିବାବେଳେ ୮ଜଣ ସେମାନଙ୍କ ମନ୍ତ୍ରୀ ପଦ ବଜାୟ ରଖିବେ ବୋଲି କୁହାଯକାଉଛି। ପୂର୍ବରୁୁ ବହୁବାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇଛି। ହେଲେ ଏକ ସଙ୍ଗରେ ସମସ୍ତ ମନ୍ତ୍ରୀ ଇସ୍ତଫା ଦେବା ଓଡ଼ିଶା ରାଜନୀତି ଇତିହାସରେ ପ୍ରଥମ ଘଟଣା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁବେଳେ ପରିବର୍ତ୍ତନକୁ ଗୁରୁତ୍ୱ ଦେଇଥାନ୍ତି। ତେଣୁ ସମ୍ଭାବ୍ୟ ନୂଆ ତାଲିକାରେ ୧୩ଜଣ ନୂଆ ମୁହଁ ରହିଛନ୍ତି। ସୂଚନାଯୋଗ୍ୟ, ଗତ ଏପ୍ରିଲ୍ ୧୧ରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ ତାଙ୍କ ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ କରିଥିଲେ। ସେଥିପାଇଁ ପ୍ରଥମେ ସମସ୍ତ ମନ୍ତ୍ରୀ ଇସ୍ତଫା ଦେଇଥିଲେ। ୨୫ଜଣିଆ ମନ୍ତ୍ରିମଣ୍ଡଳରେ ୧୩ଜଣ ନୂଆ ମୁହଁ ସାମିଲ ହୋଇଥିବାବେଳେ ୧୧ଜଣ ପୁରୁଣା ମନ୍ତ୍ରୀ ଶପଥ ନେଇଥିଲେ। ୧୩ନୂଆ ମୁହଁ ମଧ୍ୟରେ ଜଗନ୍ ଯୁବ ନେତୃତ୍ୱକୁ ଅଧିକ ଗୁରୁତ୍ୱ ଦେଇଥିଲେ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

