‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’

ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍‌ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପ୍ରତିକୃତିରେ ମାଲ୍ୟାର୍ପଣ କରାଯାଇ ଆଜିର ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଶିକ୍ଷାର୍ଥୀମାନେ ଯଦି ଶିକ୍ଷକ ହୋଇଥାନ୍ତେ ତେବେ କିପରି ନିଜର ଦାୟିତ୍ୱ ସମ୍ପାଦନ କରିଥାନ୍ତେ ଏହି ପ୍ରସଙ୍ଗରେ ମତ ରଖିବା ପାଇଁ ଶିକ୍ଷାର୍ଥୀମାନଙ୍କୁ କୁହାଯାଇଥିଲା । ସେମାନଙ୍କ ଖୋଲା ହୃଦୟର ବକ୍ତବ୍ୟ ଶିକ୍ଷକମାନଙ୍କ ପାଇଁ ପରୋକ୍ଷ ଭାବରେ ଶିକ୍ଷଣୀୟ ଥିଲା। ଶିକ୍ଷକମାନଙ୍କୁ ଆଜିର ଦିବସ ଉପଲକ୍ଷେ ସ୍ବତନ୍ତ୍ର ଅନୁଭବ କରାଇବା ପାଇଁ ମୁକ୍ତା ଫାଉଣ୍ଡେଶନ, ଭୁବନେଶ୍ୱର ଉପହାର ପ୍ରଦାନ କରିଥିଲେ। ଶିକ୍ଷାର୍ଥୀ ଓ ଅଭିଭାବକଙ୍କଠାରୁ ସଦିଚ୍ଛା ଓ ସମ୍ମାନ ଗ୍ରହଣ କରି ଶିକ୍ଷକମାନେ ନିଜ ଶୈକ୍ଷିକ ଅନୁଭୂତିକୁ ସମସ୍ତଙ୍କ ସହ ବାଣ୍ଟିଥିଲେ। ପ୍ରତିଟି ମୁହୂର୍ତ୍ତ ଶିକ୍ଷଣୀୟ ଏବଂ ପ୍ରତିଟି ଏକକରୁ ଜଣେ ଶିକ୍ଷକ ଖୋଜି ପାଇପାରିବ ଯଦି ଜଣେ ଶିଖିବା ପାଇଁ ଆଖି, ମନ ଓ ହୃଦୟ ଖୋଲା ରଖେ ବୋଲି କହିଥିଲେ ବିଦ୍ୟାଳୟର ଅଧ୍ୟକ୍ଷା ମାନମୟୀ ରଥ। ବିଦ୍ୟାଳୟ ଏକ ମନ୍ଦିର ଏବଂ ତହିଁରେ ଅଧ୍ୟୟନରତ ଦେବଶିଶୁମାନଙ୍କ ଯଥାର୍ଥ ଗଠନର ଦାୟିତ୍ୱ ଶିକ୍ଷକଙ୍କ ହାତରେ। ସୁତରାଂ ଏହି ପବିତ୍ର କର୍ତ୍ତବ୍ୟ ସମ୍ପାଦନ କରୁଥିବା ଶିକ୍ଷକ ଦେଶ ଓ ଜାତି ପାଇଁ ନମସ୍ୟ ବୋଲି କହିଥିଲେ ବିଦ୍ୟାଳୟର ପ୍ରତିଷ୍ଠାତା ମନୋଜ ଦାଶ। ଧନ୍ୟବାଦ ଅର୍ପଣ କରିଥିଲେ ବିଦ୍ୟାଳୟର ଲୋକସମ୍ପର୍କ ଅଧିକାରୀ ଲିଜାରାଣୀ ଦାଶ । ପ୍ରିୟଙ୍କା ବେହେରା, ପିଙ୍କିନା ମହାରଣା, ଶୁଭଲକ୍ଷ୍ମୀ ମହାପାତ୍ର, ଦେବସ୍ମିତା ବେହେରା, ମହେଶ୍ୱତା ରଥ, ସୁନିତା ନାୟକ, ବର୍ଷା ବୈଶାଖୀ ଦାସ ପ୍ରମୁଖ ଶିକ୍ଷୟିତ୍ରୀଗଣ ଉକ୍ତ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?