ରାଜ୍ୟ ଭାଜପାର ସଂକଳ୍ପପତ୍ର ଜାରି: ମୋଦି ଗ୍ୟାରେଣ୍ଟିକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟ

ଭୁବନେଶ୍ୱର,୨୨।୪: ରାଜ୍ୟ ଭାଜପା ପକ୍ଷରୁ ସୋମବାର ସଂକଳ୍ପପତ୍ର ଜାରି କରାଯାଇଛି। ଭାଜପା କାର୍ଯ୍ୟାଳୟରେ ମୋଦି ଗ୍ୟାରେଣ୍ଟି ସଂକଳ୍ପପତ୍ର ଲୋକାର୍ପିତ ହୋଇଛି। ଏହାକୁ ଲୋକାର୍ପଣ କରିଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ। ଏହି ମୋଦି ଗ୍ୟାରେଣ୍ଟି ଓଡ଼ିଆ ସଂକଳ୍ପପତ୍ରକୁ ଘରେ ଘରେ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଥିବା ମନମୋହନ କହିଛନ୍ତି। ଏହି ଅବସରରେ ଭାଜପା ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମରଙ୍କ ସହ ଅନେକ ବରିଷ୍ଠ ନେତା ଉପସ୍ଥିତ ଥିଲେ।
ଭାଜପାର ସଂକଳ୍ପପତ୍ରରେ ଗରିବ ପରିବାରକୁ ପରବର୍ତ୍ତୀ ୫ବର୍ଷ ପାଇଁ ମାଗଣା ରାସନ ଯୋଗାଇ ଦିଆଯିବ। ମାଗଣା ଏବଂ ଉତ୍ତମମାନର ସ୍ବାସ୍ଥ୍ୟସେବା ଯୋଗାଣ ଜାରି ରହିବ। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ବିସ୍ତାର ସହ ପ୍ରତିଘରକୁ ଟ୍ୟାପ ଜଳ ଯୋଗାଣ ଓ ବସ୍ତିର ପୁନଃବିକାଶ କରିବାକୁ ଗ୍ୟାରେଣ୍ଟି ଦିଆଯାଇଛି। ଏଥିସହ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମାଗଣା ବିଦ୍ୟୁତ ଯୋଜନା ଅଧୀନରେ ମାଗଣା ବିଦ୍ୟୁତ ଯୋଗାଇ ଦିଆଯିବ। ସେହିପରି କୃଷକଙ୍କ ପାଇଁ ପିଏମ କିଷାନ ଓ ପିଏମ ଫସଲ ବୀମା ଯୋଜନାରେ ଚାଷୀଙ୍କ ପାଇଁ ଆର୍ଥିକ ସହାୟତାଜାରି ରହିବ। କଷ୍ଟମ ହାଇରିଂ କେନ୍ଦ୍ର, କୃଷି ବିଜ୍ଞାନ କେନ୍ଦ୍ର ଓ କିଷାନ ସମୃଦ୍ଧି କେନ୍ଦ୍ରର ବିସ୍ତାର ଯୋଗୁ ସହଜରେ କୃଷି ସମ୍ବନ୍ଧୀୟ ସୂଚନା ପାଇବେ ଚାଷୀ। ଦୁଗ୍ଧ ସମବାୟ ସମିତି ଯୋଗେ ଦୁଗ୍ଧ ପରୀକ୍ଷଣ, ଲାବୋରାଟୋରୀ, କୁଲର ଓ ପ୍ରକ୍ରିୟାକରଣ କେନ୍ଦ୍ରର ବିସ୍ତାର ହେବ। ଯୁବକଙ୍କ ପାଇଁ ନୂତନ ଶିକ୍ଷାନୀତି-୨୦୨୦ ଅଧୀନରେ ଉଚ୍ଚମାନର ଶିକ୍ଷା, ବିଶ୍ୱସ୍ତରୀୟ କ୍ରୀଡା ସୁବିଧା, ନିଯୁକ୍ତି ଓ ଉଦ୍ୟୋଗୀ ସୁଯୋଗର ଗ୍ୟାରେଣ୍ଟି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ଶକ୍ତ ଧକ୍କା, ନାମାଙ୍କନ ପ୍ରତ୍ୟାହାର କଲେ ଅଭିଷେକ ସିହ୍ନା

ପାଟନା,୧୦।୭: ଭାରତୀୟ ଜନତା ପାର୍ଟି (ଭାଜପା) ପ୍ରାର୍ଥୀ ଅଭିଷେକ ସିହ୍ନା ‘ବଣ୍ଟି’ ନିର୍ବାଚନ ଲଢିବେ ନାହିଁ ବୋଲି ତାଙ୍କର ନାମାଙ୍କନ ପ୍ରତ୍ୟାହାର କରିଛନ୍ତି। ସେ ରାଜ୍ୟ ସଭାପତି…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ…

ଦେଶରେ ମୌସୁମୀ ଆକ୍ଟିଭ: ଆସନ୍ତା ସପ୍ତାହରେ ପ୍ରବଳ ବର୍ଷିବ, ଜାଣନ୍ତୁ କ’ଣ କହୁଛି IMD

ନୂଆଦିଲ୍ଲୀ,୧୦।୭: ଆଗାମୀ କିଛି ଦିନ ମଧ୍ୟରେ ଦେଶର ବିଭିନ୍ନ ରାଜ୍ୟରେ ବର୍ଷା ଜାରି ରହିବ ବୋଲି ଆଶା କରାଯାଉଛି। ଭାରତୀୟ ପାଣିପାଗ ବିଭାଗ (IMD)ର ବରିଷ୍ଠ ବୈଜ୍ଞାନିକ…

ଜୁଆଙ୍ଗ ମୃତ୍ୟୁ ରାଜ୍ୟବାସୀଙ୍କୁ କରିଛି ଲଜ୍ଜିତ, ତୁରନ୍ତ ଆଦିବାସୀ ମନ୍ତ୍ରୀଙ୍କୁ ଘଟଣାସ୍ଥଳକୁ ପଠାଇବା ପାଇଁ ଦାବି

କେନ୍ଦୁଝର,୧୦ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): ସୁଦୂର ତାମିଲନାଡୁରେ ଥିବା ଏକ ଖାଦ୍ୟ ପ୍ରକ୍ରିୟାରଣ ଶିଳ୍ପରେ କେନ୍ଦୁଝର ଜିଲାର ଆଦିମ ଜନଜାତି ଜୁଆଙ୍ଗ ବାଳିକାଙ୍କ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟ…

ମ୍ୟାକ୍ସ ପିକ୍‌ଅପ୍ ସହ ବାଇକ୍‌ର ମୁହାଁମୁହିଁ ଧକ୍କା: ଦୁଇ ଯୁବକ ଗୁରୁତର

ମୋହନା,୧୦।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ବୁଲଡାପଙ୍କା ଗାଁ ନିକଟ ବୁଲାଣି ରାସ୍ତାରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଯୁବକ ଗୁରୁତର …

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri